Posted inଖେଳ

ଶ୍ରୀଶଙ୍କର ଜିତିଲେ ସ୍ବର୍ଣ୍ଣ ପଦକ

ନୂଆଦିଲ୍ଲୀ, ୩ା୫ (ପି.ଟି.): ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌ଏ)ର ଚୁଲା ଭିଷ୍ଟାଠାରେ ଅନୁଷ୍ଠିତ ଏମ୍‌ଭିଏ ହାଇପରଫର୍ମାନ୍ସ ଆଥ୍‌ଲେଟିକ୍ସ ମିଟ୍‌ରେ ଭାରତୀୟ ଲଙ୍ଗଜମ୍ପର ମୁରଲୀ ଶ୍ରୀଶଙ୍କର ୮.୨୯ ମିଟର ଜମ୍ପ୍‌ କରି ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଏହା ତାଙ୍କ ଗତ ବର୍ଷର ବ୍ୟକ୍ତିଗତ ଶ୍ରେଷ୍ଠ ୮.୩୬ ମିଟରଠାରୁ ୦.୦୭ ମିଟର କମ୍‌ ରହିଛି। ଚଳିତ ସିଜନରେ ଏହା ଥିଲା ତାଙ୍କର ଦ୍ୱିତୀୟ ଇଭେଣ୍ଟ। ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨୦୨୨ରେ ସେ ଏକ ସ୍ବର୍ଣ୍ଣ ପଦକ ଲାଭ କରିଥିଲେ। ଚାଇନାର ମା ଓ୍ବିଡଙ୍ଗ୍‌ (୭.୯୯ ମିଟର) ନିଜ ଦେଶର ହୁଆଫେଙ୍ଗ୍‌ ହୁଆଙ୍ଗ୍‌ (୭.୬୧ ମିଟର)ଙ୍କଠାରୁ ଆଗରେ ରହି ଦ୍ୱିତୀୟ ସ୍ଥାନ ଅଧିକାର କରିବା ସହ ରୌପ୍ୟ ଜିତିଛନ୍ତି। ଆସନ୍ତା ଅଗଷ୍ଟରେ ବୁଦାପେଷ୍ଟଠାରେ ହେବାକୁଥିବା ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ୨୦୨୩ ପାଇଁ କ୍ୱାଲିଫାଇଂ ଷ୍ଟାଣ୍ଡାର୍ଡ ୮.୨୫ ମିଟର ରହିଛି। ଗତ ମାସ ପ୍ରାରମ୍ଭରେ ବେଙ୍ଗାଲୁରୁରେ ଅନୁଷ୍ଠିତ ଇଣ୍ଡିଆନ ଗ୍ରଁା ପ୍ରିରେ ଶ୍ରୀଶଙ୍କର ୭.୯୪ ମିଟର ଜମ୍ପ କରିଥିଲେ। ପୂର୍ବରୁ ସେ ୮.୩୬ ମିଟର ଜମ୍ପ୍‌ କରି ଜାତୀୟ ରେକର୍ଡ କରିଥିଲେ। କିନ୍ତୁ ମାର୍ଚ୍ଚରେ ଇଣ୍ଡିଆନ ଓପନ ଜମ୍ପ୍ସ ଚାମ୍ପିୟନଶିପ୍‌ରେ ଜେସଓ୍ବିନ ଆଲ୍‌ଡ୍ରିନ୍‌ (୮.୪୨ମିଟର) ତାଙ୍କର ଏହି ରେକର୍ଡକୁ ଭଙ୍ଗ କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 World Cup 2026 ପୂର୍ବରୁ ଅଷ୍ଟ୍ରେଲିଆ ପାଇଁ ସତର୍କ ଘଣ୍ଟି, ଷ୍ଟାର ଖେଳାଳି ଆହତ

ନୂଆଦିଲ୍ଲୀ,୨୭।୧୨: ୨୦୨୬ ଟି-୨୦ ବିଶ୍ୱକପ୍ ଭାରତ ଏବଂ ଶ୍ରୀଲଙ୍କା ମିଳିତ ଭାବରେ ଆୟୋଜନ କରିବାକୁ ସ୍ଥିର ହୋଇଛି ଏବଂ ଆଇସିସି ଏହାର କାର୍ଯ୍ୟସୂଚୀ ପ୍ରକାଶ କରିଛି...

ମାତ୍ର ୨ଟି ମ୍ୟାଚ ଖେଳି ମାଲାମାଲ୍‌ ହେଲେ ବିରାଟ-ରୋହିତ, ବିଜୟ ହଜାରେ ଟ୍ରଫିରେ ମିଳିଲା ଏତେ ଦରମା

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ରୋହିତ ଶର୍ମା ଏବଂ ବିରାଟ କୋହଲି ବହୁ ବର୍ଷ ପରେ ଖେଳୁଥିବା ନଜର ଆସିଛନ୍ତି। ରିପୋର୍ଟ ହୋଇଥିଲା ଯେ...

ସଜେଇ ହେଉଛି ଦାରିଙ୍ଗବାଡି: ଶୀତ ମହୋତ୍ସବ ପାଇଁ ବଢୁଛି ଉତ୍କଣ୍ଠା

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି।ଏଥିପାଇଁ ଦାରିଙ୍ଗବାଡି ଚଳ ଚଞ୍ଚଳ ହୋଇପଡିଛି।...

ହାତୀ ପାଇଁ ବନ୍ଦ ହେଲା ଶିଖରଚଣ୍ଡୀ, ପୁଣି ଏହି ଦିନ ଖୋଲିବ

ଭୁବନେଶ୍ବର, ୨୭।୧୨: ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ । ଶିଖରଚଣ୍ଡୀ ମନ୍ଦିର ପ୍ରବେଶ ଗେଟ୍‌ରେ ତାଲା ପକାଇଲା ବନ ବିଭାଗ । ହାତୀ ପାଇଁ ଏଭଳି...

ଭୟଙ୍କର ଦୁର୍ଘଟଣା: ପଛକୁ ପଛ ପିଟିହେଲା ୫୦ ଗାଡ଼ି, ଲାଗିଲା ନିଆଁ

ନୂଆବର୍ଷ,୨୭।୧୨: ବର୍ଷ ଶେଷ ହେବା ଏବଂ ନୂତନ ବର୍ଷର ଛୁଟି ଆରମ୍ଭ ହେବା ମାତ୍ରେ ଜାପାନରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବରଫ...

ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼

ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ...

Salman Khan Birthday: ସଲମାନଙ୍କୁ 60 ବର୍ଷ…କ୍ୟାମେରା ସାମ୍ନାରେ କାଟିଲେ କେକ୍, ଜାଣନ୍ତୁ ଗେଷ୍ଟ ଲିଷ୍ଟ

ନୂଆଦିଲ୍ଲୀ,୨୭ା୧୨ : ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଜି ଜନ୍ମଦିନ ।  ୬୦ତମ ଜନ୍ମଦିନକୁ ବହୁତ ଉତ୍ସାହ ଏବଂ ହୃଦୟସ୍ପର୍ଶୀ ଶୈଳୀରେ ପାଳନ କରିଥିଲେ। ଅଭିନେତା...

ବାଲ ଧନୁଯାତ୍ରାରେ ରଙ୍ଗସଭା: କମାଲ କଲେ ସତ୍ୟଜିତ

ମଥୁରା ନଗରୀ,୨୭।୧୨:ବରଗଡ଼ ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଚାଲିଥିବା ବାଲ ଧନୁଯାତ୍ରାର ଦ୍ବିତୀୟ ଦିବସରେ ମହାରାଜ କଂସଙ୍କ ଦରବାରରେ ରଙ୍ଗସଭା ଅନୁଷ୍ଠିତ ହୋଇଥିଲା। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri