ଦିଗପହଣ୍ଡିରେ ଶ୍ରୀ ରାମଚରିତ ମାନସ କାର୍ଯ୍ୟକ୍ରମ: ଶ୍ରୀରାମଚରିତ ସମଗ୍ର ମାନବ ଜାତିର ମାର୍ଗଦର୍ଶକ

ଦିଗପହଣ୍ଡି,୨୨|୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ରାଜବାଟି ସିଂହଦ୍ଵାର ସମ୍ମୁଖରେ ଗତ ଶୁକ୍ରବାର ଠାରୁ ଆରମ୍ଭ ହୋଇଥିବା ଶ୍ରୀରାମ ଚରିତ ମାନସ ନବାହ୍ନ ପାରାୟଣ ଓ ପ୍ରବଚନ କାର୍ଯ୍ୟକ୍ରମ ମଙ୍ଗଳବାର ପଞ୍ଚମ ଦିବସରେ ପହଞ୍ଚିଛି। ସନ୍ଧ୍ୟାରେ ଯାଜପୁର ରଘୁନାଥ ମଠର ମହନ୍ତ ପଣ୍ଡିତ ବିଜୟ ରାଘବେନ୍ଦ୍ର ମହାରାଜ ପ୍ରବକ୍ତା ଭାବେ ଯୋଗ ଦେଇ ଶ୍ରୀ ରାମଚରିତ ମାନସ ହିଁ ପଥଭ୍ରଷ୍ଟ ମାନବ ଜାତିର ଏକମାତ୍ର ମାର୍ଗଦର୍ଶକ ବୋଲି କହିଥିଲେ। ରାଜା ଭରତଙ୍କ ଚିତ୍ରକୂଟ ଗମନ ପ୍ରସଙ୍ଗ ଉପରେ ଅମୃତ ତୁଲ୍ୟ ବିଚାର ରଖି ଭାଇ ଭାଇଙ୍କ ମଧ୍ୟରେ ଥିବା ଭକ୍ତିଭାବ ଓ ତ୍ଯାଗର ମହନୀୟତା ଅନ୍ୟ କୌଣସି ଗ୍ରନ୍ଥରେ ଦେଖାଯିବା ବିରଳ ବୋଲି ପ୍ରକାଶ କରିଥିଲେ। ଦିଗପହଣ୍ଡି ଏନଏସି ଅଧ୍ୟକ୍ଷ ପ୍ରଫୁଲ  ପଣ୍ଡାଙ୍କ ପ୍ରତ୍ଯକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ପ୍ରାକ୍ତନ ସଭାପତି ହରିକୃଷ୍ଣ ପଣ୍ଡା ସଭାପତିତ୍ୱ କରିଥିବା ବେଳେ ଅବସରପ୍ରାପ୍ତ ଅର୍ଥନୀତି ପ୍ରାଧ୍ୟାପକ ଡ. ପ୍ରକାଶ ଚନ୍ଦ୍ର ପାଣିଗ୍ରାହୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ପୁରୀ ଶ୍ରୀ ରାମଦୟା ପରିଷଦର ମହାମଣ୍ଡଳେଶ୍ବର ମହନ୍ତ  ଗଙ୍ଗାରାମ ଦାସଜୀ ମହାରାଜ ବିଷୟ ପ୍ରସଙ୍ଗ ଉପରେ ପ୍ରାରମ୍ଭିକ ସୂଚନା ଦେଇଥିବା ବେଳେ ଶେଷରେ ଆଇନଜୀବି ହରପ୍ରସାଦ ରଥ ଧନ୍ୟବାଦ ଅର୍ପଣ କରିଥିଲେ। ମାନସ ପାରାୟଣ ପରିଚାଳନା କମିଟି କର୍ମକର୍ତ୍ତା  ସତ୍ଯନାରାୟଣ ଦାଶ, ହରିକୃଷ୍ଣ ସାହୁ, ଲକ୍ଷ୍ମୀ ନାରାୟଣ ଦାଶ, କାଳୁଚରଣ ପାଣିଗ୍ରାହୀ, ଲକ୍ଷ୍ମୀ ନୃସିଂହ ମାର୍ଥା, ହେମନ୍ତ କୁମାର ପାଣିଗ୍ରାହୀ, ସୁବାସ ଚନ୍ଦ୍ର ପାଢ଼ୀ, ଭାଗିରଥି ଚୌଧୁରୀ, ପି. ଗୋବିନ୍ଦ ପାତ୍ର, ବିନୋଦ ଚନ୍ଦ୍ର ଦାଶ, ସୁରେନ୍ଦ୍ର ପଟ୍ଟନାୟକ, ରାମୁ ଆଚାରୀ, ଗୌରଚନ୍ଦ୍ର ପୂଜାରୀ, ଏମ୍. ବାଇନାଥ ଓ ଅନ୍ୟ ସଦସ୍ୟ ବୃନ୍ଦ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥାନାରେ ପଶିଲା ଭିଜିଲାନ୍ସ, ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ…

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଭିଜିଲାନ୍ସ ହାତରେ ଦଶମନ୍ତପୁର ଥାନାଧିକାରୀ କୌଣସି ମାମଲାରେ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଜୟପୁର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ମିଳିଥିବା...

ସୀମାନ୍ତରେ ପୋଲିସ-ମାଓବାଦୀ ଗୁଳି ବିନିମୟ, ୩ ମାଓବାଦୀ ସଫା

ମାଲକାନଗିରି,୧୮।୧୩(ଦୁର୍ଯ୍ୟୋଧନ ପାତ୍ର) ମାଲକାନଗିରି ସୀମାନ୍ତ ଛତିଶଗଡ ସୁକୁମା ଜିଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ତିନିଜଣ ମାଓବାଦୀ ନିହତ ହୋଇଛନ୍ତିା ସୂଚନା...

ଚକରା ଘାଟିରେ ପର୍ଯ୍ୟଟକ-ଦନ୍ତା ମୁହାଁମୁହିଁ: ଲୋକେ ଆତଙ୍କିତ

ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ରେ ଦନ୍ତା ହାତୀମାନଙ୍କ ଦୌରାତ୍ମ ଦିନକୁ ଦିନ ବଢ଼ିବାରେ ଲାଗିଛି। ଯାହାକୁ ନେଇ ଜଙ୍ଗଲ...

ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ ଅଘଟଣ: ୪୦ ଫୁଟ୍‌ ତଳକୁ ଖସିଲା ବୋଲେରୋ

ମୋରଡା,୧୮।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍‌ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆସନ୍ତା ଶିକ୍ଷାବର୍ଷରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମିଳିବ ମାଗଣା…

ବ୍ରହ୍ମପୁର,୧୮।୧୨(ସ୍ମୃତି ରଞ୍ଜନ ମହାଲିକ): ରାଜ୍ୟରେ ଶିକ୍ଷାକ୍ଷେତ୍ରର ବିକାଶ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। କେବଳ ପ୍ରାଥମିକ ଶିକ୍ଷା ପାଇଁ ଚଳିତବର୍ଷ ବଜେଟରେ...

ଆହତ ଛୁଆହାତୀକୁ ଉଦ୍ଧାର କଲା ବନବିଭାଗ: କରାଯାଉଛି ଚିକିତ୍ସା

କେସିଙ୍ଗା୧୮।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନାଞ୍ଚଳ ଅଧିନସ୍ଥ ନୂନମାଠ ଗ୍ରାମ ନିକଟରେ ଥିବା ଜଙ୍ଗଲକୁ ଖାଦ୍ୟ ଅନ୍ବେଷଣରେ ୩୫ ଟିକିଆ ହାତୀପଲ ଗତକାଲି ଗାଁ...

ଅତିଥି ଅଧ୍ୟାପିକାଙ୍କୁ ହତ୍ୟା, ପୁରୁଷ ବନ୍ଧୁ ଗିରଫ

କେନ୍ଦୁଝର,୧୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ/ ଦୀପକ ମିଶ୍ର): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ମାଇନିଂରୋଡ୍‌ସ୍ଥିତ ନିର୍ମଳା କନ୍‌ଭେଣ୍ଟ ସ୍କୁଲ ପାଖରେ ଏକ ଘରେ ରହୁଥିବା ଅତିଥି ଅଧ୍ୟାପିକାଙ୍କୁ...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ମନ ଜିଣୁଛି କଳାକାରଙ୍କ ପୂର୍ବାଭ୍ୟାସ

ବରଗଡ଼,୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉମାତ୍ର ଏକ ସପ୍ତାହ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ୨୦୨୬...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri