ତିନି ରଥରେ ଦର୍ଶନ ଦଲେ ଶ୍ରୀଜୀଉ

କର୍ଲାମୁଣ୍ଡା,୧୬ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ର ବିଭିନ୍ନ ସ୍ଥାନରେ ଗୁରୁବାର ରଥଯାତ୍ରା ଶାନ୍ତିପୂର୍ଣ୍ଣ ଭାବେ ଅନୁଷ୍ଠିତ ହୋଇଯାଇଛି। କର୍ଲାମୁଣ୍ଡା ବସ୍ତିଠାରେ ଭକ୍ତଙ୍କ ସମାଗମରେ ମହାପ୍ରଭୁ ଜଗନ୍ନାଥ, ବଳଭଦ୍ର, ସୁଭଦ୍ରାଙ୍କୁ ନୀତିକାନ୍ତିରେ ପୂଜାର୍ଚ୍ଚନା ସହ ରଥ ଉପରକୁ ବିଜେ କରାଯାଇଥିଲା।

ଜଗନ୍ନାଥ ପୂଜା କମିଟି ଓ ଗ୍ରାମବାସୀଙ୍କ ପକ୍ଷରୁ ଚଳିତବର୍ଷ ତିନିଠାକୁରଙ୍କ ପାଇଁ ତିନିରଥର ବ୍ୟବସ୍ଥା କରାଯାଇଛି। ଏଥିରେ ମହିଳା ସଂକୀର୍ତ୍ତନ ଦଳର ଭଜନ ପରିବେଷଣ ଭକ୍ତଙ୍କୁ ଆକୃଷ୍ଟ କରିଥିଲା। ଏହି ଅବସରରେ ଶିଶୁଙ୍କ ଉଜ୍ଜ୍ୱଳମୟ ଭବିଷ୍ୟତ କାମନାକରି ମାତାପିତା ଶିଶୁଙ୍କୁ ରଥାରୂଢ ଶ୍ରୀଜୀଉଙ୍କ ଦର୍ଶନ କରାଇଥିଲେ। ସେହିପରି ବ୍ଲକର ରିଷିଡା, ଟକାରୁମାଲ, ରେଗଡା, ତେରେସିଙ୍ଗା, ଗଜବାହଲ, ରାଜପୁର ଆଦି ସ୍ଥାନରେ ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା NEET UG ୨୦୨୬ ପରୀକ୍ଷାଫଳ: ୧୧.୨୧ ଲକ୍ଷ ଛାତ୍ରୀଛାତ୍ର କୃତକାର୍ଯ୍ୟ, ସଫଳତା ହାରରେ ଆଗରେ ମହିଳା

ନୂଆଦିଲ୍ଲୀ,୧୬।୭: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ପକ୍ଷରୁ ନ୍ୟାସନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ (NEET UG) ୨୦୨୬ ର ପରୀକ୍ଷା ଫଳ ପ୍ରକାଶ ପାଇଛି। ମେଡିକାଲ୍…

ରଥଯାତ୍ରା: ମୀନାବଜାର ଦୋଳିରେ କରେଣ୍ଟ ଲାଗି ଚାଲିଗଲା ନାବାଳକଙ୍କ ଜୀବନ

ପାରଳାଖେମୁଣ୍ଡି,୧୬ା୭(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡିରେ ରଥଯାତ୍ରା ପାଇଁ ପଡିଥିବା ମୀନା ବଜାର ପରିସରରେ ବିଦ୍ୟୁତ୍‌ ଆଘାତରେ ଜଣେ ନାବାଳକ(୧୫)ଙ୍କ ମୃତ୍ୟୁ ହୋଇଛି। ସେ ହେଲେ ପାରଳାଖେମୁଣ୍ଡି ଫ୍ରେଣ୍ଡ୍ସ କଲୋନୀ…

ରଥଯାତ୍ରାରେ ଭକ୍ତଙ୍କ ମୃତ୍ୟୁକୁ ନେଇ ବଡ଼ କଥା କହିଲେ ମନ୍ତ୍ରୀ

ପୁରୀ,୧୬।୭: ପୁରୀ ରଥଯାତ୍ରାରେ ଅଣନିଶ୍ବାସୀ ହୋଇ ଭକ୍ତଙ୍କ ମୃତ୍ୟୁକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ରଥଯାତ୍ରାରେ ଦଳା ଚକଟା ହୋଇ ନ…

ରଥଯାତ୍ରାରେ ସୁରକ୍ଷା ଢ଼ିଲା: ଲୁଟିନେଲେ ମହିଳାଙ୍କ ସୁନାଚେନ୍‌; ଟ୍ରାଫିକ ଜାମ୍‌, ଲୋକେ ହଟହଟା

ବରଗଡ଼,୧୬।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଏଥର ପ୍ରଥମଥର ପାଇଁ ସ୍ଥାନୀୟ ବୀର ସୁରେନ୍ଦ୍ର ସାଏ ଛକରେ ଭଟଲି ଛକ ଏବଂ ଖଜୁରଟିକ୍ରାରୁ ବାହାରିଥିବା ମହାପ୍ରଭୁଙ୍କ ରଥ ଏକାଠି…

‘ସ୍ତ୍ରୀର ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କ ଥିଲେ ମିଳିବ ନାହିଁ ଭରଣପୋଷଣ’: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ବିଳାସପୁର,୧୬।୭: ଯଦି ଜଣେ ବିବାହିତ ମହିଳା ବିବାହ ପରେ ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କରେ ଲିପ୍ତ ହୁଅନ୍ତି, ତେବେ ସେ ତାଙ୍କ ସ୍ବାମୀଙ୍କଠାରୁ ଭରଣପୋଷଣ ଦାବି…

ମୁମ୍ବାଇରେ ମହେଶ୍ୱରଙ୍କ ମୃତ୍ୟୁ: ଶୋକସନ୍ତପ୍ତ ପରିବାରକୁ ଭେଟି ଆର୍ଥିକ ସହାୟତା ପ୍ରଦାନ କଲେ ଛତ୍ରପୁର ବିଧାୟକ

ଗଞ୍ଜାମ, ୧୬।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତ ବୋରିଗାଁ ଗ୍ରାମର ମହେଶ୍ୱର ନାହାକଙ୍କ ମୁମ୍ବାଇରେ କାର୍ଯ୍ୟରତ ଥିବା ସମୟରେ ହଠାତ୍ ହୃଦଘାତରେ ମୃତ୍ୟୁ…

ଦାରିଙ୍ଗବାଡିରେ ଘୋଷଯାତ୍ରା: ସିମନବାଡି-ଗଦାପୁରରେ ବିଳମ୍ବରେ ଟଣାହେଲା ରଥ,ଲଗାଣ ବର୍ଷା ସତ୍ତ୍ୱେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ଦାରିଙ୍ଗବାଡି, ୧୬।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଗୁରୁବାର ପବିତ୍ର ଘୋଷଯାତ୍ରା ଅତି ଧୂମଧାମରେ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅନ୍ତର୍ଗତ ସିମନବାଡି ପତିତପାବନ…

ଠାକୁର ଅଜା ଶ୍ରୀ ସିଦ୍ଧ ବଳରାମଙ୍କ ରଥଯାତ୍ରା: ପାଚିଲା ପଣସ ଭୋଗରେ ମହକିଲା ପୀଠ

ସାକ୍ଷୀଗୋପାଳ, ୧୬।୭ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସ୍ଥାନୀୟ ପ୍ରସିଦ୍ଧ ବକୁଳ ବନର ଅଧିଶ୍ୱର ଠାକୁର ଅଜା ଶ୍ରୀସିଦ୍ଧ ବଳରାମଦେବଙ୍କ ପବିତ୍ର ରଥଯାତ୍ରା ଗୁରୁବାର ଭକ୍ତିପୂତ ପରିବେଶରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri