Posted inଖେଳ

ପେଟରୁ ରକ୍ତସ୍ରାବ ପରେ ICUରେ ଶ୍ରେୟସ ଆୟର, ଶୀଘ୍ର ଭିସା ପାଇଁ ଆବେଦନ କଲେ ବାପା-ମା’

ନୂଆଦିଲ୍ଲୀ,୨୭।୧୦: ଭାରତର ଦିନିକିଆ ଉପ-ଅଧିନାୟକ ଶ୍ରେୟସ ଆୟର ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଦିନିକିଆ ମ୍ୟାଚ୍ ସମୟରେ ଆହତ ହେବା ପରେ ସିଡନୀର ଏକ ହସ୍ପିଟାଲର ଇଣ୍ଟେନସିଭ୍ କେୟାର ୟୁନିଟ୍ (ICU) ରେ ଭର୍ତ୍ତି ହୋଇଛନ୍ତି। ଫିଲ୍ଡିଂ କରୁଥିବା ସମୟରେ ବାମ ପଞ୍ଜରା ତଳ ଅଞ୍ଚଳରେ ଶକ୍ତ ଆଘାତ ଲାଗିଥିଲା, ଯାହା ଫଳରେ ତାଙ୍କର ସ୍ପ୍ଲିନ୍ରେ ଲାସେରେସନ୍ ଆଘାତ (Laceration injury to the spleen) ହୋଇଥିବା ସ୍କାନ୍‌ରୁ ଜଣାପଡ଼ିଛି।

ହର୍ଷିତ ରାଣାଙ୍କ ବଲ୍‌ରେ ଆଲେକ୍ସ କ୍ୟାରିଙ୍କ ଏକ କ୍ୟାଚ୍ ଧରିବା ସମୟରେ ଆୟର ଅସାବଧାନତାବଶତଃ ବାମ ପଞ୍ଜରା ଓ କହୁଣୀ ଉପରେ ପଡ଼ିଯାଇଥିଲେ। BCCI ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଆୟର ବର୍ତ୍ତମାନ ଚିକିତ୍ସାଧୀନ ଅଛନ୍ତି। ତାଙ୍କର ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଛି ଏବଂ ଧୀରେ ଧୀରେ ସୁସ୍ଥ ହେଉଛନ୍ତି। ତଥାପି, ଅନ୍ତରୀଣ ରକ୍ତସ୍ରାବ ଯୋଗୁଁ ତାଙ୍କୁ ICUରେ ରଖାଯାଇଛି।

ଆଘାତର ଗୁରୁତ୍ୱକୁ ଦୃଷ୍ଟିରେ ରଖି ଶ୍ରେୟସ ଆୟରଙ୍କ ବାପା-ମା’ ଅର୍ଜେଣ୍ଟ ଭିସା (Urgent Visas) ପାଇଁ ଆବେଦନ କରିଛନ୍ତି, ଯାହାଫଳରେ ସେମାନେ ତୁରନ୍ତ ସିଡନୀରେ ପହଞ୍ଚି ପୁଅଙ୍କ ସହ ରହିପାରିବେ।

BCCI ର ମେଡିକାଲ ଟିମ୍ ସିଡନୀ ଏବଂ ଭାରତର ବିଶେଷଜ୍ଞଙ୍କ ସହ ପରାମର୍ଶ କରି ଆୟରଙ୍କ ଆଘାତ ଉପରେ ତୀକ୍ଷ୍ଣ ନଜର ରଖିଛି। ଭାରତୀୟ ଦଳର ଡାକ୍ତର ତାଙ୍କ ଦୈନିକ ଅଗ୍ରଗତିର ମୂଲ୍ୟାଙ୍କନ ପାଇଁ ଶ୍ରେୟସଙ୍କ ସହ ସିଡନୀରେ ରହିବେ।

ନଭେମ୍ବର ୩୦ରୁ ଆରମ୍ଭ ହେବାକୁ ଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ସିରିଜ୍‌ରେ ଆୟରଙ୍କ ଅଂଶଗ୍ରହଣକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି। ଆଘାତ ପୂର୍ବରୁ ଶ୍ରେୟସ ଆୟର ଚମତ୍କାର ଫର୍ମରେ ଥିଲେ। ଚଳିତ ସିରିଜ୍‌ର ଦୁଇଟି ମ୍ୟାଚରେ ସେ ୭୨ ରନ୍ ସଂଗ୍ରହ କରିଥିଲେ, ଯେଉଁଥିରେ ଆଡିଲେଡ୍ ଦିନିକିଆରେ ୭୭ ବଲରେ ଏକ ଗୁରୁତ୍ୱପୂର୍ଣ୍ଣ ୬୧ ରନର ଇନିଂସ ସାମିଲ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀପ ରାୟ ମୋତେ ଫୋନ କରିଥିଲେ, କିନ୍ତୁ ମୁଁ…ମତଦାନ ପୂର୍ବରୁ ବଡ଼ କଥା କହିଦେଲେ ସିପିଏମ ବିଧାୟକ ଲକ୍ଷ୍ମଣ ମୁଣ୍ଡା

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନ ପାଇଁ ଭୋଟିଂ ଚାଲିଛି। ବିଧାନସଭା ୫୪ ନଂ ପ୍ରକୋଷ୍ଠରେ ଭୋଟିଂ ପ୍ରକ୍ରିୟା ଜାରି ରହିଛି। ଅପରାହ୍ଣ ୪ଟା ଯାଏ ମତଦାନ ଚାଲିବ।…

ଷ୍ଟ୍ରେଟ ଅଫ ହର୍ମୁଜରେ ଜାହାଜଗୁଡ଼ିକୁ ସୁରକ୍ଷା ଦେବ ଆମେରିକା? ଘୋଷଣା କରିବେ ଟ୍ରମ୍ପ? ଚାଲିଛି ବଡ଼ ଯାଜନା…

ଓ୍ବାଶିଂଟନ,୧୬।୩: ଆମେରିକା ଖୁବ ଶୀଘ୍ର ହର୍ମୁଜ ପ୍ରଣାଳୀକୁ ସୁରକ୍ଷିତ ରଖିବା ପାଇଁ ଏକ ଅନ୍ତର୍ଜାତୀୟ ମେଣ୍ଟ ଘୋଷଣା କରିପାରେ। ପ୍ରମୁଖ ବିଶ୍ୱ ରାଷ୍ଟ୍ରଗୁଡ଼ିକର ସହଯୋଗରେ ଗଠିତ, ଏହି…

କାହାକୁ ଭୋଟ ଦେଲେ ବିଜେଡିରୁ ନିଲମ୍ବିତ ବିଧାୟକ ସନାତନ ମହାକୁଡ଼: ନିଜେ କଲେ ବଡ଼ ଖୁଲାସା

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି। ବିଧାନସଭା ୫୪ ନଂ ପ୍ରକୋଷ୍ଠରେ ଚାଲିଛି ଭୋଟିଂ। ଅପରାହ୍ଣ ୪ଟା ଯାଏ ଚାଲିବ ମତଦାନ। ୫ଟାରେ…

ଟ୍ରମ୍ପଙ୍କ ଇସାରାରେ ନାଚିବ ଚାଇନା? ବଡ଼ ବିବୃତ୍ତି ଜାରି – ଷ୍ଟ୍ରେଟ ଅଫ ହର୍ମୁଜ ଦଖଲ କରିବାକୁ ଧମକ; ଘଟିବ କିଛି ବଡ଼ ଘଟଣା…

ଓ୍ବାଶିଂଟନ,୧୬।୩: ଫାଇନାନ୍ସିଆଲ ଟାଇମ୍ସ (FT) ସହିତ ଏକ ସାକ୍ଷାତକାରରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ଉପରେ ସିଧାସଳଖ ଚାପ ପକାଇଛନ୍ତି। ସେ କହିଛନ୍ତି ଯେ ଷ୍ଟ୍ରେଟ…

ପାରାଦୀପରୁ ଫେରିଲେ ବିଧାୟକ: ରାଜ୍ୟ ସଭା ନିର୍ବାଚନ ପାଇଁ ଭୋଟିଂ ଆରମ୍ଭ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି। ବିଧାନସଭା ୫୪ ନଂ ପ୍ରକୋଷ୍ଠରେ ଚାଲିଛି ଭୋଟିଂ। ଅପରାହ୍ଣ ୪ଟା ଯାଏ ଚାଲିବ ମତଦାନ। ୫ଟାରେ…

IPL 2026 ବଡ଼ ଧମାକା କରିବେ ବୈଭବ ସୂର୍ଯ୍ୟବଂଶୀ! ଟୁର୍ନାମେଣ୍ଟ ଆରମ୍ଭ ପୂର୍ବରୁ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୬।୩: ଭାରତୀୟ କ୍ରିକେଟର ଉଦୀୟମାନ ଯୁବ ତାରକାଙ୍କ ମଧ୍ୟରୁ ଜଣେ ବୈଭବ ସୂର୍ଯ୍ୟବଂଶୀ ଏବେ ଏକ ପ୍ରମୁଖ ଲକ୍ଷ୍ୟ ସହିତ 2026 IPL ସିଜିନରେ ଆରମ୍ଭ କରିବାକୁ…

ଅସ୍ବାଭାବିକ ଋତୁ ପରିବର୍ତ୍ତନ ଜୀବଜଗତର ଆଚରଣ ବଦଳାଉଛି

ଓ୍ବାଶିଂଟନ୍‌ ,୧୬ା୩: ଜଳବାୟୁ ପରିବର୍ତ୍ତନ ଏବେ ବିଶ୍ୱ ସମାଜ ପାଇଁ ସବୁଠୁ ଚିନ୍ତାଜନକ ହୋଇପଡ଼ିଛି। ଜଳବାୟୁ ପରିବର୍ତ୍ତନର ଦୀର୍ଘସୂତ୍ରୀ ପ୍ରଭାବ ମାନବ ସମାଜ ପାଇଁ କେତେ ଅନିଷ୍ଟକର,…

ଆରାବଳୀ ସଂଜ୍ଞା ନିର୍ଦ୍ଧାରଣ ପାଇଁ ୧୦ ଜଣିଆ ବିଶେଷଜ୍ଞ କମିଟି

ନୂଆଦିଲ୍ଲୀ,୧୬ା୩(ପି.ଟି.): ଆରାବଳୀ ପର୍ବତମାଳାର ସାର୍ବଜନିକ ସଂଜ୍ଞା ନିର୍ଦ୍ଧାରଣ ପାଇଁ ୧୦ ଜଣିଆ ଉଚ୍ଚ କ୍ଷମତାସମ୍ପନ୍ନ ବିଶେଷଜ୍ଞ କମିଟି ଗଠନ ନିମନ୍ତେ କେନ୍ଦ୍ରୀୟ କ୍ଷମତାପ୍ରାପ୍ତ କମିଟି ଦେଇଥିବା ପ୍ରସ୍ତାବ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri