Posted inଖେଳ

ଧୋନୀଙ୍କ ରେକର୍ଡକୁ ଧୂଳିସାତ୍‌ କଲେ ଶ୍ରେୟସ ଆୟର: କରିଦେଲେ ଏମିତି କାରନାମା

ଇନ୍ଦୋର,୧୨।୧୦: ଟି-୨୦ କ୍ରିକେଟ୍‌ରେ ବଡ଼ ସ୍କୋର କରିବା ସହ ଆକ୍ରମଣାତ୍ମକ ବ୍ୟାଟିଂ ଜାରି ରଖିବା ଯେକୌଣସି ଦଳ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ। କିନ୍ତୁ ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଦଳଗୁଡ଼ିକ ଟି-୨୦ କ୍ରିକେଟ୍‌ରେ ବାରମ୍ବାର ୨୦୦ ରନ୍‌ରୁ ଅଧିକ ସ୍କୋର କରି ନୂଆ ରେକର୍ଡ ସୃଷ୍ଟି କରିଛନ୍ତି। ଏହି ମାମଲାରେ ଆୟର ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କୁ ପଛରେ ପକାଇଛନ୍ତି।
ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଦଳଗୁଡ଼ିକ ୧୩୩ଟି ଟି-୨୦ ମ୍ୟାଚ୍‌ରେ ୩୭ ଥର ୨୦୦ କିମ୍ବା ତା’ଠାରୁ ଅଧିକ ରନ କରିଛନ୍ତି। ଅନ୍ୟପଟେ, ଧୋନୀଙ୍କ ଅଧିନାୟକତ୍ୱରେ ୩୩୧ଟି ମ୍ୟାଚ୍‌ରେ ୩୬ ଥର ଏଭଳି ସ୍କୋର ହୋଇଥିଲା। ଏହି ତାଲିକାରେ ବିରାଟ କୋହଲି ତୃତୀୟ, ଫାଫ ଡୁ ପ୍ଲେସିସ ଚତୁର୍ଥ ଏବଂ ରୋହିତ ଶର୍ମା ପଞ୍ଚମ ସ୍ଥାନରେ ରହିଛନ୍ତି।

ଟି-୨୦ରେ ଅଧିନାୟକ ଭାବେ ସର୍ବାଧିକ ୨୦୦+ ସ୍କୋର

– ଶ୍ରେୟସ ଆୟର: ୩୭ ଥର (୧୩୩ ମ୍ୟାଚ)
-ଏମଏସ ଧୋନୀ: ୩୬ ଥର (୩୩୧ ମ୍ୟାଚ)
-ବିରାଟ କୋହଲି: ୨୯ ଥର (୧୯୩ ମ୍ୟାଚ)
-ଫାଫ ଡୁ ପ୍ଲେସିସ: ୨୭ ଥର (୨୩୫ ମ୍ୟାଚ)
-ରୋହିତ ଶର୍ମା: ୨୫ ଥର (୨୨୫ ମ୍ୟାଚ)

ଇନ୍ଦୋରରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତ ୱେଷ୍ଟଇଣ୍ଡିଜକୁ ୧୪ ରନ୍‌ରେ ପରାସ୍ତ କରି ୫ ମ୍ୟାଚ ବିଶିଷ୍ଟ ସିରିଜ୍‌ରେ ୨-୧ରେ ଆଗୁଆ ହୋଇଛି। ପ୍ରଥମେ ବ୍ୟାଟିଂ କରି ଭାରତ ୨୨୩ ରନ ସଂଗ୍ରହ କରିଥିଲା। ଜବାବରେ ୱେଷ୍ଟଇଣ୍ଡିଜ ନିର୍ଦ୍ଧାରିତ ଓଭରରେ ୭ ଉଇକେଟ ହରାଇ ୨୦୯ ରନ କରିପାରିଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କୋହଲିଙ୍କ ଉପରେ ଟଙ୍କା ନେବା ଅଭିଯୋଗ କରିଥିବା ବାବା ଦେଲେ ବଡ଼ ବୟାନ, ଏବେ କହିଲେଣି ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ, ୧୨।୧୦: ମଥୁରାର ବୃନ୍ଦାବନସ୍ଥିତ ରାଧା କୁଟୀ ଆଶ୍ରମରେ ସାଧୁସନ୍ଥମାନେ ଶ୍ରୀକୃଷ୍ଣ ଜନ୍ମଭୂମି ମାମଲାର ପକ୍ଷକାର ଦିନେଶ ଫଳାହାରୀଙ୍କୁ ‘ବ୍ରଜ ରତ୍ନ’ ସମ୍ମାନରେ ସମ୍ମାନିତ କରିଛନ୍ତି। ଭଗବାନ…

୧୫ ବର୍ଷ ପରେ ଟିମ ଇଣ୍ଡିଆରେ ଘଟିଲା ଏମିତି, କ୍ରିକେଟ ଜଗତରେ ଚର୍ଚ୍ଚା

ଇନ୍ଦୋର: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମୁକାବିଲାରେ ଟିମ ଇଣ୍ଡିଆ ୧୪ ରନରେ ବିଜୟୀ ହୋଇଛି। ଏହି ବିଜୟ ସହ ଭାରତ ସିରିଜରେ…

ମାତ୍ର ୧୩ ରନ କରି ଭାରତକୁ ଜିତାଇଲେ ପ୍ରିନ୍ସ, ତାଙ୍କ ବ୍ୟାଟ୍‌ ପଛର ରୋଚକ କାହାଣୀ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇନ୍ଦୋର,୧୨।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦଳ ୧୪ ରନ୍‌ରେ ବିଜୟୀ ହୋଇଛି। ଏହି ମ୍ୟାଚ୍‌ରେ ପ୍ରିନ୍ସ ଯାଦବ ବୋଲିଂରେ କୌଣସି ଉଇକେଟ ନେଇପାରି…

କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ

ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍‌-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…

ବୁଧ ଗୋଚରରେ ଆଜିଠୁ ଆରମ୍ଭ ହେଲା ୫ ରାଶିଙ୍କ ନୂଆ ଅଧ୍ୟାୟ! ଧନଲାଭ ସହ ଚାକିରିରେ ପ୍ରମୋସନ ଯୋଗ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗ୍ରହମାନଙ୍କ ନକ୍ଷତ୍ର ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ। ଅକ୍ଟୋବର ୧୨ ତାରିଖ ସନ୍ଧ୍ୟା ୬ଟା ୪୮ ମିନିଟରେ ବୁଧ…

ଇମ୍ରାନଙ୍କ ମୁକ୍ତି ଦାବି ତେଜିଲା: ଆନ୍ଦୋଳନକାରୀ ରାଜଧାନୀ ମୁହାଁ, ପାକିସ୍ତାନରେ ଜରୁରୀକାଳୀନ ସ୍ଥିତି ଘୋଷଣା

ଇସଲାମାବାଦ,୧୨।୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ମୁକ୍ତ କରିବା ଦାବିରେ ଦେଶରେ ଆନ୍ଦୋଳନ ତିବ୍ର ହେବାରେ ଲାଗିଛି। ଆନ୍ଦୋଳନକାରୀ ରାଜଧାନୀ ମୁହାଁ ହୋଇଛନ୍ତି। ଫଳରେ ପାକିସ୍ତାନରେ ରାଜନୈତିକ…

ଜ୍ଞାନେଶ କୁମାରଙ୍କ ଆଗରେ ରାହୁଲଙ୍କ ବଡ଼ ସର୍ତ୍ତ: କହିଲେ- ଏମିତି କଲେ ଆମେ ଛାଡ଼ିଦେବୁ…

ନୂଆଦିଲ୍ଲୀ,୧୨।୧୦: ସରକାରଙ୍କୁ ଘେରିଛନ୍ତି କଂଗ୍ରେସ ସମେତ ବିରୋଧୀ ଦଳ। ସୋମବାର (୧୨ ଅକ୍ଟୋବର) ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜ୍ଞାନେଶ କୁମାରଙ୍କୁ ଇସ୍ତଫା ଦେଇ ଏହି…

ଭାରତୀୟ କ୍ରିକେଟ୍‌ର ଗୁମର ଖୋଲିଲେ ଗାଭାସ୍କର: ଦେଲେ ଚାଞ୍ଚଲ୍ୟକର ମନ୍ତବ୍ୟ

ନୂଆଦିଲ୍ଲୀ,୧୨।୧୦:ଭାରତୀୟ ଘରୋଇ କ୍ରିକେଟର ସବୁଠାରୁ ପ୍ରତିଷ୍ଠିତ ପ୍ରଥମ ଶ୍ରେଣୀ ଟୁର୍ନାମେଣ୍ଟ ରଣଜୀ ଟ୍ରଫିର ମାନକୁ ନେଇ ପ୍ରଶ୍ନ ଉଠାଇଛନ୍ତି କିମ୍ବଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କର। ରଣଜୀ ଟ୍ରଫିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?