ବିଜେଡିରେ ହଲଚଲ, ଶ୍ରୀମୟୀ ମିଶ୍ର ସସ୍ପେଣ୍ଡ

ଭୁବନେଶ୍ୱର,୨୩।୯: ବିଜେଡିରୁ ଆସିଲା ବଡ଼ ଖବର। ବିଜେଡ଼ିରୁ ବିଦା ହେଲେ ଶ୍ରୀମୟୀ ମିଶ୍ର । ଶ୍ରୀମୟୀ ମିଶ୍ର ବିଜେଡିରୁ ନିଲମ୍ବିତ ହୋଇଛନ୍ତି । ବିଜେଡ଼ି କାର୍ଯ୍ୟାଳୟ ତରଫରୁ ଏନେଇ ବିଜ୍ଞପ୍ତି ଜାରି ହୋଇଛି । ମହିଳା ବ୍ୟାପାର ସାଧାରଣ ସଂପାଦିକା ଥିଲେ ଶ୍ରୀମୟୀ ସୋସିଆଲ ମିଡିଆରେ ଟିପ୍ପଣୀକୁ ନେଇ ଚର୍ଚ୍ଚାରେ ଥିଲେ। ‘ଧୃତରାଷ୍ଟ୍ର’ ଓ ‘ଭଣ୍ଡ ସନ୍ନ୍ୟାସୀ’ ଆଦି ପ୍ରସଙ୍ଗ ଉଠାଇ ପରୋକ୍ଷରେ ବିଜେଡିକୁ ଟାର୍ଗେଟ କରୁଥିବା କୁହାଯାଉଛି। ପୂର୍ବରୁ ଚେତାବନୀ ଦେଇଥିବା ବିଜେଡି ଆଜି ଶ୍ରୀମୟୀଙ୍କୁ ଦଳରୁ ବହିଷ୍କୃତ କରିଛି ।

ମହିଳା ବ୍ୟାପାର ସାଧାରଣ ସଂପାଦିକା ଭାବେ ଶ୍ରୀମୟୀ ମିଶ୍ର ଦାୟିତ୍ୱ ତୁଲାଉଥିଲେ । କିନ୍ତୁ ଦୀର୍ଘ ଦିନ ଧରି ଚୁପ ଥିବା ଶ୍ରୀମୟୀଙ୍କ ସୋସିଆଲ ମିଡିଆରେ ତେରଛା ବାଣ ମାରିଥିଲେ । ସିଧାସିଧା କୌଣସି ବ୍ୟକ୍ତିବିଶେଷ କିମ୍ୱା ଦଳ ନାମ ନେଇନଥିଲେ ବି ଶ୍ରୀମୟଙ୍କ ପୋଷ୍ଟ ଯୋଗୁଁ ବିଜେଡି ଖପ୍ପା ହୋଇଥିଲା । ଯାହାର ପରିମାଣ ଆଜି ତାଙ୍କୁ ନିଲମ୍ୱିତ କରାଯାଇଛି । କେବଳ ଶ୍ରୀମୟୀ ନୁହଁନ୍ତି ମୟୂରଭଞ୍ଜ ଜିଲ୍ଲାର ଆଉ ୨ ସଦସ୍ୟ ବି ବିଜେଡିରୁ ନିଲମ୍ବିତ ହୋଇଛନ୍ତି ।

କିଛି ଦିନ ପୂର୍ବରୁ ଶ୍ରୀମୟୀ ସୋସିଆଲ ମିଡିଆରେ ପୋଷ୍ଟ କରିଥିଲେ: “ଯେଉଁ ବ୍ୟକ୍ତି ଜୀବନର ସମସ୍ତ ସୁଖ ଏବଂ ଆସକ୍ତିକୁ ପରିତ୍ୟାଗ କରିଛନ୍ତି ତାଙ୍କୁ ସନ୍ୟାସୀ କୁହାଯାଇପାରିବ। କିନ୍ତୁ ସମାଜରେ ଅନେକ ଲୋକ ଅଛନ୍ତି ଯେଉଁମାନେ ସୁଖ ଏବଂ ମହତ୍ତ୍ୱାକାଂକ୍ଷାକୁ ଆବଦ୍ଧ ରହି ନିଜକୁ ସନ୍ଥ ବୋଲି ଦାବି କରନ୍ତି। ଏହି ଲୋକମାନେ ଭଣ୍ଡ ସନ୍ୟାସୀ।”

 

 


Enter your email to get our daily news in your inbox.

All Right Reserved By Dharitri.Com

ଘର ଆଗରେ ମା’-ଝିଅଙ୍କୁ ଅସଦାଚରଣ, ଥାନାରେ ଏତଲା ଦେବା ପରେ…

ଦିଗପହଣ୍ଡି,୬ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ ଅଧୀନ ଏକ ଗାଁରେ ଜଣେ ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ ଗ୍ରାମର ଏ.ଶଙ୍କର ପାତ୍ର…

‘ଏବେଠାରୁ ସଚେତନ ନ ରହିଲେ ଭବିଷ୍ୟତ ପିଢ଼ି ପାଇଁ ସ୍ଥିତି ହେବ ଭୟଙ୍କର’

ମହାକାଳପଡ଼ା,୬ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବେଣାକନ୍ଧାସ୍ଥିତ ତପୋବନ ଉଚ୍ଚ ବିଦ୍ୟାଳୟ ଇକୋ କ୍ଲବ୍‌ ଜାତୀୟ ସବୁଜ ବାହିନୀ ପକ୍ଷରୁ ୫୪ ତମ ବିଶ୍ୱ…

ଜଗା ଦର୍ଶନ ସାରି ଫେରୁଥିଲେ, ଘରକୁ ଧକ୍କା ଦେଲା ବୋଲେରୋ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୬ା୬(ସବିତା ମିଶ୍ର): ଜଗା ଦର୍ଶନ ସାରି ଫେରିବା ବେଳେ ରାସ୍ତାକଡ଼ରେ ଥିବା ଏକ ଘରକୁ ଧକ୍କା ଦେଇଛି ଏକ ବୋଲେରୋ। ଫଳରେ ଏଥିରେ ୮ ଜଣ ଆହତ…

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ପୁଳାପୁଳା ସମ୍ପତ୍ତି ଠାବ

ବାଲିଗୁଡା,୬।୬:(ସଞ୍ଜୟ କୁମାର ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ବାଲିଗୁଡା ITDAର ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଭିଜିଲାନ୍ସ…

ହଠାତ୍‌ ଘରେ ପଶିଲେ ଦୁର୍ବୃତ୍ତ: ବେକରେ ଭୁଜାଲି ଲଗାଇ ଲୁଟିନେଲେ ଅଳଙ୍କାର ସହ ନଗଦ ଟଙ୍କା

ଆଳି, ୬।୬(ବନମାଳୀ ସେନାପତି): ବନ୍ଧୁକ ମୁନରେ ଲୁଟିନେଲେ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା l ଶୁକ୍ରବାର ସନ୍ଧ୍ୟା ପ୍ରାୟ ୮.୩୦ ସମୟରେ…

ଟସ୍‌ ଜିତିଲା ଭାରତ: ଡେବ୍ୟୁ କରୁଛନ୍ତି ମାନବ

ଚଣ୍ଡିଗଡ,୬।୬:ଭାରତ ବନାମ ଆଫଗାନିସ୍ତାନ ଟେଷ୍ଟ ମ୍ୟାଚ ଆଜିଠାରୁ ଆରମ୍ଭ ହୋଇଛି। ଶୁବମନ ଗିଲ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦୁଇ ଦଳ ୮…

ଇସ୍କନ୍‌ର ଅଦିନିଆ ରଥଯାତ୍ରା: ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି ମହାରାଜା

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ):ବାରମ୍ବାର ବାରଣ ଏବଂ ଅନୁରୋଧ କରିବା ପରେ ବି ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ୍‌। ବିଦେଶରେ ବର୍ଷର ବିଭିନ୍ନ ସମୟରେ ରଥଯାତ୍ରା…

ବରିଷ୍ଠ ଶିଶୁ ବିଶେଷଜ୍ଞ ପଲଉ ପ୍ରଧାନଙ୍କ ପରଲୋକ: ଅନେକଙ୍କ ପାଇଁ ଥିଲେ ଆଶାର ଆଲୋକ

ଭବାନୀପାଟଣା,୬।୬(ଉତ୍ତମ କୁମାର ଦାଶ):ବରିଷ୍ଠ ଶିଶୁ ବିଶେଷଜ୍ଞ ତଥା ଅବସରପ୍ରାପ୍ତ ଡାକ୍ତର ପଲଉ ପ୍ରଧାନ (୭୦)ଙ୍କ ଶନିବାର ସକାଳେ ପରଲୋକ ହୋଇଯାଇଛି। ତାମିଲନାଡୁର କୋଏମ୍ବାଟୁରର ଏକ ହୋଟେଲରେ ହୃଦଘାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri