ପରାଜିତ ପ୍ରାର୍ଥୀଙ୍କୁ ବିଜେଡି ଟିକେଟ୍‌, ଦିଲ୍ଲୀରେ ହୋଇଛି ବଡ଼ ଡିଲ୍‌: ନୂଆପଡ଼ାରେ…

ଭୁବନେଶ୍ୱର,୧୫।୧୦: ନୂଆପଡ଼ା ଉପନିର୍ବାଚନକୁ ନେଇ ସବୁଆଡ଼େ ଚର୍ଚ୍ଚା ଜୋର ଧରିଥିବା ବେଳେ ବିଜେଡି ବୁଧବାର ଏହାର ପ୍ରାର୍ଥୀ ଘୋଷଣା କରି ଚମକାଇଦେଇଛି। ଦଳ ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ ନେଇ ଘୋଷଣା କରିବା ପରେ ନିଲମ୍ବିତ ନେତ୍ରୀ ଶ୍ରୀମୟୀ ମିଶ୍ର ତେର୍ଚ୍ଛାବାଣ ମାରିଛନ୍ତି। ସେ ନିଜର ସୋସିଆଲ ମିଡିଆରେ ପୋଷ୍ଟ କରି ଏହାକୁ କହ୍ନେଇଙ୍କ ‘ଦିଲ୍ଲୀ ଡିଲ୍‌’ ବୋଲି ସମାଲୋଚନା କରିଛନ୍ତି।

Image shows Shreemayee Mishra in a formal portrait wearing a maroon saree with gold jewelry, smiling at the camera, with text overlay in Odia script detailing political allegations about Delhi deal, candidate Snehangini, BJD decisions, past election losses, and conspiracy in Nuapada by-election, including hashtags NuapadaByElection.

ଶ୍ରୀମୟୀ କହିଛନ୍ତି ଯେ, ଜିଲ୍ଲା ବାହାରର ପରାଜିତ ନେତ୍ରୀ ସ୍ନେହାଙ୍ଗିନୀଙ୍କୁ ଦଳ ଟିକେଟ ଦେଇଛି। ସେ ଗତ ମାସରେ କହ୍ନେଇଙ୍କୁ ନବୀନ ବାବୁଙ୍କ ‘ମାନସ ପୁତ୍ର’ କହିବାରୁ ପୁରସ୍କୃତ ହୋଇଛନ୍ତି। ଏଥିନେଇ କୋର୍‌ ଟିମ ଦେଇଥିବା ସମ୍ଭାବ୍ୟ ପ୍ରାର୍ଥୀଙ୍କୁ ଅଣଦେଖା କରି ଡିଲ ହୋଇଛି। କହିବାକୁ ଗଲେ ନୂଆପଡ଼ାର ହଜାର ହଜାର ବିଜୁ ପ୍ରେମୀ ଓ ଦଳୀୟ କର୍ମୀଙ୍କ ପ୍ରତି ଏହା ଅପମାନ। ଗତ ନିର୍ବାଚନରେ ୨୯ ହଜାରରୁ ଊଦ୍ଧର୍‌ବ ଭୋଟ୍‌ରେ ସ୍ନେହାଙ୍ଗିନୀ ହାରିଥିଲେ। ଏଣୁ ନୂଆପଡ଼ାରେ ତୃତୀୟ ସ୍ଥାନରେ ରହିବା ପାଇଁ ଦିଲ୍ଲୀରେ ଷଡ଼ଯନ୍ତ୍ର ହୋଇଛି। ଯେଉଁ ଅଣଓଡ଼ିଆଙ୍କ ପାଇଁ ବିଜେଡିର ୨୪ ବର୍ଷର ଶାସନ ଚାଲିଗଲା,ଏବେ ନୂଆପଡ଼ାରେ ୩ୟ ସ୍ଥାନରେ ରହିବା ପାଇଁ ଷଡ଼ଯନ୍ତ୍ର ହୋଇଥିବା ଶ୍ରୀମୟୀ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ, ୪୦ ଦୋକାନ ଘର ପୋଡି ଧ୍ବଂସ

ଭୁବନେଶ୍ବର, ୨୦|୧ : ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ । ରାତି ଅଧରେ ହୁତୁହୁତୁ ହୋଇ ଜଳିଲା ହାଟ । ପ୍ରାୟ...

ମୁହାଁମୁହିଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା-ସମୀର ଦାସ, ଗୋଷ୍ଠୀ କନ୍ଦଳ ଜୋରଦାର

ନିମାପଡ଼ା, ୧୯।୧: ପୁରୀ ଜିଲା ନିମାପଡ଼ା ନିର୍ବାଚନ ମଣ୍ଡଳୀରେ ଭାଜପାର ଆଭ୍ୟନ୍ତରୀଣ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ ପୂର୍ବତନ...

ଯୁବକଙ୍କୁ ଗୁଳି ମାଡ: ବାଇକରେ ଆସି ଫାୟାରିଂ କରି ଫେରାର୍‌ ହୋଇଗଲେ…

ଖୋର୍ଦ୍ଧା,୧୯।୧(ପ୍ରଭାତ ପାଣିଗ୍ରାହୀ): ଗୁଳି ମାଡରେ ଯୁବକଙ୍କ ମୃତ୍ୟୁ। ବେଗୁନିଆ ଥାନା ଅନ୍ତର୍ଗତ ପରିଛଳ ଜାମୁସହିରେ ଏହି ଘଟଣା ଘଟିଛି । ମୃତ ବ୍ୟକ୍ତିଙ୍କ ନାମ ବାସୁଦେବ...

ଭୁବନେଶ୍ୱରରେ ଭୟଙ୍କର ଦୁର୍ଘଟଣା: ଗୋଟିଏ କାର୍ ଉପରେ ଚଢ଼ିଗଲା ଆଉ ଏକ କାର୍

ଭୁବନେଶ୍ୱର,୧୯।୧: ରାଜଧାନୀର ବ୍ୟସ୍ତବହୁଳ ପଲାସୁଣୀ ଛକରେ ସୋମବାର ଏକ ଅଭାବନୀୟ ସଡ଼କ ଦୁର୍ଘଟଣା ଘଟିଛି। କଟକ ପଟୁ ଅତି ଦ୍ରୁତ ଗତିରେ ଆସୁଥିବା ଏକ କାର୍,...

ଅଞ୍ଚଳ ପାଇଁ ଗୌରବ ଆଣିଲେ ଗୋରା ସିଂ: OPSC ପରୀକ୍ଷାରେ ୬୩ତମ ର଼୍ୟାଙ୍କ ରଖି କୃତକାର୍ଯ୍ୟ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କିର୍ତ୍ତି): ଦୃଢ ଇଚ୍ଛାଶକ୍ତି ଓ ପରିଶ୍ରମ ଆଗରେ ହାର ମାନିଛି ଦାରିଦ୍ର୍ୟ। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସୁଯୋଗ୍ୟ ସନ୍ତାନ ଗୋରା...

ଆକ୍ସନ ମୋଡରେ ଯୋଗାଣ ନିରୀକ୍ଷକ: ଗାଁରେ ପହଞ୍ଚି ନିଜେ ବାଣ୍ଟିଲେ ବଞ୍ଚିତ ହିତାଧିକାରୀଙ୍କୁ ଚାଉଳ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କୀର୍ତ୍ତି): ଚମ୍ପାଛୁଆଁ ଗ୍ରାମର ହିତାଧିକାରୀମାନେ ଚଳିତ ବର୍ଷର ୩ ମାସର ପିଡିଏସ ଚାଉଳ ପାଇବାରୁ ବଞ୍ଚିତ ଥିବା ନେଇ ‘ଧରିତ୍ରୀ’ ରେ ଖବର...

ଭାରତ ମାତା ପୂଜନ ଉତ୍ସବରେ ଦୁଲୁକିବ ମଞ୍ଚ, ସାଂସ୍କୃତିକ କାର୍ଯ୍ୟକ୍ରମରେ ମୁଖ୍ୟ ଆକର୍ଷଣ ରହିଛି…

ଦାରିଙ୍ଗବାଡି, ୧୯।୧ (ଅରୁଣ ସାହୁ ): ଆସନ୍ତା ସାଧାରଣତନ୍ତ୍ର ଦିବସରେ ୧୪ ତମ ଭାରତ ମାତା ପୂଜନ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ ସିମନବାଡି ଦୁର୍ଗା...

ଓଡ଼ିଶାରେ ବଦଳିବ ୪୫ ବର୍ଷର ପୁରୁଣା ରାଜସ୍ୱ ଆଇନ: ଆସିବା ନୂଆ ‘ଲ୍ୟାଣ୍ଡ ମ୍ୟାନେଜମେଣ୍ଟ ଆକ୍ଟ’

ଭୁବନେଶ୍ୱର,୧୯।୧: ରାଜ୍ୟରେ ଜମିଜମା ପ୍ରଶାସନକୁ ଅଧିକ ସରଳ, ସ୍ୱଚ୍ଛ ଏବଂ ଲୋକାଭିମୁଖୀ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଦୀର୍ଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri