Posted inଖେଳ

ଶ୍ରୀଶଙ୍କର ଜିତିଲେ ସ୍ବର୍ଣ୍ଣ ପଦକ

ନୂଆଦିଲ୍ଲୀ, ୩ା୫ (ପି.ଟି.): ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌ଏ)ର ଚୁଲା ଭିଷ୍ଟାଠାରେ ଅନୁଷ୍ଠିତ ଏମ୍‌ଭିଏ ହାଇପରଫର୍ମାନ୍ସ ଆଥ୍‌ଲେଟିକ୍ସ ମିଟ୍‌ରେ ଭାରତୀୟ ଲଙ୍ଗଜମ୍ପର ମୁରଲୀ ଶ୍ରୀଶଙ୍କର ୮.୨୯ ମିଟର ଜମ୍ପ୍‌ କରି ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଏହା ତାଙ୍କ ଗତ ବର୍ଷର ବ୍ୟକ୍ତିଗତ ଶ୍ରେଷ୍ଠ ୮.୩୬ ମିଟରଠାରୁ ୦.୦୭ ମିଟର କମ୍‌ ରହିଛି। ଚଳିତ ସିଜନରେ ଏହା ଥିଲା ତାଙ୍କର ଦ୍ୱିତୀୟ ଇଭେଣ୍ଟ। ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨୦୨୨ରେ ସେ ଏକ ସ୍ବର୍ଣ୍ଣ ପଦକ ଲାଭ କରିଥିଲେ। ଚାଇନାର ମା ଓ୍ବିଡଙ୍ଗ୍‌ (୭.୯୯ ମିଟର) ନିଜ ଦେଶର ହୁଆଫେଙ୍ଗ୍‌ ହୁଆଙ୍ଗ୍‌ (୭.୬୧ ମିଟର)ଙ୍କଠାରୁ ଆଗରେ ରହି ଦ୍ୱିତୀୟ ସ୍ଥାନ ଅଧିକାର କରିବା ସହ ରୌପ୍ୟ ଜିତିଛନ୍ତି। ଆସନ୍ତା ଅଗଷ୍ଟରେ ବୁଦାପେଷ୍ଟଠାରେ ହେବାକୁଥିବା ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ୨୦୨୩ ପାଇଁ କ୍ୱାଲିଫାଇଂ ଷ୍ଟାଣ୍ଡାର୍ଡ ୮.୨୫ ମିଟର ରହିଛି। ଗତ ମାସ ପ୍ରାରମ୍ଭରେ ବେଙ୍ଗାଲୁରୁରେ ଅନୁଷ୍ଠିତ ଇଣ୍ଡିଆନ ଗ୍ରଁା ପ୍ରିରେ ଶ୍ରୀଶଙ୍କର ୭.୯୪ ମିଟର ଜମ୍ପ କରିଥିଲେ। ପୂର୍ବରୁ ସେ ୮.୩୬ ମିଟର ଜମ୍ପ୍‌ କରି ଜାତୀୟ ରେକର୍ଡ କରିଥିଲେ। କିନ୍ତୁ ମାର୍ଚ୍ଚରେ ଇଣ୍ଡିଆନ ଓପନ ଜମ୍ପ୍ସ ଚାମ୍ପିୟନଶିପ୍‌ରେ ଜେସଓ୍ବିନ ଆଲ୍‌ଡ୍ରିନ୍‌ (୮.୪୨ମିଟର) ତାଙ୍କର ଏହି ରେକର୍ଡକୁ ଭଙ୍ଗ କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri