୨୭ରୁ ଶ୍ରୀକ୍ଷେତ୍ର ମହୋତ୍ସବ

ପୁରୀ ଅଫିସ,୨୦ା୧: ଆସନ୍ତା ୨୭ତାରିଖରେ ଶ୍ରୀକ୍ଷେତ୍ର ମହୋତ୍ସବ ଆରମ୍ଭ ହେବ। ଏହି ଉତ୍ସବ ପୁରୀର ଗର୍ବ ଓ ଗୌରବର ପ୍ରତୀକ। ତେଣୁ ଏହାକୁ ଆକର୍ଷଣୀୟ ଭାବେ ପାଳନ କରିବାକୁ ନେଇ ମୋଚିସାହି ନୂଆ ତୋଟା ଜାଗା ଘରରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ବିଧାୟକ ଜୟନ୍ତ ଷଡ଼ଙ୍ଗୀ ଅତିଥି ଭାବେ ଯୋଗଦେଇ ମହୋତ୍ସବ ପାଇଁ ଶ୍ରୀକ୍ଷେତ୍ର ଅନେକ ମାନ୍ୟତା ରଖୁଥିବାରୁ ଓ ଜାଗା ଆଖଡାର ଦକ୍ଷତା ଓ ପ୍ରଦର୍ଶନ ସାମିଲ ହେଉଥିବାରୁ ଏହାକୁ ଅଧିକ ଲୋକପ୍ରିୟ କରିବାକୁ ମତ ଦେଇଥିଲେ। ବୈଠକରେ ଜିଲାପାଳ ସମର୍ଥ ବର୍ମା ଅଧ୍ୟକ୍ଷତା କରି ଏହି ମହୋତ୍ସବ ପାଳନ ପାଇଁ ଜିଲା ପ୍ରଶାସନ ସମସ୍ତ ସହଯୋଗ କରିବ ବୋଲି କହିଥିଲେ। ତେବେ ଏଥିପାଇଁ ସରକାରଙ୍କୁ ମଧ୍ୟ ସହଯୋଗ ପାଇଁ ଅନୁରୋଧ କରାଯାଇଛି। କଟକ ବାଲିଯାତ୍ରା ଓ ବରଗଡ଼ ଧନୁଯାତ୍ରା ପରି ଏହାକୁ ସରକାରଙ୍କ ବାର୍ଷିକ କ୍ୟାଲେଣ୍ଡରରେ ସାମିଲ ପାଇଁ ସଦସ୍ୟଙ୍କ ଦାବି ସମ୍ପର୍କରେ ପଦକ୍ଷେପ ନିଆଯିବ ବୋଲି ସେ କହିଥିଲେ। ନିଷ୍ପତ୍ତି ଅନୁସାରେ ଶରଧାବାଲିରେ ହେବାକୁ ଥିବା ଏହି ମହୋତ୍ସବ ଆସନ୍ତା ୩୧ତାରିଖ ପର୍ଯ୍ୟନ୍ତ ହେବ। ପ୍ରଥମଦିନ ରାଜ୍ୟପାଳ ଯୋଗଦେଇ କାର୍ଯ୍ୟକ୍ରମ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ସେହିପରି ଅନ୍ୟାନ୍ୟ ମାନ୍ୟଗଣ୍ୟ ଓ ବିଶିଷ୍ଟ ବ୍ୟକ୍ତିଙ୍କୁ ଆମନ୍ତ୍ରଣ କରାଯିବ। ପ୍ରତ୍ୟେକ ସନ୍ଧ୍ୟାରେ ବିଭିନ୍ନ ଜାଗା ଘର ଓ ଆଖଡା ତରଫରୁ ପାରମ୍ପରିକ କଳା ପ୍ରଦର୍ଶନ କରାଯିବା ସହ ରାଜ୍ୟ ତଥା ରାଜ୍ୟ ବାହାରୁ ଆସିଥିବା କଳାକାରଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ହେବ। ଉଦ୍‌ଘାଟନ ଦିନ ଜହ୍ନିମୁଣ୍ଡିଆ ଛକଠାରୁ ସିଂହଦ୍ୱାର ଦେଇ ଶରଧାବାଲି ପର୍ଯ୍ୟନ୍ତ ଏକ ବିରାଟ ଶୋଭାଯାତ୍ରା ଅନୁଷ୍ଠିତ ହେବ। ଏଥିସହ ପଲ୍ଲିଶ୍ରୀ ମେଳାର ମଧ୍ୟ ଆୟୋଜନ କରାଯାଇଛି। ଏ ସମସ୍ତ କାର୍ଯ୍ୟକ୍ରମକୁ ସୁଚାରୁ ରୂପେ ସମ୍ପାଦାନ ପାଇଁ ଏକାଧିକ ସବ କମିଟି ଗଠନ କରାଯାଇ ଦାୟିତ୍ୱ ଦିଆଯାଇଛି। ବୈଠକରେ ୮ ସାହି ଆଖଡା ସମନ୍ବୟ ସମିତି ସଭାପତି ବାବାଜୀ ମହାପାତ୍ର, ସମ୍ପାଦକ ତଳଚ୍ଛୁ ନୀଳକଣ୍ଠ ମହାପାତ୍ର, ଦୋଳ ମଣ୍ଡପ ସାହି ଆଖଡ଼ା ସମ୍ପାଦକ ଓ ମନ୍ଦିର ପରିଚାଳନା କମିଟି ସଦସ୍ୟ ଅନନ୍ତ ତିଆଡି, ଦୋଳମଣ୍ଡପ ସାହି ଆଖଡା ସଭାପତି ନିରଞ୍ଜନ ସିଂହାରୀ, ମନ୍ଦିର ପରିଚାଳନା କମିଟି ସଦସ୍ୟ ରାମଚନ୍ଦ୍ର ଦାସମହାପାତ୍ର, ଦୁର୍ଗା ଦାସମହାପାତ୍ର, ଚକ୍ରଧର ମହାପାତ୍ର, ଜିଲା ସଂସ୍କୃତି ଅଧିକାରୀ ହେମନ୍ତ ବେହେରା, ଅନ୍ୟାନ୍ୟ ଜାଗା ଆଖଡା ସଭାପତି, ସମ୍ପାଦକ ଓ ସଦସ୍ୟମାନେ ଯୋଗଦେଇଥିଲେ। ଶେଷରେ ପୂର୍ବତନ ସଂସ୍କୃତି ଅଧିକାରୀ ପ୍ରଫୁଲ୍ଲ ସାମନ୍ତ ରାୟ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନବରଙ୍ଗପୁରରେ ଲଜ୍ଜା; ୮୦ ବର୍ଷୀୟା ବୃଦ୍ଧାଙ୍କୁ ଜଙ୍ଗଲକୁ ଟାଣିନେଇ ବଳାତ୍କାର ଅଭିଯୋଗ, ଚିତ୍କାର ଶୁଣି ଦୌଡ଼ି ଆସିଲେ ଗ୍ରାମବାସୀ

ନବରଙ୍ଗପୁର,୧।୧୦(ସଦାଶିବ ପ୍ରହରାଜ ): ମାନବିକତାକୁ ଲଜ୍ଜିତ କଲା ଅମାନବୀୟ ଘଟଣା । ୮୦ ବର୍ଷୀୟା ବୃଦ୍ଧାଙ୍କୁ ଜଙ୍ଗଲରେ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଙ୍ଗଲରୁ…

ସଫେଇ ଅଭିଯାନରେ ସାମିଲ ହେଲେ ଅଧିକ୍ଷକ: କର୍ମଚାରୀଙ୍କୁ ଦେଲେ ସ୍ବଚ୍ଛତା ବାର୍ତ୍ତା

କେସିଙ୍ଗା, ୧।୧୦ (ତୁମେଶ୍ୱର ସାହୁ): ଆଗାମୀ ଗାନ୍ଧୀ ଜୟନ୍ତୀ ଏବଂ ଅକ୍ଟୋବର ୧ ତାରିଖର ସ୍ବତନ୍ତ୍ର ସ୍ବଚ୍ଛତା ଶ୍ରମଦାନ ଅବସରରେ କଳାହାଣ୍ଡି ଜିଲାର କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ…

୫୫ ବର୍ଷର ଦିନିକିଆ କ୍ରିକେଟ୍‌ ଇତିହାସରେ ପ୍ରଥମଥର ଘଟିଲା ଏମିତି: ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ମିଶିକି କଲେ ବିଶ୍ୱରେକର୍ଡ

ଗୁଆହାଟୀ,୧।୧୦:ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଗୁଆହାଟୀର ବାରସାପାରା କ୍ରିକେଟ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ ଦିନିକିଆ ମ୍ୟାଚ କ୍ରିକେଟ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛି। ୧୯୭୧ରୁ ଆରମ୍ଭ…

ଆଉ ଏକ ମାଇଲଷ୍ଟୋନ ହାସଲ କଲେ ବୈଭବ ସୂର୍ଯ୍ୟବଂଶୀ: ବିଶ୍ୱର ସବୁଠୁ କନିଷ୍ଠ କ୍ରିକେଟର୍‌ ଭାବେ କଲେ…

ନୂଆଦିଲ୍ଲୀ,୧।୧୦: ଭାରତୀୟ କ୍ରିକେଟ୍‌ର ଉଦୀୟମାନ ତାରକା ତଥା ‘ୱଣ୍ଡରକିଡ’ ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ଯୋଡ଼ି ହୋଇଛି ଆଉ ଏକ ବଡ଼ ସଫଳତା। ମାତ୍ର ୧୫ ବର୍ଷ ବୟସରେ…

୦,୦,୦,୦,୦,୦… ଭାରତ ବିପକ୍ଷରେ ଶ୍ରୀଲଙ୍କାର ଲଜ୍ଜାଜନକ ରେକର୍ଡ, ଅଧା ଖେଳାଳି….

ନୂଆଦିଲ୍ଲୀ,୧।୧୦ : ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ୍‌ର ଦ୍ୱିତୀୟ ସେମିଫାଇନାଲରେ ଶ୍ରୀଲଙ୍କାକୁ ଏକତରଫା ଭାବେ ହରାଇ ଫାଇନାଲରେ ପହଞ୍ଚିଛି ଭାରତ । ଭାରତୀୟ ଦଳ ଶ୍ରୀଲଙ୍କାକୁ…

କେମିତି କରିବେ ସଞ୍ଚୟ ଆଉ କେମିତି ବଢ଼ିବ ଧନ, ଜାଣନ୍ତୁ କ’ଣ କହିଛନ୍ତି ଚାଣକ୍ୟ…

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଆଜିର ସମୟରେ ବି ଅତ୍ୟନ୍ତ ଲୋକପ୍ରିୟ। ବିଶେଷକରି ଯୁବବର୍ଗଙ୍କ ପାଇଁ ଏହାକୁ ଜାଣିବା ଏବଂ ଜୀବନରେ ଆପଣାଇବା ଅତ୍ୟନ୍ତ ଆବଶ୍ୟକ। ମୌର୍ଯ୍ୟ ସାମ୍ରାଜ୍ୟର…

ଶ୍ରୀଲଙ୍କାକୁ ହରାଇ ଫାଇନାଲରେ ଭାରତ, ସ୍ବର୍ଣ୍ଣ ପଦକ ପାଇଁ ପାକିସ୍ତାନ ସହ ଲଢ଼ିବ…

ନୂଆଦିଲ୍ଲୀ,୧।୧୦: ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ୍ ଇଭେଣ୍ଟରେ ଟିମ୍ ଇଣ୍ଡିଆର ଦମଦାର ବିଜୟ ହୋଇଛି । ଗୁରୁବାର ଦ୍ୱିତୀୟ ସେମିଫାଇନାଲରେ ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ଭାରତ…

ବାଲେଶ୍ବରରେ ପୁଣି ଅଗ୍ନିକାଣ୍ଡ; ବିଦ୍ୟୁତ ତାରରୁ ସର୍ଟ ସର୍କିଟ ହୋଇ ଜଳିଗଲା…

ବାଲେଶ୍ୱର,୧।୧୦(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଚଣ୍ଡ ଶବ୍ଦରେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?