Posted inଖେଳ

୩୦୩ ତମ ଟେଷ୍ଟ ଖେଳାଳି ହେଲେ ଶ୍ରେୟାସ, କାନପୁର ‘ବାଦଶାହା’ ଦେଲେ କ୍ୟାପ୍‌

କାନପୁର,୨୫।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ ଶ୍ରେୟସ ଆୟର ତାଙ୍କର ଟେଷ୍ଟ ଡେବ୍ୟୁ କରିଛନ୍ତି । ଭାରତୀୟ ପୂର୍ବତନ ଅଧିନାୟକ ସୁନୀଲ ଗାଭାସ୍କର ତାଙ୍କୁ ଟେଷ୍ଟ କ୍ୟାପ ଦେଇଥିଲେ। ଏହି ମ୍ୟାଚରେ ଟିମ ଇଣ୍ଡିଆର ଅଧିନାୟକ ଅଜିଙ୍କେ ରାହାନେ ଟସ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। କାନପୁରର ଗ୍ରୀନ ପାର୍କରେ ୫ ବର୍ଷ ପରେ ଟେଷ୍ଟ ଖେଳାଯାଉଛି। ଏହି ଟେଷ୍ଟ ସିରିଜ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲ୍ୟୁଟିସି) ର ଏକ ଅଂଶ। ରାହୁଲ ଦ୍ରାଭିଡ ମଧ୍ୟ କୋଚ ଭାବରେ ଟେଷ୍ଟ ସିରିଜ୍‌ ଆରମ୍ଭ କରୁଛନ୍ତି। ଫଳରେ ଭାରତର ଟେଷ୍ଟ ଖେଳିବାରେ ସେ ୩୦୩ତମ ଖେଳାଳି ହୋଇଛନ୍ତି।
ସୁନୀଲ ଗାଭାସ୍କର ଟେଷ୍ଟ କ୍ୟାପ ଶ୍ରେୟସ ଆୟରଙ୍କୁ ଦେଇଥିଲେ। କାନପୁରରେ ଗାଭାସ୍କରଙ୍କ ରେକର୍ଡ ଅତ୍ୟନ୍ତ ଭଲ ହୋଇଛି। ସେ ଏଠାରେ ଏକ ଶତକ ଏବଂ ଅର୍ଦ୍ଧଶତକ ହାସଲ କରିଛନ୍ତି। ଗାଭାସ୍କର ଏଠାରେ ୯ଟି ଟେଷ୍ଟର ୧୪ ଇନିଂସରେ ହାରାହାରି ୪୫ରେ ୬୨୯ ରନ ସଂଗ୍ରହ କରିଛନ୍ତି। ୧୭୬ ରନର ତାଙ୍କର ସର୍ବୋଚ୍ଚ ଇନିଂସ। କାନପୁର ଟେଷ୍ଟରେ ସର୍ବାଧିକ ରନ ସ୍କୋର କରିବାରେ ପୂର୍ବତନ ଅଧିନାୟକ ଗାଭାସ୍କର ଦ୍ୱିତୀୟ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?