ଇଣ୍ଡିଆ ବୁକ୍ସ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ‘ଶ୍ରେୟାଶିଂ’, ୨୦ ମାସ ବୟସରେ…

ସାକ୍ଷୀଗୋପାଳ,୨୫।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ନିଜର ବିଚକ୍ଷଣ ବୁଦ୍ଧି ଏବଂ ତତ୍କାଳ ସଠିକ ଉତ୍ତର ଦେଇ ଭଲଭାବେ କଥା କହି ପାରି ନ ଥିବା ୨୦ ମାସ ବୟସର ଶିଶୁ କନ୍ୟା ଶ୍ରେୟାଶିଂ ପଣ୍ଡା ଇଣ୍ଡିଆ ବୁକ୍ସ ଅଫ ରେକର୍ଡସରେ ସ୍ଥାନ ପାଇବାକୁ ସକ୍ଷମ ହୋଇଛନ୍ତି। ବିଭିନ୍ନ ପ୍ରଜାତିର ୧୯ ଟି ବନ୍ୟଜନ୍ତୁ, ୧୭ ଗୃହପାଳିତ ପଶୁ, ୧୩ ପକ୍ଷୀ, ୧୮ ପ୍ରକାର ପନିପରିବା, ୨୦ ଟି ଯାନବାହାନ, ୨୬ ଟି ଇଂରାଜୀ ଅକ୍ଷର ଓ ବ୍ୟବହୃତ ଶଦ୍ଦବଳି, ଭିନ୍ନ ଭିନ୍ନ ପ୍ରକାରର ୨୦ ଟି ଫଳ, ମଣିଷ ଶରୀରର ୧୪ ଟି ଅଙ୍ଗ ପ୍ରତ୍ୟଙ୍ଗ ଚିହ୍ନିତ କରିବା ସଙ୍ଗେ ସଙ୍ଗେ ୫ ଟି ସାଧାରଣ ଜ୍ଞାନର ତତକ୍ଷଣାତ ସଠିକ ଉତ୍ତର ଦେବାରେ ସଫଳ ହୋଇଛନ୍ତି। ଏହି କୃତିତ୍ବ ପାଇଁ ଇଣ୍ଡିଆ ବୁକ୍ସ ଅଫ ରେକର୍ଡସ ର ମୁଖ୍ୟ ସମ୍ପାଦକ ଡଃ ବିଶ୍ବରୁପ ରାୟ ଚ୍ୟୈଧୁରୀ ଶିଶୁ ଟିକୁ ଚଳିତ ମାସ ୧୪ ତାରିଖ ରେ ପ୍ରମାଣପତ୍ର ଓ ପଦକ ପ୍ରଦାନ କରି ଉତ୍ସାହିତ କରିଛନ୍ତି। ସତ୍ୟବାଦୀ ଥାନା ଅନ୍ତର୍ଗତ ଇନ୍ଦିପୁର ଗ୍ରାମର କୁନିଝିଅ ଶ୍ରେୟାଶଂର ମାତା ତପସ୍ବୀନି ପଣ୍ଡା ଓ ପିତା ଶିବଶଙ୍କର ପଣ୍ଡାଙ୍କ ପରିବାରରେ ଏଥିପାଇଁ ଖୁସିର ଲହରୀ ଖେଳିଯାଇଛି। ପୁରୀ ସହରରେ ରହୁଥିବା ଏହି ପରିବାରକୁ ବିଭିନ୍ନ ମହଲରୁ ଶିଶୁଟିର ଉଜ୍ଜ୍ୱଳ ଭବିଷ୍ୟତ କାମନା କରି ଶୁଭେଚ୍ଛା ପହଞ୍ଚିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ବଢୁଛି ଦୁର୍ଘଟଣା: ୪ ଘଣ୍ଟାରେ ୩ ଦୁର୍ଘଟଣା, ଜଣେ ମୃତ, ଦୁଇ ଗୁରୁତର…

ଭଞ୍ଜନଗର, ୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଦୁର୍ଘଟଣା ହାର ବଢ଼ିବାରେ ଲାଗିଛି। ମଙ୍ଗଳବାର ମାତ୍ର ୪ ଘଣ୍ଟା ମଧ୍ୟରେ ଘଟିଥିବା ତିନୋଟି ପୃଥକ ପୃଥକ…

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ଯୋଡ଼ାରେ ବିଦେଶୀ ପକ୍ଷୀ

ଯୋଡା,୨୪ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲା ଯୋଡ଼ା ସହରରେ ବିରଳ ଆଇବିସ ପକ୍ଷୀ ଦେଖିବାକୁ ମିଳିଛି। ଯୋଡ଼ା ଭଳି ଖଣି ଓ ଶିଳ୍ପ ଅଞ୍ଚଳରେ ଦେଖାଦେଇଥିବା ଏହି ବିଦେଶୀ…

ମୋଦିଙ୍କୁ ଫୋନ କଲେ ଟ୍ରମ୍ପ, ଯୁଦ୍ଧ ନେବ ଭୟଙ୍କର ମୋଡ!

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଭିତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମ୍ପର୍କରେ ଫୋନରେ କଥା ହୋଇଛନ୍ତି। ଉଭୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri