ଜମି ମାଫିଆଙ୍କ କବ୍‌ଜାରେ ଶ୍ରୀଲିଙ୍ଗରାଜଙ୍କ ଭୂସମ୍ପତ୍ତି

ପୁରୁଣା ଭୁବନେଶ୍ୱର,୧୦।୨(ଡି.ଏନ୍‌.ଏ.): ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ଶହ ଶହ ଏକର ଜମି ଏବେ ଚଞ୍ଚକତା ପୂର୍ବକ କିଣାବିକା ଜାରି ରହିଛି। ଶ୍ରୀଲିଙ୍ଗରାଜଙ୍କ ନୂଆ ଗାଁ ମୌଜାସ୍ଥିତ କୁଡ଼ୁଆ ସମ୍ପତ୍ତି ହେଉ ବା ରଥ ରୋଡ ସ୍ଥିତ ସମ୍ପତ୍ତି ମୂଳ ମାଲିକାନା ପରିବର୍ତ୍ତନ କରାଯାଇ କଙ୍କ୍ରିଟ ଏବଂ ବହୁ ଅଟ୍ଟାଳିକା ନିର୍ମାଣ ଚାଲିଛି। ଜମି ମାଫିଆ ବିଭାଗୀୟ ଅଧିକାରୀଙ୍କୁ ହାତ କରି କିସମ ବଦଳାଇ ଠାକୁରଙ୍କର ଏହି ମୂଲ୍ୟବାନ ଭୂସମ୍ପତ୍ତିକୁ ଲୁଟ୍‌ କରୁଛନ୍ତି। ଏହି କ୍ରମରେ ଭୀମପୁର ମୌଜା ଖାତା ନଂ. ୧୯୩୫, ପ୍ଲଟ ନଂ.୬୭ରେ ଥିବା ଏ୧.୧୬୦ଡିସିମିଲ ପରିମିତ ସମ୍ପତ୍ତି ଏକଦା ଶ୍ରୀଲିଙ୍ଗରାଜ ପ୍ରଭୁ ମାର୍ଫତ ସୁଦର୍ଶନ ଭାରତୀଙ୍କ ଓଗେରଙ୍କ ନାମରେ ଥିଲା। ମାତ୍ର ୧୯୮୯ରେ ବେ-ବନ୍ଦୋବସ୍ତ ବେଳେ ଜଣେ ଚାଷୀଙ୍କ ନାମରେ ତାହା ହୋଇଥିଲା। କିନ୍ତୁ ପରେ ସେହି ପ୍ଲଟରୁ ଏ୦.୨୨୮ଡି ସମ୍ପତ୍ତି ମୟୂରଭଞ୍ଜ ବେତନଟିର ଜଣେ ବ୍ୟକ୍ତିଙ୍କ ନାମରେ ଏବଂ ସମ୍ପୃକ୍ତ ବ୍ୟକ୍ତି ଅନ୍ୟ ଜଣକ ନାମରେ କିଣାବିକା କରିଥିଲେ। ଏହି ଘଟଣା ଜଣାପଡ଼ିବା ପରେ ଏକାମ୍ର ଜନ ଜାଗରଣ ମଞ୍ଚ ପକ୍ଷରୁ ତା୧୪.୦୯.୨୦୨୦ରିଖରେ ବୋର୍ଡ ଅଫ୍‌ ରେଭିନ୍ୟୁକୁ ଅଭିଯୋଗ ହୋଇଥିଲା। ଏହି ଅଭିଯୋଗ ପରେ ବିଭାଗ ପକ୍ଷରୁ ଏଠାରେ କୌଣସି ନିର୍ମାଣ କାର୍ଯ୍ୟ ନ କରିବା ଲାଗି ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ଏହାକୁ ଅବମାନନା କରି ମାଫିଆମନେ ଏଠାରେ ଜୋର ଜବରଦସ୍ତ କାର୍ଯ୍ୟ ଜାରି ରଖିଛନ୍ତି। ଏହି ଘଟଣା ନେଇ ମଞ୍ଚ ପକ୍ଷରୁ ପୁନଃ ଏୟାରଫିଲ୍ଡ ଥାନାରେ ଲିଖିତ ଅଭିଯୋଗ କରାଯାଇଥିଲା। ହେଲେ ପୋଲିସ ଅଭିଯୋଗ ଲେଖି ଦେଇ ନୀରବ ରହିଯାଇଛି। ଯାହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ତେଣୁ ମନ୍ଦିର ପ୍ରଶାସନ, ଦେବୋତ୍ତର ବିଭାଗ ଶ୍ରୀଲିଙ୍ଗରାଜଙ୍କ ଏହି ବହୁମୂଲ୍ୟ ସମ୍ପତ୍ତି କିଣା ବିକା ଉପରେ ରୋକ ଲଗାଇବା ସହ ତୁରନ୍ତ ବେଆଇନ ନିର୍ମାଣ ବନ୍ଦ କରିବାକୁ ମଞ୍ଚ ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍‌କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…

ଥରେ ଭାବନ୍ତୁ ଆପଣ କାର୍‌ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍‌ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା…

‘ମୋ ମୁଣ୍ଡ କାଟିଦେଲେ ବି ଭାଜପାକୁ ଯିବିନି…’, ଟିଏମସି କନ୍ଦଳ ଭିତରେ ଗର୍ଜିଲେ ମହୁଆ, କରିଦେଲେ ବଡ଼ ଖୁଲାସା

କୋଲକାତା,୮।୭: ପଶ୍ଚିମବଙ୍ଗରେ ଗତ ୧୫ ବର୍ଷ ଧରି କ୍ଷମତାରେ ଥିବା ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (TMC) ବର୍ତ୍ତମାନ ଏକ କଷ୍ଟକର ପରିସ୍ଥିତିର ସମ୍ମୁଖୀନ ହେଉଛି।…

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

ଜିଓର ଦମଦାର୍ ପ୍ଲାନ୍ ‘JioTV Pro Pack’: ମାତ୍ର ୫୫ ଟଙ୍କାରେ ମିଳିବ ୧୦୦୦ରୁ ଅଧିକ ଲାଇଭ୍ ଟିଭି ଚ୍ୟାନେଲ୍‌

ନୂଆଦିଲ୍ଲୀ, ୮।୭: ରିଲାଏନ୍ସ ଜିଓ ନିଜ ଗ୍ରାହକମାନଙ୍କ ପାଇଁ ଏକ ଶସ୍ତା ଏବଂ ଦମଦାର୍ ଏଣ୍ଟରଟେନମେଣ୍ଟ ପ୍ଲାନ୍ ଲଞ୍ଚ କରିଛି। କମ୍ପାନୀ ମାତ୍ର ୫୫ ଟଙ୍କାରେ ନୂଆ…

ଆସନ୍ତା ୧୦ରେ କଳାହାଣ୍ଡି ଗସ୍ତ କରିବେ ମନମୋହନ ସାମଲ, ଆଗାମୀ ନିର୍ବାଚନକୁ ନେଇ ଦେବେ ଗୁରୁମନ୍ତ୍ର

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ଆସନ୍ତା ୧୦ ତାରିଖ ଶୁକ୍ରବାର ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଗସ୍ତ ରହିଛି । ଉକ୍ତ ଦିନ ସେ…

ରାଗିଗଲେ ଦିଦି! ନିଜ ଦଳୀୟ କର୍ମୀଙ୍କୁ ଚାପୁଡ଼ା ମାରିଲେ ମମତା ବାନାର୍ଜୀ, ଭିଡିଓ ଭାଇରାଲ୍

କୋଲକାତା,୮।୭: କୋଲକାତାରେ ଏକ ଦଳୀୟ ପ୍ରତିବାଦ ସମୟରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ଜଣେ ତୃଣମୂଳ କଂଗ୍ରେସ (ଟିଏମସି) କର୍ମୀଙ୍କୁ ଚାପୁଡ଼ା ମାରିଛନ୍ତି। ଏହି…

ଇରାନକୁ ପୁଣି ଟ୍ରମ୍ପଙ୍କ ଖୋଲା ଧମକ, କହିଲେ..’ଆମେ ସମ୍ପୂର୍ଣ୍ଣ ପ୍ରସ୍ତୁତ, ଆବଶ୍ୟକ ପଡ଼ିଲେ ଆଜି ରାତିରେ…’

ଓ୍ବାଶିଂଟନ,୮।୭: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ତିକ୍ତତା ଚରମ ସୀମାରେ ପହଞ୍ଚିଛି। ସାମୁଦ୍ରିକ ସୁରକ୍ଷା ବିପନ୍ନ ହେବା ଯୋଗୁ ହର୍ମୁଜ୍ ଷ୍ଟ୍ରେଟ୍ ରେ ଶତାଧିକ ଜାହାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri