ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡରେ ଶ୍ରେୟାସୀ

ବାରିପଦା ଅଫିସ,୧୯।୭-ବିଚକ୍ଷଣ ପ୍ରତିଭାର ପରିଚୟ ଦେଇ ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡରେ ସ୍ଥାନ ପାଇଛନ୍ତି ମୟୂରଭଞ୍ଜ ଜିଲାର କୁନି ଝିଅ ଶ୍ରେୟାସୀ ମହାନ୍ତ। ମାତ୍ର ଅଢେଇ ବର୍ଷ ବୟସରେ ଅସାଧାରଣ ସ୍ମରଣ ଶକ୍ତିର ଅଧିକାରୀ ଶ୍ରେୟାସୀଙ୍କୁ ଶନିବାର ମେଡାଲ, ପ୍ରମାଣପତ୍ର, ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡ ପୁସ୍ତକ ସହିତ ପରିଚୟପତ୍ର ମିଳିଛି। କଳା ଓ ସଂସ୍କୃତିର ମାଟି ମୟୂରଭଞ୍ଜ ଜିଲା ରରୁଆଁ ବ୍ଲକ ଘାଗରବେଡ଼ା ପଞ୍ଚାୟତ ବାଟିସାହିର ବାପା ସୁବ୍ରତ ମହାନ୍ତ ଓ ମା’ ତୃପ୍ତିଲତାଙ୍କ ଅଳିଅଳି ଝିଅ ଶ୍ରେୟାସୀ।
୨ବର୍ଷ ୭ମାସର କୁନି ଝିଅ ଶ୍ରେୟାସୀ ଇଂଲିଶ ବର୍ଣ୍ଣମାଳାର ଏରୁ ଜେଡ୍‌ ପର୍ଯ୍ୟନ୍ତ ସ୍ପଷ୍ଟ ଉଚ୍ଚାରଣ କରିବା ସହିତ ୧୦ ପ୍ରକାର ପ୍ରାଣୀ, ୭ ଖାଦ୍ୟ, ୮ ରଙ୍ଗ, ସପ୍ତାହର ୭ଦିନ, ଓଡ଼ିଆ ବର୍ଣ୍ଣମାଳାର ୧୦ଟି ଅକ୍ଷର ସ୍ପଷ୍ଟ ଚିହ୍ନଟ କରି କହି ପାରୁଛନ୍ତି। ଏ ସଂକ୍ରାନ୍ତୀୟ ଏକ ଭିଡିଓ ଗତ ଜୁନ ୨୧ରେ ତାଙ୍କ ବାପା ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡକୁ ପଠାଇଥିଲେ। ପ୍ରଥମ ପର୍ଯ୍ୟାୟରେ ଯୋଗ୍ୟ ବିବେଚିତ ହେବା ପରେ ଚୂଡାନ୍ତ ପର୍ଯ୍ୟାୟରେ ଜୁନ ୨୩ରେ ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡରେ ସ୍ଥାନ ପାଇଥିବା ନେଇ ତାଙ୍କ ନାମ ଘୋଷଣା ହୋଇଥିଲା ା ଜୁଲାଇ ୧୭ରେ ତାଙ୍କ ନିକଟକୁ ସମସ୍ତ ପ୍ରମାଣପତ୍ର ଆସିବା ପରେ ପରିବାର ତଥା ଜିଲାରେ ଖୁସିର ଲହରୀ ଖେଳିଯାଇଛି। ଶ୍ରେୟାସୀଙ୍କ ବାପା ସୁବ୍ରତ ଦିଲ୍ଲୀଠାରେ ଇଣ୍ଡୋ-ତିବ୍ବତାନ (ଆଇଟିବିପି)ର ପାରାମେଡିକାଲ ବିଭାଗରେ କାର୍ଯ୍ୟରତ। ତାଙ୍କ ମା’ ଜଣେ ଗୃହିଣୀ। ଶ୍ରେୟାସୀ ବର୍ତ୍ତମାନ ମା’ବାପାଙ୍କ ସହିତ ଦିଲ୍ଲୀରେ ରହୁଛନ୍ତି। ଅଳ୍ପ ବୟସରେ ନୂଆ ଜିନିଷ ଶିଖିବାରେ ଆଗ୍ରହ ଓ ବିଚକ୍ଷଣ ସ୍ମୃତିଶକ୍ତି ପାଇଁ ଶ୍ରେୟାସୀଙ୍କୁ ଏହି ସଫଳତା ମିଳିଛି। ଏତେ କମ୍‌ ବୟସରେ ସେ ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡରେ ନିଜ ନାମ ଯୋଡ଼ିଥିବାରୁ କେବଳ ମୟୂରଭଞ୍ଜ ନୁହେଁ ସମଗ୍ର ଭାରତବର୍ଷରେ ଗୌରବ ବୃଦ୍ଧି କରିପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ପାଇଁ ମହାସଂଗ୍ରାମ: ପିଏଚଡି କାର୍ଯ୍ୟାଳୟ ଘେରିଲେ ମହିଳା, ବିଭାଗୀୟ ଅଧିକାରୀ ଦେଲେ ଏମିତି ପ୍ରତିଶ୍ରୁତି

ଛତ୍ରପୁର,୨୮।୫ (ଦିଲ୍ଲୀପ ସାମଲ): “ପାଣି ଟୋପେ ପାଇଁ ଜୀବନ ବିକଳ, ପ୍ରଶାସନ କିନ୍ତୁ ନିଦାବିଷ୍ଣୁ।” ଏଭଳି ଏକ ଚରମ ଅସନ୍ତୋଷ ପ୍ରକାଶ କରି ଆଜି ଛତ୍ରପୁର ପୌର…

କ୍ଷମତା ହସ୍ତାନ୍ତର ଘୋଷଣା କଲେ ସିଦ୍ଦାରାମାୟା , କହିଲେ-ରାହୁଲ ଗାନ୍ଧୀ ଯାହା କହିବେ ମୁଁ ତାହା କରିବି…

ବେଙ୍ଗାଲୁରୁ, ୨୮।୫: କର୍ନାଟକ କଂଗ୍ରେସ ସରକାର ମଧ୍ୟରେ ଦୀର୍ଘ ଦିନ ଧରି ଲାଗି ରହିଥିବା କ୍ଷମତା ହସ୍ତାନ୍ତର ଏବେ ପଥ ପରିଷ୍କାର କରିଛି। ସୂତ୍ର ଅନୁଯାୟୀ, ଦିଲ୍ଲୀରେ…

ଓଲଟିଲା ଲୁଣ ବୋଝେଇ ଇଞ୍ଜିନ ରିକ୍ସା, ଖାଲାସୀ ମୃତ

ଭୋଗରାଇ,୨୮।୫( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା – ବାଲିଆପାଳ ରାସ୍ତା ଜଳଧା ଗ୍ରାମ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି…

ବିନା ପେଟ୍ରୋଲ୍‌ରେ ଚାଲିବ ବାଇକ୍‌! Hero ଆଣୁଛି ଦେଶର ପ୍ରଥମ ଇଥାନଲ୍ ଚାଳିତ ଫ୍ଲେକ୍ସ-ଫ୍ୟୁଏଲ୍ ବାଇକ୍‌; ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୫: ଭାରତରେ ପରିବେଶ ଅନୁକୂଳ ତଥା ବିକଳ୍ପ ଜାଳେଣିର ବ୍ୟବହାରକୁ ପ୍ରୋତ୍ସାହନ ଦେବା ଦିଗରେ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛି ଦେଶର ସବୁଠାରୁ ବଡ଼ ଦୁଇଚକିଆ ଯାନ…

‘VVIPଙ୍କ ଗସ୍ତ ସୂଚନା ଲିକ୍‌ କଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ୱର,୨୮ା୫: ଭିଭିଆଇପିଙ୍କ ଗସ୍ତ ସୂଚନା ଲିକ୍‌ ନେଇ କଡ଼ା ସତର୍କତା ଜାରି କରିଛନ୍ତି ସରକାର। ସୋସିଆଲ ମିଡିଆରେ ସୁରକ୍ଷା ସୂଚନା ଶେୟାର୍‌ କଲେ ଏଣିକି ହେବ କାର୍ଯ୍ୟାନୁଷ୍ଠାନ।…

ମା’ଙ୍କୁ ନେଇ ହସ୍ପିଟାଲ ଯାଉଥିବା ବେଳେ ଜଳିଗଲା କାର୍; ୪ ଜୀବନ୍ତ ଦଗ୍ଧ, ଜିଲା ପରିଷଦ…

ଜୟପୁର,୨୮ା୫:  ରାଜସ୍ଥାନର ଆଜମେର ଜିଲାର ବୋରାଡା ପୋଲିସ ଷ୍ଟେସନ ଅଞ୍ଚଳର ଶ୍ରୀରାମପୁରା ଗାଁରେ ଗୁରୁବାର ସକାଳେ ଏକ ହୃଦୟ ବିଦାରକ ଦୁଃଖଦ ଘଟଣା ଘଟିଛି । ହଠାତ୍…

ମଣ୍ଡି ଉଦ୍‌ଘାଟନ ପରେ ବି ଉଠୁନି ଚାଷୀଙ୍କ ଧାନ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେ ଥିବା ବିଭିନ୍ନ ଧାନମଣ୍ଡି ଉଦଘାଟନ ହେବାର ୭ଦିନ ବିତିଯାଇଥିଲେ ସୁଦ୍ଧା ଚାଷୀଙ୍କ ଧାନ ଉଠିବାରେ ବିଳମ୍ବ…

ଆଉଟ୍‌ ହେବା ପରେ କାହାକୁ ଗାଳି ଦେଲେ ବୈଭବ ସୂର୍ଯ୍ୟବଂଶୀ? ଚମକାଉଛି Video

ନୂଆଦିଲ୍ଲୀ,୨୮।୫: ଆଇପିଏଲ୍‌ ୨୦୨୬ର ଏଲିମିନେଟର୍‌ ମୁକାବିଲାରେ ସନରାଇଜର୍ସ ହାଇଦ୍ରାବାଦକୁ ଏକତରଫା ଭାବେ ପରାସ୍ତ କରିଛି ରାଜସ୍ଥାନ ରୟାଲ୍ସ। ଏହି ମ୍ୟାଚ୍‌ରେ ରାଜସ୍ଥାନର ବିଜୟର ହିରୋ ସାଜିଛନ୍ତି ୧୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri