ଦିଗପହଣ୍ଡିରେ ଶ୍ରୀ ରାମଚରିତ ମାନସ କାର୍ଯ୍ୟକ୍ରମ: ଶ୍ରୀରାମଚରିତ ସମଗ୍ର ମାନବ ଜାତିର ମାର୍ଗଦର୍ଶକ

ଦିଗପହଣ୍ଡି,୨୨|୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ରାଜବାଟି ସିଂହଦ୍ଵାର ସମ୍ମୁଖରେ ଗତ ଶୁକ୍ରବାର ଠାରୁ ଆରମ୍ଭ ହୋଇଥିବା ଶ୍ରୀରାମ ଚରିତ ମାନସ ନବାହ୍ନ ପାରାୟଣ ଓ ପ୍ରବଚନ କାର୍ଯ୍ୟକ୍ରମ ମଙ୍ଗଳବାର ପଞ୍ଚମ ଦିବସରେ ପହଞ୍ଚିଛି। ସନ୍ଧ୍ୟାରେ ଯାଜପୁର ରଘୁନାଥ ମଠର ମହନ୍ତ ପଣ୍ଡିତ ବିଜୟ ରାଘବେନ୍ଦ୍ର ମହାରାଜ ପ୍ରବକ୍ତା ଭାବେ ଯୋଗ ଦେଇ ଶ୍ରୀ ରାମଚରିତ ମାନସ ହିଁ ପଥଭ୍ରଷ୍ଟ ମାନବ ଜାତିର ଏକମାତ୍ର ମାର୍ଗଦର୍ଶକ ବୋଲି କହିଥିଲେ। ରାଜା ଭରତଙ୍କ ଚିତ୍ରକୂଟ ଗମନ ପ୍ରସଙ୍ଗ ଉପରେ ଅମୃତ ତୁଲ୍ୟ ବିଚାର ରଖି ଭାଇ ଭାଇଙ୍କ ମଧ୍ୟରେ ଥିବା ଭକ୍ତିଭାବ ଓ ତ୍ଯାଗର ମହନୀୟତା ଅନ୍ୟ କୌଣସି ଗ୍ରନ୍ଥରେ ଦେଖାଯିବା ବିରଳ ବୋଲି ପ୍ରକାଶ କରିଥିଲେ। ଦିଗପହଣ୍ଡି ଏନଏସି ଅଧ୍ୟକ୍ଷ ପ୍ରଫୁଲ  ପଣ୍ଡାଙ୍କ ପ୍ରତ୍ଯକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ପ୍ରାକ୍ତନ ସଭାପତି ହରିକୃଷ୍ଣ ପଣ୍ଡା ସଭାପତିତ୍ୱ କରିଥିବା ବେଳେ ଅବସରପ୍ରାପ୍ତ ଅର୍ଥନୀତି ପ୍ରାଧ୍ୟାପକ ଡ. ପ୍ରକାଶ ଚନ୍ଦ୍ର ପାଣିଗ୍ରାହୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ପୁରୀ ଶ୍ରୀ ରାମଦୟା ପରିଷଦର ମହାମଣ୍ଡଳେଶ୍ବର ମହନ୍ତ  ଗଙ୍ଗାରାମ ଦାସଜୀ ମହାରାଜ ବିଷୟ ପ୍ରସଙ୍ଗ ଉପରେ ପ୍ରାରମ୍ଭିକ ସୂଚନା ଦେଇଥିବା ବେଳେ ଶେଷରେ ଆଇନଜୀବି ହରପ୍ରସାଦ ରଥ ଧନ୍ୟବାଦ ଅର୍ପଣ କରିଥିଲେ। ମାନସ ପାରାୟଣ ପରିଚାଳନା କମିଟି କର୍ମକର୍ତ୍ତା  ସତ୍ଯନାରାୟଣ ଦାଶ, ହରିକୃଷ୍ଣ ସାହୁ, ଲକ୍ଷ୍ମୀ ନାରାୟଣ ଦାଶ, କାଳୁଚରଣ ପାଣିଗ୍ରାହୀ, ଲକ୍ଷ୍ମୀ ନୃସିଂହ ମାର୍ଥା, ହେମନ୍ତ କୁମାର ପାଣିଗ୍ରାହୀ, ସୁବାସ ଚନ୍ଦ୍ର ପାଢ଼ୀ, ଭାଗିରଥି ଚୌଧୁରୀ, ପି. ଗୋବିନ୍ଦ ପାତ୍ର, ବିନୋଦ ଚନ୍ଦ୍ର ଦାଶ, ସୁରେନ୍ଦ୍ର ପଟ୍ଟନାୟକ, ରାମୁ ଆଚାରୀ, ଗୌରଚନ୍ଦ୍ର ପୂଜାରୀ, ଏମ୍. ବାଇନାଥ ଓ ଅନ୍ୟ ସଦସ୍ୟ ବୃନ୍ଦ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”

ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…

ଇନଷ୍ଟାଗ୍ରାମ ଆଇଡି ହ୍ୟାକ୍ କରି ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ, ଧରାପଡିବା ପରେ…..

ଆନନ୍ଦପୁର,୬ା୧୦(ସୁଶାନ୍ତ କୁମାର ସାହୁ ): ଇନଷ୍ଟାଗ୍ରାମ ଆଇଡି ହ୍ୟାକ କରି ଜଣେ ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ କରିବା ଅଭିଯୋଗରେ ଘଷିପୁରା ପୋଲିସ ଜଣେ ଯୁବକକୁ ଗିରଫ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ

ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍‌ଏଚ୍‌-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?