Posted inଖେଳ

ଭାରତ ଏ’ ଦଳର ନେତୃତ୍ୱ ନେବେ ଶ୍ରେୟସ

ନୂଆଦିଲ୍ଲୀ,୬ା୯: ଆଗାମୀ ଏସିଆ କପ୍‌ ଲାଗି ଭାରତୀୟ ଦଳରେ ସ୍ଥାନ ପାଇ ନ ଥିବା ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ଏ’ ବିପକ୍ଷରେ ହେବାକୁ ଥିବା ଦୁଇଟି ବହୁ ଦିନିଆ ମ୍ୟାଚ୍‌ରେ ଭାରତ ଏ’ ଦଳର ନେତୃତ୍ୱ ନେବେ। ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଆସନ୍ତା ୧୬ ତାରିଖଠାରୁ ଲକ୍ଷ୍ନୌରେ ଆରମ୍ଭ ହେବ। ଭାରତ ଏ’ ଦଳରେ ସାଇ ସୁଦର୍ଶନ, ଧ୍ରୁବ ଜୁରେଲ, ନୀତୀଶ ରେଡ୍ଡୀ ଓ ପ୍ରସିଦ୍ଧ କ୍ରିଷ୍ଣାଙ୍କ ଭଳି ଟେଷ୍ଟ ଦଳର ସଦସ୍ୟ ରହିଛନ୍ତି। ଏସିଆ କପ୍‌ ଦଳରେ ସ୍ଥାନ ପାଇ ନ ଥିବା ଲୋକେଶ ରାହୁଲ ଓ ମହମ୍ମଦ ସିରାଜଙ୍କୁ ସେପ୍ଟେମ୍ବର ୨୩ ତାରିଖରୁ ଆରମ୍ଭ ହେବାକୁ ଥିବା ଦ୍ୱିତୀୟ ମ୍ୟାଚ୍‌ ଲାଗି ଦଳରେ ସାମିଲ କରାଯାଇଛି। ଦୁଇଟି ବହୁ ଦିନିଆ ମ୍ୟାଚ୍‌ ପରେ ଭାରତ ଏ’ ଓ ଅଷ୍ଟ୍ରେଲିଆ ଏ’ ମଧ୍ୟରେ ୩ ଦିନିକିଆ ମ୍ୟାଚ୍‌ ଖେଳାଯିବ।

ଭାରତ ଏ’ ଦଳ: ଶ୍ରେୟସ ଆୟାର (ଅଧିନାୟକ), ଅଭିମନ୍ୟୁ ଈଶ୍ୱରନ, ଏନ୍‌ ଜଗଦିଶନ (ଉଇକେଟକିପର), ସାଇ ସୁଦର୍ଶନ, ଧ୍ରୁବ ଜୁରେଲ (ଉପ ଅଧିନାୟକ ଓ ଉଇକେଟକିପର), ଦେବଦତ୍ତ ପାଡିକଲ, ହର୍ଶ ଦୁବେ, ଆୟୁଷ ବଦୋନୀ, ନୀତୀଶ ରେଡ୍ଡୀ, ତନୁଷ କୋଟିଆନ, ପ୍ରସିଦ୍ଧ କ୍ରିଷ୍ଣା, ଗୁର୍ନୁର ବ୍ରାର, ଖଲିଲ ଅହମ୍ମଦ, ମାନବ ସୁଥାର ଓ ୟଶ ଠାକୁର।


Enter your email to get our daily news in your inbox.

All Right Reserved By Dharitri.Com

ଶର୍ଜିଲ ଇମାମ୍‌ଙ୍କୁ ମିଳିଲା ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ,୯ା୩: ୨୦୨୦ ଦିଲ୍ଲୀ ଦଙ୍ଗା ମାମଲାରେ ଏକ ଅଦାଲତ ସୋମବାର ଆକ୍ଟିଭିଷ୍ଟ ଶର୍ଜିଲ ଇମାମ୍‌ଙ୍କୁ ୧୦ ଦିନିଆ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ଭାଇ ବାହାଘରରେ ଯୋଗଦେବା…

ଚିତା ସଂଖ୍ୟା ବୃଦ୍ଧି: କୁନୋ ଜାତୀୟ ଉଦ୍ୟାନରେ ଜ୍ୱାଲାର ୫ ଛୁଆ ଜନ୍ମ

ନୂଆଦିଲ୍ଲୀ,୯ା୩: ନାମିବ୍ୟାରୁ ଅଣାଯାଇଥିବା ଚିତା ଜ୍ୱାଳା ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ସୋମବାର ୫ ଶାବକ ଜନ୍ମ କରିବାରୁ ଭାରତରେ ଚିତାସଂଖ୍ୟା ୫୩କୁ ବୃଦ୍ଧି ପାଇଛି। ଭାରତର…

ବରଗଡ଼ରେ ଆଇନଶୃଙ୍ଖଳା ଅଣାୟତ୍ତ: ପୁଣି ଛୁରାମାଡ, ଚାଲିଗଲା ଜଣଙ୍କର ଜୀବନ

ବରଗଡ଼,୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଆଇନ ଶୃଙ୍ଖଳା ପରିସ୍ଥିତି ଅଣାୟତ୍ତ ହୋଇପଡିଛି। ଏଠାକାର ବିଚ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି । ଛୁରି, ଭୁଜାଲି ଆକ୍ରମଣରେ ଲୋକେ…

ଦିନ ଦ୍ବିପ୍ରହରରେ ଝାମ୍ପିନେଲେ ୨ ଲକ୍ଷ ଟଙ୍କା

ରାୟଗଡ଼ା,୯।୩(ଆଶିଷ ରଞ୍ଜନ ପଣ୍ଡା) ଜଣେ ବ୍ୟକ୍ତି ବ୍ୟାଙ୍କକୁ ଟଙ୍କା ଡିପୋଜିଟ୍‌ କରିବାକୁ ଯିବା ସମୟରେ ଲୁଟେରାମାନେ ଦିନ ଦ୍ବିପ୍ରହରରେ ତାଙ୍କଠାରୁ ୨ ଲକ୍ଷ ଟଙ୍କା ଝାମ୍ପି ନେଇଛନ୍ତି।…

ବିବାହ ପ୍ରୋସେସନ ବେଳେ ବାଣ ଫୁଟି ୪ ଛାତ୍ରୀ ଆହତ

ସମ୍ବଲପୁର,୯।୩: ସମ୍ବଲପୁର ସହରରେ ସୋମବାର ରାତିରେ ଏକ ବିବାହ ପ୍ରୋସେସନ ବେଳେ ଅଘଟଣ ଘଟିଛି। ପ୍ରୋସେସନ ବେଳେ ହଷ୍ଟେଲ ପରିସରରେ ବାଣ ଫୁଟି ୪ଜଣ ଛାତ୍ରୀ ଆହତ…

ଅଷ୍ଟମ ବେତନ କମିଶନ ଲାଗି ଚିଠି

ଭୁବନେଶ୍ୱର,୯।୩: ଅଷ୍ଟମ ବେତନ କମିଶନ ପାଇଁ ଅର୍ଥ ବିଭାଗ ପକ୍ଷରୁ ଚିଠି। ଚିଠିରେ ସମସ୍ତ ଜିଲାପାଳ ଏବଂ ସରକାରୀ ବିଭାଗ ମୁଖ୍ୟଙ୍କଠାରୁ ମତାମତ ଲୋଡ଼ିଲେ ରାଜ୍ୟ ସରକାର।…

ଖେଳୁଥିବା ବେଳେ ୧୮ ମାସର ଶିଶୁକନ୍ୟାଙ୍କୁ କାମୁଡ଼ିଲା ସାପ, ଦେଖୁଦେଖୁ…

ଦିଗପହଣ୍ଡି,୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୌତମୀ ପଞ୍ଚାୟତ ଦେଉଳପେଡ଼ି ଗ୍ରାମର ଭରତ ବେହେରାଙ୍କ ୧୮ ମାସର ଶିଶୁକନ୍ୟା ରିୟାଂଶି ବେହେରା ସାପ କାମୁଡ଼ାରେ…

ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୦ ପ୍ରାର୍ଥୀ

ଦିଗପହଣ୍ଡି,୯।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri