Posted inଖେଳ

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର ଫର୍ମରେ ଥିବା ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ଗୋଟିଏ ହେଲେ ମଧ୍ୟ ମ୍ୟାଚ୍‌ରେ ସୁଯୋଗ ନ ମିଳିବାକୁ ନେଇ ସମାଲୋଚନା ଜୋର ଧରିଛି। ଏଭଳି ସ୍ଥିତିରେ ବୁଧବାର (୧ ଜୁଲାଇ)ଠାରୁ ଇଂଲଣ୍ଡ ବିପକ୍ଷରେ ଆରମ୍ଭ ହେବାକୁ ଥିବା ଟି-୨୦ ସିରିଜ୍‌ ପୂର୍ବରୁ ବୈଭବଙ୍କ ଡେବ୍ୟୁକୁ ନେଇ ପୁଣି ଚର୍ଚ୍ଚା ଜୋର ଧରିଛି। ତେବେ ଏହାକୁ ନେଇ ଅଧିନାୟକ ଶ୍ରେୟସ ଆୟର ଯେଉଁ ବୟାନ ଦେଇଛନ୍ତି, ତାହା କ୍ରିକେଟ୍ ପ୍ରେମୀଙ୍କ ଉତ୍କଣ୍ଠାକୁ ଆହୁରି ବଢ଼ାଇ ଦେଇଛି।

ଡରହାମର ଚେଷ୍ଟର-ଲେ-ଷ୍ଟ୍ରିଟ୍‌ଠାରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ୍ ଖେଳାଯିବ। ମ୍ୟାଚ୍‌ର ଗୋଟିଏ ଦିନ ପୂର୍ବରୁ ଅଭ୍ୟାସ ସେସନରେ ବୈଭବ ସୂର୍ଯ୍ୟବଂଶୀ ନେଟ୍ସରେ ପ୍ରବଳ ଝାଳ ବୁହାଇବା ସହ ଦଳର ପ୍ରମୁଖ ବୋଲରଙ୍କୁ ସାମ୍ନା କରୁଥିବା ଦେଖିବାକୁ ମିଳିଥିଲା। ଏହାକୁ ଦେଖି ସେ ଆନ୍ତର୍ଜାତୀୟ କ୍ରିକେଟ୍‌ରେ ପଦାର୍ପଣ କରିବେ ବୋଲି ଆଶା କରାଯାଉଥିଲେ ହେଁ, ଅଧିନାୟକ ଅୟରଙ୍କ ଜବାବ ସମସ୍ତଙ୍କୁ ଚିନ୍ତାରେ ପକାଇଛି।

ବୈଭବଙ୍କୁ ଟିମ୍ ଇଣ୍ଡିଆରେ ସୁଯୋଗ ମିଳିବ କି ନାହିଁ ବୋଲି ପଚରାଯାଇଥିବା ପ୍ରଶ୍ନର ଉତ୍ତରରେ ଆୟର କହିଛନ୍ତି, “ଆମେ ଜାଣିନୁ କେତେବେଳେ କଣ ହେବ। ଏହା ଏକ ଅତ୍ୟନ୍ତ ଗୋପନୀୟ ବିଷୟ, ତେଣୁ ଏହାକୁ ନେଇ ବର୍ତ୍ତମାନ ଆମ ହାତ ବନ୍ଧା ଅଛି। ଆମେ କେଉଁ ଟିମ୍ କମ୍ବିନେସନ ସହ ପଡ଼ିଆକୁ ଓହ୍ଲାଇବୁ, ତାହା ପ୍ରତିପକ୍ଷ ଦଳକୁ ଜଣାଇବା ପାଇଁ ସର୍ବସାଧାରଣରେ ଆଲୋଚନା କରିପାରିବୁ ନାହିଁ। ଏହା କେବଳ ଦଳ ଭିତରେ ହିଁ ଆଲୋଚନା କରାଯାଏ।”

ବୈଭବଙ୍କ ପ୍ରଶଂସା କରିବା ସହ ଆୟର କହିଛନ୍ତି ଯେ ସେ ଜଣେ ଭଲ ଖେଳାଳି ଏବଂ ସୁଯୋଗ ମିଳିଲେ ନିଶ୍ଚୟ ଭଲ କରିବେ। କିନ୍ତୁ ଏହା ସହ ସେ କହିଛନ୍ତି, “ଦଳରେ ଯେଉଁମାନେ ଖେଳୁଛନ୍ତି, ସେମାନେ ନିଜର ଭଲ ପ୍ରଦର୍ଶନ ଯୋଗୁ ହିଁ ସେଠାରେ ଅଛନ୍ତି। କେବଳ ଜଣେ ଖେଳାଳି ନୁହେଁ, ବରଂ ପ୍ରତ୍ୟେକ ଖେଳାଳି ଭଲ ପ୍ରଦର୍ଶନ କରିଛନ୍ତି। ଆମର ଲକ୍ଷ୍ୟ ହେଉଛି ସମସ୍ତଙ୍କୁ ସୁଯୋଗ ଓ ସୁରକ୍ଷା ଦେବା, ଯେପରି ସେମାନଙ୍କ ଆତ୍ମବିଶ୍ୱାସ ବଜାୟ ରହିବ। ଯେଉଁମାନେ ଗତ ବିଶ୍ୱକପ୍ ଜିତାଇଛନ୍ତି, ସେମାନେ ଜାଣିଛନ୍ତି କିଭଳି ଖେଳିବାକୁ ହୁଏ ଏବଂ ସେମାନେ ତାହା କରିଆସୁଛନ୍ତି।”

ଶ୍ରେୟସ ଆୟରଙ୍କ ଏହି ବୟାନ ପରେ ଇଂଲଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ର ପ୍ଲେଇଙ୍ଗ-୧୧ (Playing XI) ରେ ବୈଭବଙ୍କୁ ସୁଯୋଗ ମିଳୁଛି କି ନାହିଁ, ତାହା ଉପରେ ଏବେ ସମସ୍ତଙ୍କ ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri