Posted inଖେଳ

ଶେୟସ୍‌ ଆୟରଙ୍କ ଶତକ: ୭ ଉଇକେଟ୍‌ରେ ଜିତିଲା ଭାରତ

ରାଞ୍ଚି,୯।୧୦: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୭ ଉଇକେଟ୍‌ରେ ପରାସ୍ତ କରିଛି ଭାରତ। ୨୭୯ ରନ୍‌ର ଟାର୍ଗେଟ୍‌କୁ ପିଛା କରି ଭାରତ ୪୫.୫ ଓଭରରେ ମାତ୍ର ୩ ଉଇକେଟ୍‌ ହରାଇ ବିଜୟ ଲକ୍ଷ୍ୟ ହାସଲ କରିଛି। ଏହି ମ୍ୟାଚ୍‌ର ହିରୋ ଥିଲେ ଶେୟସ୍‌ ଆୟର। ସେ ୧୧୧ ବଲ୍‌ରୁ ୧୧୩ ରନ୍‌ର ପାଳ ଖେଳି ଅପରାଜିତ ରହିଥିଲେ। ଏହାସହ ଲୋକାଲ ବୟ୍‌ ଇଶାନ କିଶନ ମଧ୍ୟ ଚମତ୍କାର ବ୍ୟାଟିଂ ୮୪ ବଲ୍‌ରୁ ୯୩ ରନ୍‌ର ପାଳି ଖେଳିଥିଲେ ମଧ୍ୟ ଶତକରୁ ବଞ୍ଚିତ ହୋଇଥିଲେ। ସେହିପରି ଭାରତ ପକ୍ଷରୁ ଅଧିନାୟକ ଶିଖର ଧାଓ୍ବନ ୧୩, ଶୁଭମନ ଗିଲ ୨୮ ରନ୍‌ କରିଥିଲେ। ସଞ୍ଜୁ ସାମସନ ୩୦ ରନ୍‌ରେ ଅପରାଜିତ ରହିଥିଲେ। ଏହି ବିଜୟ ସହ ସିରିଜ୍‌ ୧-୧ରେ ବରାବର ହୋଇଛି। ପ୍ରଥମ ଦିନିକିଆରେ ଦକ୍ଷିଣ ଆଫ୍ରିକା ୯ ରନ୍‌ରେ ଜିତିଥିଲା।
ରାଞ୍ଚିରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଦକ୍ଷିଣ ଆଫ୍ରିକା ୫୦ ଓଭରରେ ୭ ଉଇକେଟ ହରାଇ ୨୭୮ ରନ ସଂଗ୍ରହ କରିଥିଲା। ଆଫ୍ରିକା ପାଇଁ ରେଜା ହେଣ୍ଡ୍ରିକ୍ସ (୭୪) ଏବଂ ଅଇଦାନ ମାର୍କ୍ରାମ (୭୯) ଅର୍ଦ୍ଧଶତକ ଖେଳିଥିଲେ। ୩୦ ଓଭରରେ ୧୫୭ ରନ ସ୍କୋର କରିବା ପରେ ଦକ୍ଷିଣ ଆଫ୍ରିକା ଏକ ବଡ଼ ସ୍କୋର ଆଡକୁ ଯାଉଥିଲା, କିନ୍ତୁ ଭାରତୀୟ ବୋଲରମାନେ ରନ ହାରକୁ ନିୟନ୍ତ୍ରଣ କରିଥିଲେ। ଭାରତ ପକ୍ଷରୁ ସିରାଜ ସର୍ବାଧିକ ୩ଟି ଉଇକେଟ୍‌ ନେଇଥିବାବେଳେ ଓ୍ବାଶିଂଟନ ସୁନ୍ଦର, ଶେହବାଜ ଅହମ୍ମଦ, କୂଳଦୀପ ଯାଦବ, ଶାର୍ଦ୍ଦୁଳ ଠାକୁର ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ସିରିଜ୍‌ର ଶେଷ ତଥା ନିର୍ଣ୍ଣାୟକ ମ୍ୟାଚ୍‌ ଅକ୍ଟୋବର ୧୧ରେ ଖେଳାଯିବ।

 


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri