ଗଜ ବେଶରେ ଦର୍ଶନ ଦେଲେ ଶ୍ରୀଜିଉ

ପୁରୀ,୨୨ା୬: ଆଜି ଅର୍ଥାତ୍‌ ଶନିବାର ହେଉଛି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ କରି ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଛନ୍ତି। ସମସ୍ତ ନୀତିକାନ୍ତି ପରେ ଶ୍ରୀଜିଉ ଗଜ ବେଶରେ ଲକ୍ଷାଧିକ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି।

ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାନ ପକ୍ଷରୁ ନୀତ ନିର୍ଘଣ୍ଟ ଚୂଡ଼ାନ୍ତ କରାଯାଇଥିଲା। ଏହି ଅନୁଯାୟୀ, ରାତି ୪.୩୦ରେ ମଙ୍ଗଳାର୍ପଣ ପରେ ଭୋରରେ ଧାଡ଼ି ପହଣ୍ଡିରେ ଚତୁର୍ଦ୍ଧାବିଗ୍ରହଙ୍କୁ ସ୍ନାନବେଦିକୁ ବିଜେ କରାଯାଇଥିଲା। ପ୍ରଥମେ ବଡ଼ଠାକୁର ବଳଭଦ୍ର ରତ୍ନବେଦି ଛାଡ଼ି ଧାଡି ପହଣ୍ଡିରେ ଆସି ସ୍ନାନ ମଣ୍ଡପରେ ପହଞ୍ଚି ଥିଲେ। ପରେ ମା’ ସୁଭଦ୍ରା ପହଣ୍ଡିରେ ଆସି ସ୍ନାନ ମଣ୍ଡପରେ ପହଞ୍ଚି ଥିଲେ। ଶେଷରେ କାଳିଆସାଆନ୍ତ ରତ୍ନବେଦି ଛାଡ଼ି ଧାଡି ପହଣ୍ଡିରେ ହଲି ହଲି ସ୍ନାନବେଦିରେ ପହଞ୍ଚିଥିଲେ। ପରେ ସ୍ନାନବେଦିରେ ଭକ୍ତଙ୍କୁ ଦର୍ଶନ ଦେଇଥିଲେ ଦାରୁଦିଅଁ। ଦାରୁ ଦିଅଁଙ୍କ ସ୍ପତନ୍ତ୍ର ନୀତିକାନ୍ତି ସମାପନ ପରେ ଚତୁର୍ଦ୍ଧାବିଗ୍ରହ ୧୦୮ ଗରା ସୁବାସିତ ଜଳରେ ସ୍ନାନବେଦିରେ ସ୍ନାନ କରିଥିଲେ। ଅପରାହ୍ନରେ ଭକ୍ତଙ୍କୁ ଦୁର୍ଲଭ ଗଜ ବା ହାତୀବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଇଛନ୍ତି ଶ୍ରୀଜିଉ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri