Posted inଖେଳ

ଶ୍ରୀଲଙ୍କା ଆଗରେ ୩୫୮ରନ୍‌ର ବିଶାଳ ଟାର୍ଗେଟ୍‌ ରଖିଲା ଭାରତ

ମୁମ୍ବାଇ,୨।୧୦: ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମରେ ଖେଳାଯାଉଥିବା ୨୦୨୩ କ୍ରିକେଟ ବିଶ୍ୱକପ୍‌ର ୩୩ତମ ମ୍ୟାଚ୍‌ରେ ଶ୍ରୀଲଙ୍କା ଅଧିନାୟକ କୁଶଲ ମେଣ୍ଡିସ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଆମନ୍ତ୍ରଣ ପାଇ ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ବ୍ୟାଟିଂ କରି ନିର୍ଦ୍ଧାରିତ ୫୦ ଓଭରରେ ୮ ଉଇକେଟ ହରାଇ ୩୫୭ ରନ କରିଛି। ଫଳରେ ଶ୍ରୀଲଙ୍କା ଆଗରେ ୩୫୮ରନ୍‌ର ବିଶାଳ ଟାର୍ଗେଟ୍‌ ରଖିଛି ଭାରତ।

ଅଧିନାୟକ ରୋହିତ ଶର୍ମା ୨ଟି ବଲ ଖେଳି ୪ ରନ କରି ଆଉଟ ହୋଇଯାଇଥିଲେ। ଫଳରେ ଭାରତକୁ ପ୍ରାରମ୍ଭିକ ଝଟକା ଲାଗିଥିଲା। ପରେ ବିରାଟ କୋହଲି ଏବଂ ଶୁବମନ୍‌ ଗିଲ୍‌ ଗୁରୁତ୍ୱପୂର୍ଣ୍ଣ ଇନିଂସ୍‌ ଖେଳି ଶତକୀୟ ଭାଗୀଦାରି କରିଥିଲେ। ବିରାଟ ୯୪ ବଲରେ ୧୧ ଚଉକା ସହାୟତାରେ ୮୮ ରନ୍‌ କରିଥିବା ବେଳେ ଶୁବମନ୍‌ ୯୨ ବଲରେ ୧୧ ଚଉକା ଏବଂ ୨ ଛକା ସହାୟତାରେ ୯୨ ରନ୍‌ କରି ଆଉଟ୍‌ ହୋଇଥିଲେ। ପରେ ଶ୍ରେୟସ ଆୟର ୫୬ ବଲ୍‌ରେ ୩ ଚଉକା ଏବଂ ୬ ଛକା ସହାୟତାରେ ୮୨ ରନ୍‌ର ଦମ୍‌ଦାର ଇନିଂସ୍‌ ଖେଳିଥିଲେ।

ସେହିପରି କେ.ଏଲ୍‌. ରାହୁଲ ୨୧ ରନ କରିଥିବା ବେଳେ ସୂର୍ଯ୍ୟକୁମାର ଯାଦବ ୧୨ ରନ କରିଥିଲେ। ଶେଷ ବେଳକୁ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ୨୪ଟି ବଲ ଖେଳି ଗୋଟିଏ ଚଉକା ଏବଂ ଗୋଟିଏ ଛକା ସହାୟତାରେ ୩୫ ରନ୍‌ କରିଥିଲେ। ମହମ୍ମଦ ସାମି ୨ ରନ କରିଥିବା ବେଳେ ଯଶପ୍ରୀତ ବୁମରା ୧ ରନ କରି ଅପରାଜିତ ରହିଥିଲେ। ଫଳରେ ଭାରତ ୫୦ ଓଭରରେ ୮ ଉଇକେଟ ହରାଇ ୩୫୭ ରନ କରିବାରେ ସକ୍ଷମ ହୋଇଥିଲା। ଶ୍ରୀଲଙ୍କାର ଦିଲସାନ ମଧୁଶଙ୍କା ସର୍ବାଧିକ ୫ ଉଇକେଟ ନେଇଥିବା ବେଳେ ଦୁଷ୍ମନ୍ତ ଚାମିରାଙ୍କୁ ଗୋଟିଏ ଉଇକେଟ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତାତିରୁ ମିଳିଲା ତ୍ରାହି; ରାଜଧାନୀରେ ଘଡ଼ଘଡ଼ି ସହ କୁଆପଥର ବର୍ଷା

ଭୁବନେଶ୍ବର,୨୬ା୩: ଭୁବନେଶ୍ବରରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ପବନ, ଘଡ଼ଘଡ଼ି ସହିତ କୁଆପଥର ବର୍ଷା ହୋଇଛି । ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଯୋଗୁ…

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

ମଧ୍ୟପ୍ରାଚ୍ୟ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ମୋଦିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଦୃଷ୍ଟିରେ ରଖି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୭ ମାର୍ଚ୍ଚ, ୨୦୨୬ ସା ୬ଟା ୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ହର୍ମୁଜକୁ ନେଇ ବଡ଼ ଯୋଜନାରେ ଅଛି ଇରାନ? ସଂସଦରେ ଉପସ୍ଥାପନ ହେବ ବିଲ୍‌! ଜାଣନ୍ତୁ ଭାରତ ଉପରେ କ’ଣ ପଡିବ ପ୍ରଭାବ

ତେହରାନ୍‌,୨୬।୩: ଇରାନ-ଇସ୍ରାଏଲ-ଆମେରିକା ବିବାଦ ମଧ୍ୟରେ, ଇରାନ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛି। ଇରାନ ସଂସଦ ଏବେ ଏକ ବିଲ ପ୍ରସ୍ତୁତ କରିବାକୁ ପ୍ରସ୍ତୁତ…

ବହୁଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲା; ୫ବର୍ଷ ପରେ ମିଳିଲା ନ୍ୟାୟ, ଏକକାଳୀନ ୭ ଅଭିଯୁକ୍ତଙ୍କୁ…..

ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା…

ସୋନିଆଙ୍କ ସ୍ବାସ୍ଥ୍ୟକୁ ନେଇ ଆସିଲା ବଡ଼ ଅପଡେଟ, ଆଣ୍ଟିବାୟୋଟିକରେ ଚାଲିଛି ଚିକିତ୍ସା

ନୂଆଦିଲ୍ଲୀ,୨୬।୩: କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ମିଳିଛି। ଦିଲ୍ଲୀର ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୋନିଆ ଗାନ୍ଧୀ…

ପ୍ରଧାନମନ୍ତ୍ରୀ ମୋଦି, ନିର୍ବାଚନ କମିଶନଙ୍କ AI ଭିଡିଓ ଭାଇରାଲ, X ବିରୋଧରେ ମାମଲା ରୁଜୁ

ନୂଆଦିଲ୍ଲୀ,୨୬।୩: କେରଳ ପୋଲିସର ସାଇବର ଶାଖା ସୋସିଆଲ ମିଡିଆ ପ୍ଲାଟଫର୍ମ X ଏବଂ ଏହାର ଏକ ହ୍ୟାଣ୍ଡେଲ ବିରୋଧରେ ଏକ ମାମଲା ରୁଜୁ କରିଛି। ଅଭିଯୋଗ ହୋଇଛି…

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri