Posted inଖେଳ

ବିଳାସପୂର୍ଣ୍ଣ କାର୍‌ କିଣିଲେ ଶ୍ରେୟାସ, ଦାମ୍‌ ଜାଣିଲେ…

ମୁମ୍ବାଇ,୩।୬: ଭାରତୀୟ ବ୍ୟାଟ୍ସମ୍ୟାନ ତଥା କୋଲକାତା ନାଇଟ ରାଇଡର୍ସ (କେକେଆର୍‌) ଅଧିନାୟକ ଶ୍ରେୟାସ ଆୟର ଏକ ବିଳାସପୂର୍ଣ୍ଣ କାର୍‌ କିଣିଛନ୍ତି। ସେ ମର୍ସିଡିଜ- ଏଏମ୍‌ଜି ଜି ୬୩ ୪ମେଟିକ୍‌ ଏସ୍‌ୟୁଭି କିଣିଛନ୍ତି। ଏହି କାରର ମୂଲ୍ୟ ୨.୪୫ କୋଟି ଟଙ୍କା। ଶ୍ରେୟାସ କାର ନେବା ବେଳର ଫଟୋ ମୁମ୍ବାଇର ମର୍ସିଡିଜ-ବେଞ୍ଜ ଲ୍ୟାଣ୍ଡମାର୍କ କାର୍‌ ଦ୍ୱାରା ଶେୟାର କରାଯାଇଥିଲା। ଶ୍ରେୟାସ କିଣିଥିବା ଏହି ବିଳାସପୂର୍ଣ୍ଣ କାର୍‌ ମାତ୍ର ୪.୫ ସେକେଣ୍ଡରେ ୧୦୦ କିଲୋମିଟର ବେଗ ଧରିଥାଏ।
ଶ୍ରେୟାସ ଆୟରଙ୍କୁ କେକେଆର୍‌ ଦ୍ୱାରା ଆଇପିଏଲ୍‌ରେ ୧୨.୨୫ କୋଟିରେ କିଣାଯାଇଥିଲା। ଆଇପିଏଲର ଗତ ସିଜିନ୍‌ ଶ୍ରେୟାସଙ୍କ ପାଇଁ ବେଶୀ ଭଲ ହୋଇନାହିଁ। କୋଲକାତା ନାଇଟ ରାଇଡର୍ସ ଏଥର ପ୍ଲେ ଅଫରେ ମଧ୍ୟ ନିଜର ସ୍ଥାନ ସୃଷ୍ଟି କରିପାରି ନାହିଁ । ଶ୍ରେୟାସ ମଧ୍ୟ ବ୍ୟାଟ ସହିତ ବିଶେଷ କିଛି କରିପାରି ନ ଥିଲେ। ଆଇପିଏଲ ଆରମ୍ଭ ପୂର୍ବରୁ ଶ୍ରେୟସ ବହୁତ ଫର୍ମରେ ଥିଲେ କିନ୍ତୁ ଆଇପିଏଲ ରେ ଏହି ଫର୍ମ ବଜାୟ ରଖିପାରି ନ ଥିଲେ। ଏବେ ସେ ଦକ୍ଷିଣ ଆଫ୍ରିକା ବିପକ୍ଷ ଆଗାମୀ ଟି-୨୦ ସିରିଜ ପାଇଁ ପ୍ରସ୍ତୁତି ଚଳାଇଛନ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷରେ ଭାରତର ଟି -୨୦ସିରିଜ ଜୁନ ୯ରୁ ଆରମ୍ଭ ହେବ ଏବଂ ଏହି ସିରିଜର ପ୍ରଥମ ମ୍ୟାଚ ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

ରାଶନ ଦୋକାନରେ ପୁଣି ମିଳିବ କିରୋସିନ: ଶକ୍ତି ସଙ୍କଟ ମଧ୍ୟରେ କେଉଁ ରାଜ୍ୟକୁ ମିଳିଲା ଅନୁମୋଦନ ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୩: ଆଜି ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ୩୨ ତମ ଦିନ। ଏହା ଶକ୍ତି ଯୋଗାଣ ନେଇ ଚିନ୍ତାକୁ ଆହୁରି ଘନୀଭୂତ କରିଛି। ଏହି ଶକ୍ତି ସଙ୍କଟ ମଧ୍ୟରେ,…

ବେଲଗଛରେ ଛୁଲୁଥିଲା ବିଜେଡି ନେତାଙ୍କ ସ୍ତ୍ରୀଙ୍କ ମୃତଦେହ: ପୋଲିସ କଲା ଜବତ

ନୂଆପଡ଼ା,୩୧ା୩ (ମକାରୁ ବେମାଲ):ନୂଆପଡା ସହରର ମାତାଗୁଡି ପଡାସ୍ଥିତ ଏକ ବେଲଗଛରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ସେ ହେଲେ ପୂର୍ବତନ ଯୁବ ବିଜୁ ଜନତା…

ବିଧାୟିକା, ଅଧ୍ୟକ୍ଷଙ୍କ ପୁତ୍ତଳିକା ପୋଡ଼ି ବିକ୍ଷୋଭ: ଭାଜପା କହିଲା ଗୁଣ୍ଡାରାଜ କଥା ଆସିଲାବେଳକୁ ବିଜେଡି…

କେସିଙ୍ଗା,୩୧।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନମଣ୍ଡଳୀର ବିଧାୟିକା ମନୋରମା ମହାନ୍ତିଙ୍କ ସ୍ବାମୀ ତଥା ନର୍ଲା ବ୍ଲକ ଭାରପ୍ରାପ୍ତ ଅଧ୍ୟକ୍ଷ ମୁନା ମହାନ୍ତି ତହସିଲଦାରଙ୍କୁ ଧମକ ଦେବା…

ହର୍ମୁଜରେ ଏବେ ଟିକସ ଆଦାୟ କରିବ ଇରାନ, ସଂସଦରେ ଆଇନକୁ ମିଳିଲା ମଞ୍ଜୁରୀ

ତେହରାନ,୩୧।୩: ଇରାନ ସହିତ ସଂଘର୍ଷ ପରିପ୍ରେକ୍ଷୀରେ, ଯାହା ଡରାଉ ଥିଲା ତାହା ହିଁ ଘଟିଛି। ଇରାନର ସଂସଦ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ ଉପରେ ଟୋଲ ଲାଗୁ…

ଯାତ୍ରୀବାହୀ ବସରେ ଅଧିକ ଭଡ଼ାକୁ ନେଇ ପ୍ରତିବାଦ, ତିହିଡି଼ ଜନସାଧାରଣ ଅଧିକାର ମଞ୍ଚ ପକ୍ଷରୁ ବସରୋକୋ

ତିହିଡି଼,୩୧।୩(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ଚଳାଚଳ କରୁଥିବା ଯାତ୍ରୀବାହୀ ବସରେ ଧାର୍ଯ୍ୟ ଭଡ଼ା ଠାରୁ ୨ଗୁଣ ଅଧିକ ନିଆଯାଉଥିବା ନେଇ ଅଭିଯୋଗ ହୋଇଛି । ଏହାର…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା: ପୁଣି ଆରବର୍ଷକୁ ଅପେକ୍ଷା

ପୁରୁଷୋତ୍ତମପୁର,୩୧।୩(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦଯାପନ ହେବାକୁ ଯାଉଛି। ଏହି ଶେଷ ପାଳିରେ ମା’ ତାରାତାରିଣୀ…

ସ୍ତ୍ରୀଙ୍କୁ ହତ୍ୟା କରିବା ପରେ ନିଜେ ବିଷ ପିଇଦେଲେ ସ୍ବାମୀ: ହସ୍ପିଟାଲ୍‌ରେ ବଖାଣିଲେ ସବୁ ସତ, ପୋଲିସ ଖୋଜୁଛି…

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଏସ.କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ସକାଳୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନିଜ ସ୍ତ୍ରୀଙ୍କୁ ହତ୍ୟା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri