Posted inଖେଳ

ହସ୍ପିଟାଲରେ ଭର୍ତ୍ତି ହେଲେ ଏହି କ୍ରିକେଟର

ଆଉ ଗୋଟିଏ ଦିନ ପରେ ଆରମ୍ଭ ହେବାକୁ ଯାଉଛି ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ୨୦୨୧। ଏଥିପାଇଁ ପ୍ରସ୍ତୁତି ଜୋର୍‌ସୋର୍‌ରେ ଆରମ୍ଭ ହୋଇସାରିଛି। ଅନ୍ୟପଟେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଶ୍ରେୟାସ ଆୟାର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳୁଥିବା ବେଳେ ଆହତ ହୋଇଥିଲେ। ଏପ୍ରିଲ ୮ରେ ତାଙ୍କର ଅସ୍ତ୍ରୋପଚାର ହେବାର ରହିଛି। ଏହି କାରଣରୁ ଏଥର ସେ ଆଇପିଏଲ୍‌ରେ ଖେଳିପାରୁ ନାହାନ୍ତି। ସର୍ଜରୀ ପାଇଁ ଯିବା ପୂର୍ବରୁ ସେ ନିଜର ଏକ ଫଟୋ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଏହି ଫଟୋରେ ତାଙ୍କୁ ହସ୍ପିଟାଲର ଗାଉନ୍‌ ପିନ୍ଧିଥିବାର ଦେଖିବାକୁ ମିଳୁଛି। ଆଇପିଏଲ୍‌ର ଗୋଟିଏ ଦିନ ପୂର୍ବରୁ ଅର୍ଥାତ ଗୁରୁବାର ଦିନ ତାଙ୍କର ସର୍ଜରୀ ହେବ। ଏହି ଫଟୋ ଶେୟାର କରି ଶ୍ରେୟାସ ଲେଖିଛନ୍ତି, ଆଉଟ୍‌ଫିଟ ଅଫ୍‌ ଦ ଡେ (ଆଜି ଦିନର ପୋଷାକ)। ଫଟୋରେ ସେ ଧଳା ଏବଂ ନୀଳ ରଙ୍ଗର ପୋଷାକ ପିନ୍ଧିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟେନିସ ଖେଳାଳିଙ୍କ ସହ ନଜର ଆସିଲେ ଯୁବରାଜ, ହରଭଜନ କହିଲେ…

ନୂଆଦିଲ୍ଲୀ,୮।୧୨: ଟିମ ଇଣ୍ଡିଆର କିମ୍ବଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂହଙ୍କ ଏକ ଫଟୋସୁଟ ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି। ଏଥିରେ ସେ ଜଣେ ବିଦେଶୀ ମହିଳାଙ୍କ...

କୃତ୍ରିମ ଉପଗ୍ରହର ବହୁଳତା

ପୃଥିବୀର ଏକମାତ୍ର ପ୍ରାକୃତିକ ଉପଗ୍ରହ ହେଉଛି ଚନ୍ଦ୍ର। କିନ୍ତୁ ଗତ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧରୁ ଅନେକ କୃତ୍ରିମ ଉପଗ୍ରହ ପୃଥିବୀ କକ୍ଷରେ ଏହାକୁ ପରିକ୍ରମଣ କରୁଛି। ରୁଷିଆ...

‘ବ୍ରିଟିଶମାନେ ପ୍ରଥମେ ବଙ୍ଗଳାକୁ ବିଭାଜିତ କରିଥିଲେ, ବନ୍ଦେ ମାତରମ ସେମାନଙ୍କ ପାଇଁ ଏକ ଚ୍ୟାଲେଞ୍ଜ ହୋଇଗଲା’ – ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଲୋକ ସଭାର ଶୀତକାଳୀନ ଅଧିବେଶନ ପାଇଁ ସଂସଦରେ ପହଞ୍ଚିଥିଲେ। ସେ ‘ବନ୍ଦେ ମାତରମ’ର ୧୫୦ତମ ବାର୍ଷିକୀ ଉପରେ ଏକ...

ବାରବାଟୀରେ ଟିମ ଇଣ୍ଡିଆ ଖେଳାଳି: ଅଭ୍ୟାସ ଦେଖିପାରିବେ ଦର୍ଶକ

କଟକ,୮।୧୨: ଓଡ଼ିଶାରେ ଏବେ କ୍ରିକେଟ୍‌ ଫିଭର ଚାଲିଛି। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ। ଏହାପୂର୍ବରୁ...

ବିଗ ବସ ୧୯ ବିଜେତା: ଗୌରବ ଖାନ୍ନା ୫୦ ଲକ୍ଷ ନୁହେଁ, ଏତିକି କୋଟି ଟଙ୍କା ନେଇ ଫେରିଲେ

ମୁମ୍ବାଇ,୮।୧୨: ସଲମାନ ଖାନଙ୍କ ରିଆଲିଟି ଶୋ ବିଗ ବସ ୧୯ର ଶେଷ ଏପିସୋଡ ଏକ ବ୍ଲକବଷ୍ଟର ଥିଲା। ରବିବାର ରାତି ଶେଷ ପର୍ଯ୍ୟନ୍ତ ବିଜେତାଙ୍କ ଭାଗ୍ୟ...

ବିଗ୍‌ ବସ୍‌ ଜିତିଲେ ଗୌରବ: ଜାଣନ୍ତୁ ତାଙ୍କ ବିଷୟରେ ରୋଚକ କଥା

କଲର୍ସ ଟିଭିରେ ପ୍ରସାରିତ ରିଆଲିଟି ଶୋ’ ବିଗ୍‌ ବସ୍‌ ସିଜନ୍‌ ୧୯ରେ ବାଜିମାରି ନେଇଛନ୍ତି ଗୌରବ ଖାନ୍ନା। ଏଥିସହ ସାଢ଼େ ୩ ମାସ ଧରି ଚାଲିଥିବା...

ପଲିଥିନ୍‌ କାରଖାନାରେ ଲାଗିଲା ନିଆଁ

କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର...

ହ୍ୟୁମାନଙ୍କ ମୃତ୍ୟୁ ମାମଲାରେ ଆସିଲା ବଡ଼ ଟୁଇଷ୍ଟ: ଅର୍ପିତାଙ୍କୁ ନେଇ ପ୍ରଥମ ଥର ମୁହଁ ଖୋଲିଲେ ସ୍ତ୍ରୀ ଶ୍ରୀୟା

ବଲାଙ୍ଗୀର,୮।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟିଟିଲାଗଡ଼ରେ ରବିବାର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପାଇଁ ଥିଲା ଶ୍ରଦ୍ଧାଞ୍ଜଳି ସଭା। ଏହି ସଭାରେ ଅଭିନେତା ଅନୁଭବ ମହାନ୍ତି, ଅସିମା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri