Posted inଖେଳ

ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆରେ ଭାରତର ଅଧିନାୟକ ହେବେ ଏହି ଖେଳାଳି, ରଚିବେ ଇତିହାସ

ନୂଆଦିଲ୍ଲୀ,୧୨।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଆଗାମୀ ୪ର୍ଥ ଓ ୫ମ ଦିନିକିଆ ମ୍ୟାଚ୍‌ରେ ଭାରତୀୟ ଦଳର ନେତୃତ୍ୱ ନେବେ ଶ୍ରେୟସ ଆୟର । ପ୍ରଥମ ୩ଟି ମ୍ୟାଚ୍‌ରେ ନିୟମିତ ଅଧିନାୟକ ଶୁଭମନ ଗିଲ୍‌ ଦଳର କମାଣ ସମ୍ଭାଳିଥିଲେ। ତେବେ ଟେଷ୍ଟ ସିରିଜ୍‌କୁ ଦୃଷ୍ଟିରେ ରଖି ଗିଲ୍‌ଙ୍କ ସମେତ କିଛି ଖେଳାଳି ଶେଷ ଦୁଇଟି ଦିନିକିଆରେ ଖେଳିବେ ନାହିଁ।

ଗିଲ୍‌ଙ୍କ ଅନୁପସ୍ଥିତିରେ ଅଧିନାୟକ ଦାୟିତ୍ୱ ପାଇଥିବା ଶ୍ରେୟସ ଆୟର ଭାରତର ୨୯ତମ ଦିନିକିଆ ଅଧିନାୟକ ହେବେ । ଏହା ତାଙ୍କ ପାଇଁ ଏକ ବିଶେଷ ମୁହୂର୍ତ୍ତ, କାରଣ ପ୍ରଥମଥର ପାଇଁ ସେ ଭାରତ ପକ୍ଷରୁ ଅଧିନାୟକ ଭାବେ ଏକଦିବସୀୟ ମ୍ୟାଚ୍‌ ଖେଳିବେ।

ଭାରତୀୟ ଦିନିକିଆ କ୍ରିକେଟ୍‌ ଇତିହାସରେ ପ୍ରଥମ ଅଧିନାୟକ ଥିଲେ ଅଜିତ ୱାଡେକର । ୧୯୭୪ ମସିହା ଜୁଲାଇରେ ଇଂଲଣ୍ଡ ବିପକ୍ଷରେ ଭାରତ ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳିଥିଲା। ସେହି ମ୍ୟାଚ୍‌ରେ ୱାଡେକର ୧୦ଟି ଚୌକା ସହାୟତାରେ ୬୭ ରନ୍‌ କରିଥିଲେ। ତେବେ ଲିଡ୍ସର ହେଡିଂଲି ଗ୍ରାଉଣ୍ଡରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଇଂଲଣ୍ଡ ୪ ୱିକେଟ୍‌ରେ ବିଜୟୀ ହୋଇଥିଲା। ଅଜିତ ୱାଡେକରଙ୍କଠାରୁ ଆରମ୍ଭ କରି ଶୁଭମନ ଗିଲ୍‌ଙ୍କ ପର୍ଯ୍ୟନ୍ତ ଭାରତୀୟ ଦଳର ନେତୃତ୍ୱ ନେଇଥିବା ଖେଳାଳିଙ୍କ ତାଲିକାରେ ଏବେ ଶ୍ରେୟସ ଆୟରଙ୍କ ନାଁ ଯୋଡ଼ି ହେବ। ଏହି ତାଲିକାରେ ୱାଡେକର, ସୁନୀଲ ଗାଭାସ୍କର, କପିଲ ଦେବ, ମହମ୍ମଦ ଆଝାରୁଦ୍ଦିନ, ସଚିନ ତେନ୍ଦୁଲକର, ସୌରଭ ଗାଙ୍ଗୁଲି, ରାହୁଲ ଦ୍ରାବିଡ, ଏମ୍‌ଏସ୍‌ ଧୋନି, ବିରାଟ କୋହଲି, ରୋହିତ ଶର୍ମା ଓ ଶୁଭମନ ଗିଲ୍‌ଙ୍କ ଭଳି ଖେଳାଳି ରହିଛନ୍ତି।

ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚତୁର୍ଥ ଦିନିକିଆ ନଭେମ୍ବର ୧୩ ତାରିଖ ଶୁକ୍ରବାର ଦିନ ମାଉଣ୍ଟ ମାଉଙ୍ଗାନୁଇର ବେ-ଓଭାଲ୍‌ ଷ୍ଟାଡିୟମ୍‌ରେ ଖେଳାଯିବ । ଭାରତୀୟ ସମୟ ଅନୁସାରେ ମ୍ୟାଚ୍‌ ସକାଳ ୭ଟା ୩୦ରେ ଆରମ୍ଭ ହେବ । ଏହାର ଅଧଘଣ୍ଟା ପୂର୍ବରୁ ଅର୍ଥାତ୍‌ ସକାଳ ୭ଟାରେ ଟସ୍‌ ପଡ଼ିବ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କରି ଚମକାଇଦେଲେ ବିଧାୟକ ସାରଦା, ରାଉରକେଲା ରାଜନୀତିରେ ଚର୍ଚ୍ଚା

ଭୁବନେଶ୍ବର,୧୨।୧୧: ବଡ଼ ଘୋଷଣା କଲେ ରାଉରକେଲା ବିଧାୟକ ସାରଦା ନାୟକ । ୨୦୨୯ ନିର୍ବାଚନ ଲଢ଼ିବେ ନାହିଁ ବୋଲି ସେ ଘୋଷଣା କରିଛନ୍ତି । ସ୍ୱାସ୍ଥ୍ୟଗତ ସମସ୍ୟା…

ସେୟାର ବଜାରରେ ଏଣ୍ଟ୍ରି ମାରିବ ହଳଦୀରାମ! ୧୦,୦୦୦ କୋଟି ଟଙ୍କାର IPO ଆଣିବାକୁ ପ୍ରସ୍ତୁତି ଆରମ୍ଭ

ନୂଆଦିଲ୍ଲୀ,୧୨।୧୧: ପାରମ୍ପରିକ ଭାରତୀୟ ମିଠା ଏବଂ ନମକିନ୍ ପ୍ରସ୍ତୁତକାରୀ ପ୍ରମୁଖ କମ୍ପାନୀ ‘ହଳଦୀରାମ ସ୍ନାକ୍ସ ଫୁଡ୍’ ଏହାର ଇନିସିଆଲ୍ ପବ୍ଲିକ୍ ଅଫରିଂ (IPO) ପ୍ରକ୍ରିୟାକୁ ଆନୁଷ୍ଠାନିକ ଭାବେ…

ବରଗଡ଼ରେ ମଧୁବାବୁ ପେନ୍‌ସନ୍‌ ଯୋଜନାର ଶୁଭାରମ୍ଭ: ୧୫୨୭୭ ଜଣଙ୍କୁ ପେନ୍‌ସନ୍‌ ବାଣ୍ଟିଲେ ମନ୍ତ୍ରୀ

ବରଗଡ଼,୧୨ା୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଯଦୁମଣି ଅଡିଟୋରିୟମରେ ଗୁରୁବାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ବାରା ଆୟୋଜିତ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଉକ୍ତ କାର୍ଯ୍ୟକ୍ରମରେ…

ଟେଷ୍ଟ କ୍ରିକେଟ ଇତିହାସରେ ପ୍ରଥମଥର! ପାକିସ୍ତାନର ୪ ଖେଳାଳି କଲେ ଏମିତି କାରନାମା, ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ, ୧୨।୧୧: ପାକିସ୍ତାନ ଓ ଶ୍ରୀଲଙ୍କା ମଧ୍ୟରେ ରାୱଲପିଣ୍ଡି କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ପାକିସ୍ତାନର ଯୁବ ଖେଳାଳିମାନେ ବିଶ୍ୱ କ୍ରିକେଟ ଇତିହାସରେ ଏକ…

ବିବାହ ଖୁସି ଭିତରେ ଆଉ ଏକ ବଡ଼ ଖବର: କାବ୍ୟା ମାରାନଙ୍କୁ ମିଳିଲା ୫୮୫ କୋଟିର ଉପହାର, ଗୋଟିଏ ଦିନରେ ବଢ଼ିଲା…

ନୂଆଦିଲ୍ଲୀ, ୧୨।୧୧: କାବ୍ୟା ମାରାନଙ୍କୁ କିଏ ବା ନ ଜାଣେ! ଆଇପିଏଲ ଟିମ ସନରାଇଜର୍ସ ହାଇଦ୍ରାବାଦର ମାଲିକାଣୀ ହେବା ସହ ଦେଶର ବଡ଼ ମିଡିଆ ଗ୍ରୁପ ସନ…

ଥରେ ରିଚାର୍ଜ କଲେ ଆଉ ଗୋଟିଏ ପୂରା ଫ୍ରି! ୫୬ ଦିନ ଯାଏ ଆଉ କରିବାକୁ ପଡିବନି ରିଚାର୍ଜ

ଏୟାରଟେଲ (Airtel) ବ୍ୟବହାରକାରୀମାନଙ୍କ ପାଇଁ ଏକ ଭଲ ଖବର ସାମ୍ନାକୁ ଆସିଛି। କମ୍ପାନୀ କଥିତ ଭାବରେ ଏହାର କିଛି ପ୍ରିପେଡ ପ୍ଲାନରେ ’1+1 ରିଚାର୍ଜ ଫ୍ରି’ ଅଫର୍‌…

ଭଞ୍ଜନଗରରେ ବନ୍ୟା ରିଲିଫ୍-ପୁନରୁଦ୍ଧାର କାର୍ଯ୍ୟ ସମୀକ୍ଷା କଲେ ଆରଡିସି ବିଜୟ ଅମୃତା କୁଲାଙ୍ଗେ; ସହାୟତା କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ…

ଭଞ୍ଜନଗର୧୨।୧୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଗତ ୨୮ ଓ ୨୯ ତାରିଖରେ ହୋଇଥିବା ପ୍ରଳୟଙ୍କରୀ ବନ୍ୟା ପରେ ଚାଲିଥିବା ରିଲିଫ୍ ଓ ପୁନରୁଦ୍ଧାର…

ପୁଣି ଖୋଲିବ ବରଗଡ଼ ସମବାୟ ଚିନିକଳ! ପୁନରୁଦ୍ଧାର ପାଇଁ ଅମିତ ଶାହାଙ୍କ ପ୍ରତିଶ୍ରୁତି; ବାୟୋ-ଇଥାନଲ୍ ପ୍ରକଳ୍ପ ଉଦ୍‌ଘାଟନ ପାଇଁ…

ବରଗଡ଼,୧୨।୧୧(ପ୍ରେମାନନ୍ଦ ଖମାରୀ): ବନ୍ଦ ପଡ଼ିଥିବା ବରଗଡ଼ ସମବାୟ ଚିନିକଳର ପୁନରୁଦ୍ଧାର ପାଇଁ କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଅମିତ ଶାହା ପ୍ରତିଶ୍ରୁତି ଦେଇଛନ୍ତି। ବରଗଡ଼ MP…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?