Posted inଖେଳ

ଦ୍ୱିତୀୟ ଟେଷ୍ଟ ପୂର୍ବରୁ ଭାରତୀୟ ଟିମ୍‌ରେ ବଡ଼ ପରିବର୍ତ୍ତନ, ହଠାତ ଦଳରେ ସାମିଲ ହେଲେ…

ନୂଆଦିଲ୍ଲୀ,୧୪।୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ଫେବୃୟାରୀ ୧୭ରେ ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯିବ। ଏହି ମୁକାବିଲା ପୂର୍ବରୁ ଭାରତୀୟ ଟିମ୍‌ ସହ ଜଡ଼ିତ ବଡ଼ ଖବର ସାମ୍ନାକୁ ଆସିଛି। ତାରକା ବ୍ୟାଟ୍ସମ୍ୟାନ୍‌ ଶ୍ରେୟସ ଆୟର ସମ୍ପୂର୍ଣ୍ଣ ଭାବେ ଫିଟ୍‌ ହୋଇଛନ୍ତି। ଏଥିଲାଗି ତାଙ୍କୁ ଦଳରେ ସାମିଲ କରାଯାଇଛି। ଦିଲ୍ଲୀ ଟେଷ୍ଟ ପାଇଁ ଦଳ ସହ ଯୋଡ଼ି ହେବେ ବୋଲି ବିସିସିଆଇ ପକ୍ଷରୁ ସୂଚନା ଦିଆଯାଇଛି।

ପ୍ରେସ ବିଜ୍ଞପ୍ତି ଜାରି କରି ବିସିସିଆଇ କହିଛି, ବ୍ୟାଟ୍ସମ୍ୟାନ୍‌ ଶ୍ରେୟସ ଆୟର ତାଙ୍କ ପିଠିରେ ଆଘାତ ପାଇବା ପରେ ଜାତୀୟ କ୍ରିକେଟ ଏକାଡେମୀରେ ସଫଳତାର ସହ ରିହାବ୍‌ ଶେଷ କରିଛନ୍ତି। ବିସିସିଆଇ ମେଡିକାଲ ଟିମ୍‌ ତାଙ୍କୁ ମଞ୍ଜୁରି ଦେଇଛି। ବର୍ଡର-ଗାଭାସ୍କର ଟ୍ରଫିରେ ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଟେଷ୍ଟରୁ ଦଳରେ ସାମିଲ ହେବେ।

ଦ୍ୱିତୀୟ ଟେଷ୍ଟ ପାଇଁ ଭାରତୀୟ ଦଳ: ରୋହିତ ଶର୍ମା (ଅଧିନାୟକ), କେ.ଏଲ୍‌. ରାହୁଲ (ଉପଅଧିନାୟକ), ଶୁଭମନ ଗିଲ, ଚେତେଶ୍ୱର ପୂଜାରା, ବିରାଟ କୋହଲି, ଶ୍ରେୟସ ଆୟର, କେ.ଏସ୍‌. ଭରତ (ଉଇକେଟ କିପର), ଇଶାନ କିଶନ (ଉଇକେଟ କିପର), ଆର୍‌. ଅଶ୍ୱିନ, ଅକ୍ଷର ପଟେଲ, କୁଲଦୀପ ଯାଦବ, ରବିନ୍ଦ୍ର ଜାଡେଜା, ମହମ୍ମଦ ଶାମି, ମହମ୍ମଦ ସିରାଜ, ଉମେଶ ଯାଦବ, ସୂର୍ଯ୍ୟକୁମାର ଯାଦବ।


Enter your email to get our daily news in your inbox.

All Right Reserved By Dharitri.Com

୧ ଜୁଲାଇରୁ ବଦଳିଗଲା ଏହି ୧୦ଟି ବଡ଼ ନିୟମ! ଆଇଟିଆର୍‌, କ୍ରେଡିଟ୍ କାର୍ଡଠାରୁ ଆରମ୍ଭ କରି ପିଏଫ୍‌ ଉଠାଣ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୧।୭: ଜୁଲାଇ ଆରମ୍ଭ ହୋଇଯାଇଛି। ଆଇଟିଆର୍ (ITR) ଦାଖଲ ସମୟସୀମାଠାରୁ ଆରମ୍ଭ କରି ୟୁପିଆଇ (UPI) ଭିତ୍ତିକ ପିଏଫ୍ (PF) ଟଙ୍କା ଉଠାଣ ଏବଂ କ୍ରେଡିଟ୍ କାର୍ଡର…

ମାସର ପ୍ରଥମ ଦିନରେ ଶସ୍ତା ହେଲା ସୁନା; ଏତିକି ଖସିଲା ରେଟ! ଜାଣନ୍ତୁ ୧ ଜୁଲାଇର ନୂଆ ରେଟ୍…

ନୂଆଦିଲ୍ଲୀ,୧।୭:  ୧ ଜୁଲାଇ ୨୦୨୬ରେ ସୁନା ଏବଂ ରୂପା ଉଭୟର ମୂଲ୍ୟରେ ହ୍ରାସ ଦେଖିବାକୁ ମିଳିଛି। କ୍ରମାଗତ ଭାବେ ବଢୁଥିବା ମୂଲ୍ୟ ପରେ ଏବେ ଗ୍ରାହକମାନଙ୍କୁ ସାମାନ୍ୟ…

ତାମିଲନାଡୁଗ୍ୟାସ ଟ୍ରାଜେଡି: ଆଖି ବୁଜିଲେ ଆଉ ଜଣେ ଓଡ଼ିଆ ଯୁବତୀ

ଭୁବନେଶ୍ୱର,୧।୭: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ବୁଧବାର ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

ଦେଶରେ ୫ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଜାଣନ୍ତୁ କେଉଁ କମ୍ପାନୀ କଲା ଘୋଷଣା

ନୂଆଦିଲ୍ଲୀ,୧।୭: ଦେଶର କୋଟି କୋଟି ଜନତାଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ଦେଶରେ ଇନ୍ଧନ ମୂଲ୍ୟରେ…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର: ୬ରୁ ୧୯ ଜୁଲାଇ ପର୍ଯ୍ୟନ୍ତ ସବୁ ସ୍କୁଲ ବନ୍ଦ, ଜାଣନ୍ତୁ କେବେ ଖୋଲିବ…

ନୂଆଦିଲ୍ଲୀ,୧।୭: କଶ୍ମୀର ଉପତ୍ୟକାରେ ବଢୁଥିବା ଗରମ ଓ ଗୁଳୁଗୁଳି ମଧ୍ୟରେ ସ୍କୁଲ ପିଲାମାନଙ୍କ ପାଇଁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ଆସିଛି। ଜମ୍ମୁ-କଶ୍ମୀର ସରକାର କଶ୍ମୀର…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri