Posted inଖେଳ

ଶର୍ଟ ବଲ୍‌ ବିପକ୍ଷରେ ଶ୍ରେୟସଙ୍କ ଅଭ୍ୟାସ

ମୁମ୍ବାଇ,୧ା୧୧(ପି.ଟି.): ମଙ୍ଗଳବାର ଭାରତର ୪ ନମ୍ବର ବ୍ୟାଟର ଶ୍ରେୟସ୍‌ ଆୟର ଶର୍ଟ ବଲ୍‌ ଖେଳିବାର ଅଭ୍ୟାସ କରିଥିଲେ। ଶର୍ଟ ବଲ ଖେଳିବାରେ ଆୟରଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ବିପକ୍ଷ ଦଳ ସର୍ବଦା ଏହାର ଫାଇଦା ଉଠାଉଛନ୍ତି। ଆସନ୍ତା ଗୁରବାର ମୁମ୍ବାଇର ଓ୍ବାଙ୍ଖେଡେ ଷ୍ଟାଡିୟମରେ ଭାରତ ଏହାର ପରବର୍ତ୍ତୀ ମ୍ୟାଚ୍‌ ଶ୍ରୀଲଙ୍କା ବିପକ୍ଷରେ ଖେଳିବ। ଏହି ମ୍ୟାଚ୍‌ ପୂର୍ବରୁ ଆୟରଙ୍କୁ ଶର୍ଟ ବଲ୍‌ ବିପକ୍ଷରେ ଅଭ୍ୟାସ କରୁଥିବାର ଦେଖିବାକୁ ମିଳିଥିଲା। ମଙ୍ଗଳବାରର ଏହି ଅଭ୍ୟାସ ସେସନ୍‌ ଇଚ୍ଛାଧୀନ ରହିଥିବା ବେଳେ ବିରାଟ କୋହଲି, ଶୁବମାନ ଗିଲ୍‌ ଓ ରୋହିତ ଶର୍ମାଙ୍କ ପରି ଖେଳାଳି ଏହାକୁ ସ୍କିପ୍‌ କରିଥିଲେ। ତେବେ ଆୟର ଏହି ସେସନରେ ଅଂଶଗ୍ରହଣ କରିବା ସହିତ ଶର୍ଟ ବଲ ବିପକ୍ଷରେ ଦୀର୍ଘ ସମୟ ଧରି ଅଭ୍ୟାସ କରିଥିଲେ। ଭାରତ ଏହାର ଅନ୍ତିମ ମ୍ୟାଚରେ ଇଂଲଣ୍ଡକୁ ୧୦୦ ରନ୍‌ରେ ପରାସ୍ତ କରିଥିବା ବେଳେ ଏହି ମ୍ୟାଚରେ ମଧ୍ୟ ଆୟର ଚିରାଚରିତ ଢଙ୍ଗରେ ଆଉଟ ହୋଇଥିଲେ। ଭାରତର ଥ୍ରୋ ଡାଉନ୍‌ ସ୍ପେସିଆଲିଷ୍ଟ ମାନେ ଆୟରଙ୍କୁ ପ୍ରାୟ ୨ ଘଣ୍ଟା ଧରି ବୋଲିଂ କରିଥିଲେ। ଏହା ସହିତ କିଛି ସ୍ଥାନୀୟ ବୋଲର ମଧ୍ୟ ସାମିଲ ହୋଇ ବୋଲିଂ କରିଥିଲେ। ଭାରତୀୟ ଥ୍ରୋ ଡାଉନ୍‌ ସ୍ପେସିଆଲିଷ୍ଟ ଡି. ରାଘବେନ୍ଦ୍ର, ନୁଆନ୍‌ ସେନେଭିରତ୍ନେ ଓ ବ୍ୟାଟିଂ କୋଚ୍‌ ବିକ୍ରମ ରାଠୋଡ ଏହି ସେସନ୍‌ରେ ଅଂଶଗ୍ରହଣ କରିଥିଲେ। ସମସ୍ତଙ୍କ ବିପକ୍ଷରେ ଆୟର କିଛି ସମୟ ପୁଲ୍‌ ଓ ହୁକ୍‌ ଶଟ୍‌ର ଅଭ୍ୟାସ କରିଥିଲେ। ସେସନ୍‌ରେ ଶେଷ ଆଡକୁ ମୁଖ୍ୟ କୋଚ୍‌ ରାହୁଲ ଡ୍ରାଭିଡ୍‌ ଓ ବୋଲିଂ କୋଚ୍‌ ପାରସ୍‌ ମାହାମ୍ବ୍ରେ ମଧ୍ୟ କିଛି ବଲ୍‌ ବୋଲିଂ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଘୋଷଣା ହେଲା ତାରିଖ ଏବଂ ସ୍ଥାନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୮ମ ସଂସ୍କରଣ ୨୦୨୭ ଅକ୍ଟୋବର ୨୯ରୁ ନଭେମ୍ବର ୪ ମାଲ୍‌ଟା ଓ ଗୋଜୋରେ ହେବ। ଉଦ୍‌ଘାଟନୀ ଉତ୍ସବ ଅକ୍ଟୋବର ୨୯ରେ ଏହାପଛକୁ ଅକ୍ଟୋବର…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri