Posted inଖେଳ

ଚୌକା-ଛକା ବର୍ଷା କରି ୪ ବଡ଼ ରେକର୍ଡ ଭାଙ୍ଗିଦେଲେ ଶ୍ରେୟସ ଆୟର

ଲକ୍ଷ୍ନୌ,୭।୧୦: ଶ୍ରେୟସ ଆୟରଙ୍କ ଧୂଆଁଧାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ରେ ଭାରତ ୮ ଉଇକେଟରେ ବଡ଼ ବିଜୟ ହାସଲ କରିଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ ପ୍ରଥମେ ବ୍ୟାଟିଂ କରି ୧୭୧ ରନ କରିଥିବା ବେଳେ ଭାରତ ମାତ୍ର ୧୪.୪ ଓଭରରେ ଲକ୍ଷ୍ୟ ହାସଲ କରିନେଇଥିଲା। ୱେଷ୍ଟଇଣ୍ଡିଜ ପକ୍ଷରୁ ଶାଇ ହୋପ ୫୨ ଏବଂ ଶେରଫେନ ରଦରଫୋର୍ଡ ୫୬ ରନ କରି ଅର୍ଦ୍ଧଶତକ ହାସଲ କରିଥିଲେ। ଫଳରେ ଦଳ ୧୭୧ ରନର ଚ୍ୟାଲେଞ୍ଜିଂ ସ୍କୋର ଛିଡ଼ା କରିଥିଲା।

୧୭୨ ରନର ଲକ୍ଷ୍ୟ ପିଛା କରିବାକୁ ଯାଇ ଭାରତର ଆରମ୍ଭ ଭଲ ହୋଇ ନ ଥିଲା। ସଞ୍ଜୁ ସାମସନ ୧୧ ଏବଂ ଅଭିଷେକ ଶର୍ମା ୨୧ ରନ କରି ଆଉଟ ହୋଇଥିଲେ। ମାତ୍ର ୩୫ ରନରେ ଦୁଇ ଓପନରଙ୍କୁ ହରାଇଥିଲା ଭାରତ। ଏହାପରେ କ୍ରିଜକୁ ଆସିଥିବା ଅଧିନାୟକ ଶ୍ରେୟସ ଅୟର ଇଶାନ କିଶନଙ୍କ ସହ ମିଶି ଇନିଂସକୁ ସମ୍ଭାଳିଥିଲେ। ଦୁହେଁ ମିଶି ଆଉ କୌଣସି ଉଇକେଟ ପଡ଼ିବାକୁ ଦେଇ ନ ଥିଲେ। ଶ୍ରେୟସ ମାତ୍ର ୪୩ ବଲରେ ୬ ଛକା ଓ ୧୦ ଚୌକା ସହ ଅପରାଜିତ ୧୦୨ ରନ କରିଥିଲେ। ଅନ୍ୟପଟେ ଇଶାନ କିଶନ ୩୭ ରନ କରି ଅପରାଜିତ ରହିଥିଲେ।
ଏହି ଶତକ ସହ ଶ୍ରେୟସ ଏକ ବଡ଼ ରେକର୍ଡ ନିଜ ନାମରେ କରିଛନ୍ତି। ଅନ୍ତର୍ଜାତୀୟ ଟି-୨୦ରେ ସଫଳ ରନ ଚେଜ୍‌ରେ ସର୍ବାଧିକ ବ୍ୟକ୍ତିଗତ ସ୍କୋର କରିଥିବା ଭାରତୀୟ ବ୍ୟାଟର ହୋଇଛନ୍ତି ଅୟର। ଏହା ପୂର୍ବରୁ ଏହି ରେକର୍ଡ ୧୦୧ ରନ୍‌ର ପାଳି ସହ କେଏଲ ରାହୁଲଙ୍କ ନାମରେ ଥିଲା।
ଶ୍ରେୟସ ଅୟର ୱେଷ୍ଟଇଣ୍ଡିଜ ବିପକ୍ଷରେ ଅନ୍ତର୍ଜାତୀୟ ଟି-୨୦ରେ ଦ୍ରୁତତମ ଶତକ ହାସଲ କରିଥିବା ଭାରତୀୟ ବ୍ୟାଟର ହୋଇଛନ୍ତି। ସେ ମାତ୍ର ୪୨ ବଲରେ ଶତକ ପୂରଣ କରିଥିଲେ। ଏହି ଶତକ ସହ ଅୟର ଆଉ ଏକ ବିଶେଷ ତାଲିକାରେ ସାମିଲ ହୋଇଛନ୍ତି। ଭାରତୀୟ ଅଧିନାୟକ ଭାବେ ଅନ୍ତର୍ଜାତୀୟ ଟି-୨୦ରେ ଶତକ ହାସଲ କରିଥିବା ସେ ତୃତୀୟ ଖେଳାଳି। ତାଙ୍କ ପୂର୍ବରୁ ରୋହିତ ଶର୍ମା ଓ ସୂର୍ଯ୍ୟକୁମାର ଯାଦବ ଅଧିନାୟକ ଭାବେ ଟି-୨୦ରେ ଶତକ ହାସଲ କରିଥିଲେ।

ଶ୍ରେୟସଙ୍କ ନାମରେ ଆଉ ଏକ ବଡ଼ ରେକର୍ଡ ଯୋଡ଼ିଛି। ଅନ୍ତର୍ଜାତୀୟ ଟି-୨୦ରେ ଲକ୍ଷ୍ୟ ପିଛା କରୁଥିବା ବେଳେ ଶତକ ହାସଲ କରିଥିବା ସେ ପ୍ରଥମ ଭାରତୀୟ ଅଧିନାୟକ ହୋଇଛନ୍ତି। ଏହା ପୂର୍ବରୁ ରନ ଚେଜ୍ରେ ଭାରତୀୟ ଅଧିନାୟକଙ୍କ ସର୍ବାଧିକ ବ୍ୟକ୍ତିଗତ ସ୍କୋର ୯୪ ରନ ଥିଲା। ୨୦୧୯ରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ବିରାଟ କୋହଲି ଏହି ଇନିଂସ ଖେଳିଥିଲେ। ଶ୍ରେୟସଙ୍କ ଅପରାଜିତ ୧୦୨ ରନ୍‌ର ବିସ୍ଫୋରକ ଇନିଂସ ଭାରତକୁ ଦ୍ରୁତ ରନ ଚେଜ ସହ ବଡ଼ ବିଜୟ ଦେଇଥିବା ବେଳେ ତାଙ୍କ ନାମରେ ଏକାଧିକ ରେକର୍ଡ ମଧ୍ୟ ଯୋଡ଼ି ହୋଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶଂସା ନୁହେଁ ପ୍ରୋତ୍ସାହନ

ଜାପାନର ଆଇଚି-ନାଗୋୟାରେ ଶେଷ ହୋଇଥିବା ଏସିଆନ ଗେମ୍ସରେ ଚାଇନା, ଜାପାନ, ଦକ୍ଷିଣ କୋରିଆ ପରେ ଭାରତ ୪ର୍ଥ ସ୍ଥାନରେ ରହିଛି। ଏହା ୨୧ ସ୍ବର୍ଣ୍ଣ, ୨୭ ରୌପ୍ୟ…

ଅବ୍ୟବସ୍ଥା ମଧ୍ୟରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ମିଳୁନି ପାନୀୟଜଳ, ସଫା ହେଉନି ଶୌଚାଳୟ

ଝାରସୁଗୁଡ଼ା, ୭ା୧୦(ଆଶିଷ ରଞ୍ଜନ ଦାଶ):ଶିକ୍ଷାର ମାନବୃଦ୍ଧି ସହ ଭିତ୍ତିଭୂମି ସୁଦୃଢ ପାଇଁ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ତେବେ ପ୍ରଶାସନିକ ଅବହେଳା ଯୋଗୁ ଝାରସୁଗୁଡ଼ା…

ଆସନ୍ତା ୮ରେ ଓଡ଼ିଶା ବନ୍ଦ ଡାକରା: ଡିଇଏଲ୍‌ଇଡି ପରୀକ୍ଷାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌

କଟକ,୭।୧୦(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଡିପ୍ଲୋମା ଇନ୍‌ ଏଲିମେଣ୍ଟାରି ଏଜୁକେଶନ (ଡିଇଏଲ୍‌ଇଡି) ପରୀକ୍ଷା ଗତ ୩ ତାରିଖରୁ ଆରମ୍ଭ ହୋଇଛି। ଅଦ୍ୟାବଧି ଏହି…

ଝଡବର୍ଷା ସମ୍ଭାବନା: ୯ ଜିଲାକୁ ଆଲର୍ଟ ଜାରି

ଭୁବନେଶ୍ୱର, ୭ା୧୦ (ବନ୍ଦନା ସେଠୀ):ଆଶ୍ବିନରେ ଅନୁଭୂତ ହେଉଛି ବୈଶାଖ ତାତି। ବର୍ଷା ଛାଡ଼ୁ ଛାଡ଼ୁ ତାପମାତ୍ରାରେ ଲଗାତର ବୃଦ୍ଧି ଘଟି ୩୭ ଡିଗ୍ରୀ ପାଖାପାଖି ହୋଇଛି। ଫଳରେ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୧୦(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଚଳିତମାସ ୧୩ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ…

ଅଭାବ ଆଗରେ ହାର୍‌ ମାନିଲାନି ସ୍ବପ୍ନ: ଶାଢ଼ି ପିନ୍ଧି ଖାଲିପାଦରେ ୧,୬୦୦ ମିଟର ଦୌଡ଼ିଲେ ମହିଳା

ରାଞ୍ଚି, ୭ା୧୦:ପରିସ୍ଥିତି ଯେତେ ପ୍ରତିକୂଳ ହେଉନା କାହିଁକି ମନରେ ଦୃଢ଼ ଇଚ୍ଛାଶକ୍ତି ଓ ସାହସ ଥିଲେ କୌଣସି ବି ବାଧାବିଘ୍ନ ଆପଣଙ୍କୁ ଲକ୍ଷ୍ୟରେ ପହଞ୍ଚତ୍ବାରୁ ଅଟକାଇ ପାରିବନାହିଁ।…

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?