Posted inଖେଳ

ଡେବ୍ୟୁ ମ୍ୟାଚ୍‌ରେ ଚମତ୍କାର ଶତକ ହାସଲ କଲେ ଶ୍ରେୟାସ

କାନପୁର,୨୬ା୧୧: ଆଜିଠାରୁ କାନପୁରର ଗ୍ରୀନ ପାର୍କ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଡେବ୍ୟୁ କରୁଥିବା ଶ୍ରେୟସ ଆୟାର ଚମତ୍କାର ପ୍ରଦର୍ଶନ କରିଛନ୍ତି। ସେ କ୍ୟାରିୟର୍‌ର ପ୍ରଥମ ଟେଷ୍ଟରେ ଶତକ ହାସଲ କରିଛନ୍ତି। ସେ ୧୫୭ ବଲରେ ନିଜର ଶତକ ପୂରଣ କରିଛନ୍ତି। ଭାରତ ଏପର୍ଯ୍ୟନ୍ତ ୫ ଉଇକେଟ୍‌ ହରାଇ ୨୯୭ ରନ୍‌ କରିଛି। ପ୍ରଥମ ଦିନର ଖେଳ ଶେଷ ସୁଦ୍ଧା ଭାରତ ୪ ଉଇକେଟ୍‌ ହରାଇ ୨୫୮ ରନ୍‌ କରିଥିଲା। ଶ୍ରେୟାସ ୭୫ ଏବଂ ରବିନ୍ଦ୍ର ଜାଡେଜା ୫୦ ରନ୍‌ରେ ଅପରାଜିତ ଥିଲେ। ଦ୍ୱିତୀୟ ଦିନ ଖେଳ ଆରମ୍ଭ ହେବା କ୍ଷଣି ଜାଡେଜା ନିଜ ସ୍କୋରରେ ଆଉ କୌଣସି ରନ୍‌ ନ ଯୋଡି ଆଉଟ୍‌ ହୋଇଥିଲେ।
ଭାରତ ଟସ ଜିତି କାନପୁରର ଗ୍ରୀନପାର୍କରେ ପ୍ରଥମ ଟେଷ୍ଟ ମ୍ୟାଚରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଟିମ ଇଣ୍ଡିଆର ମୁଖ୍ୟ କୋଚ ଭାବରେ ରାହୁଲ ଦ୍ରାବିଡଙ୍କ ଏହା ହେଉଛି ପ୍ରଥମ ଟେଷ୍ଟ ସିରିଜ। ତାଙ୍କ ଆଖି ମଧ୍ୟ ଟି୨୦ ପରି ଟେଷ୍ଟ ସିରିଜ୍‌ ଉପରେ ରହିବ। ଗ୍ରୀନ ପାର୍କ ଷ୍ଟାଡିୟମ ଗ୍ରାଉଣ୍ଡରେ ଭାରତୀୟ ଦଳର ରେକର୍ଡ ଭଲ ରହିଛି। ନ୍ୟୁଜିଲାଣ୍ଡ ଏଠାରେ ଭାରତକୁ ପରାସ୍ତ କରିବାରେ ସକ୍ଷମ ହୋଇ ନାହିଁ। ଗ୍ରୀନ ପାର୍କରେ ଶେଷ ୬ ଟି ଟେଷ୍ଟ ମ୍ୟାଚ ମଧ୍ୟରୁ ଟିମ ଇଣ୍ଡିଆ ଜିତିଛି। ୧୯୮୩ରେ ୱେଷ୍ଟଇଣ୍ଡିଜ ଦ୍ୱାରା ଭାରତ ଶେଷ ଥର ପାଇଁ ପରାସ୍ତ ହୋଇଥିଲା। ୩୮ ବର୍ଷ ଧରି ଭାରତୀୟ ଦଳ ଏହି ଗ୍ରାଉଣ୍ଡରେ ଅପରାଜୟେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri