ଶ୍ରୀମନ୍ଦିର ଐତିହ୍ୟ କରିଡର ପ୍ରକଳ୍ପ ମାମଲା: ଆଜି ହାଇକୋର୍ଟରେ ଶୁଣାଣି

ପୁରୀ ଅଫିସ,୯।୫: ଶ୍ରୀମନ୍ଦିର ଐତିହ୍ୟ କରିଡର ପ୍ରକଳ୍ପ ଅଧୀନରେ ମେଘନାଦ ପାଚେରି ଚୌହଦୀରେ ହେଉଥିବା ଖନନ ଓ ନିର୍ମାଣ କାର୍ଯ୍ୟକୁ ବିରୋଧ କରି ହାଇକୋର୍ଟରେ ହୋଇଥିବା ମାମଲା ଏବେ ବିଚାରାଧୀନ ଅଛି। ସୋମବାର ଏନେଇ ଶୁଣାଣି ହେବ। ହାଇକୋର୍ଟ ମେ ୭ତାରିଖ ସୁଦ୍ଧା ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ)କୁ ଏ ସମ୍ପର୍କିତ ସତ୍ୟପାଠ ଦାଖଲ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ମାତ୍ର ଏଏସ୍‌ଆଇ ସତ୍ୟପାଠ ଦାଖଲ କରିବାରେ ଅସମର୍ଥ ହୋଇଛି। ଗତ ମେ ୧ ତାରିଖରେ ଏଏସ୍‌ଆଇର ତିନିଜଣିଆ ଟିମ୍‌ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଓ ଖନନର ସରଜମିନ ସ୍ଥିତି ଯାଞ୍ଚ କରିଥିଲେ। ସଂପୃକ୍ତ ଟିମ୍‌ରେ ଏଏସ୍‌ଆଇର ଆଞ୍ଚଳିକ ନିର୍ଦ୍ଦେଶକ ଦିଲୀପ ଖମାରି, ସୁପରିଣ୍ଟେଣ୍ଡେଣ୍ଟ ଅରୁଣ ମଲ୍ଲିକ, ଆସିଷ୍ଟାଣ୍ଟ ସୁପରିଣ୍ଟେଣ୍ଡେଣ୍ଟ ଚିତ୍ତରଞ୍ଜନ ଦାଶ ପ୍ରମୁଖ ସାମିଲ ଥିଲେ। ଠିକା ସଂସ୍ଥା ଟାଟା ପ୍ରାଇଭେଟ୍‌ ଲିମିଟେଡ୍‌ ଏବଂ ଓଡ଼ିଶା ବ୍ରିଜ୍‌ ଆଣ୍ଡ କନଷ୍ଟ୍ରକଶନ କର୍ପୋରେଶନ ଲିମଟେଡ୍‌ (ଓବିସିସି) ସହ ପ୍ରକଳ୍ପ କାର୍ଯ୍ୟ ସମ୍ପର୍କରେ ମଧ୍ୟ ଆଲୋଚନା କରିଥିଲେ। ଆମସାର୍‌ ଆକ୍ଟ-୧୯୫୮ ନିୟମ ମୁତାବକ କାର୍ଯ୍ୟ ହେଉଛି କି ନାହିଁ ସେନେଇ ଏଏସ୍‌ଆଇ ତର୍ଜମା କରିଥିଲା। ସ୍ଥିତି ଅନୁଧ୍ୟାନ ପରେ ଏହାକୁ ରେକର୍ଡଭୁକ୍ତ କରାଯିବା ସହ ହାଇକୋର୍ଟରେ ସତ୍ୟପାଠ ଦାଖଲ କରାଯିବ ବୋଲି ଏଏସ୍‌ଆଇ କର୍ତ୍ତୃପକ୍ଷ କହିଥିଲେ। ମାତ୍ର ଏବେ ସତ୍ୟପାଠ ଦାଖଲ ନ ହେବା ପଛର କାରଣକୁ ନେଇ ଚର୍ଚ୍ଚା ଜୋର ଧରିଛି। ଉଲ୍ଲେଖଯୋଗ୍ୟ, ଏପ୍ରିଲ ୮ରେ ପ୍ରଥମ ଶୁଣାଣି ହେବା ପରେ ପରବର୍ତ୍ତୀ ଶୁଣାଣି ଏପ୍ରିଲ ୨୧ ତାରିଖରେ ହୋଇଥିଲା। ସେହିଦିନ ଏଏସ୍‌ଆଇ କୋର୍ଟକୁ ସତ୍ୟପାଠ ଦାଖଲ ପାଇଁ ୨ ସପ୍ତାହ ସମୟସୀମା ମାଗିଥିଲା। ହାଇକୋର୍ଟ ୨ ସପ୍ତାହ ସମୟ ଦେବା ସହ ପରବର୍ତ୍ତୀ ଶୁଣାଣି ମେ ୧୬ରେ ହେବ ବୋଲି କହିଥିଲେ। ମାତ୍ର ଏହାପରେ ଏକ ଅନ୍ତରୀଣ ଆବେଦନକୁ ଗ୍ରହଣ କରି ହାଇକୋର୍ଟ ମେ ୯ରେ ଶୁଣାଣି ହେବ ବୋଲି ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଳସ ଯାତ୍ରା ସମୟରେ ଦଳାଚକଟା, ମହିଳା ମୃତ

ଗ୍ବାଲିୟର,୧୦।୨: ମଧ୍ୟ ପ୍ରଦେଶ ଗ୍ବାଲିୟରର ନବଗ୍ରହ ପୀଠ ମନ୍ଦିରରେ ଚାଲିଥିବା ପ୍ରାଣ ପ୍ରତିଷ୍ଠା ସମାରୋହ ସମୟରେ କଳସ ଯାତ୍ରା ସମୟରେ ଏକ ବଡ଼ ଦୁର୍ଘଟଣା ଘଟିଥିଲା। ଶୋଭାଯାତ୍ରାରେ…

ନଗଦ କାରବାର, ସମ୍ପତ୍ତି ଏବଂ ଯାନବାହାନ କ୍ରୟ ପାଇଁ ପ୍ୟାନ୍ ନିୟମରେ ପରିବର୍ତ୍ତନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୨: ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ଆୟକର ନିୟମର ଡ୍ରାଫ୍ଟରେ ଅନେକ ନୂତନ ଏବଂ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନର ପରାମର୍ଶ ଦିଆଯାଇଛି । ନୂତନ ନିୟମ ଅନୁଯାୟୀ, ନଗଦ…

ଏସ୍‌ଡିଜେଏମ କୋର୍ଟରେ ଆତ୍ମସମର୍ପଣ କଲେ ନିଶା ମହାରଣା: ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ପରେ…

ବଲାଙ୍ଗୀର,୧୦।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଚନ୍ଦନଭାଟି ଗାଁର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି।…

ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍‌: କେମିତି ଜୀବନ ବଞ୍ଚାଇବାକୁ ତଣ୍ଟି ଧରି ଦୌଡୁଛନ୍ତି ସତ୍ୟ, ପଛରେ…

ଭୁବନେଶ୍ୱର,୧୦।୨: ସାମ୍ନାକୁ ଆସିଲା ସତ୍ୟବ୍ରତ ହତ୍ୟା ମାମଲରେ CCTV ସତ। ସିସିଟିଭିରେ କଏଦ୍‌ ହୋଇଛି ସତ୍ୟଙ୍କ ମଡର ମିଷ୍ଟ୍ରି। ବେକ କଟିଯିବା ପରେ ସିସିଟିଭିରେ ସତ୍ୟବ୍ରତ ଦୌଡ଼ି…

ଆସନ୍ତାକାଲି ପଡିଥାନ୍ତା ହାତଗଣ୍ଡି, ଆଜି ଚାଲିଗଲା ଜୀବନ: ଗଛ କାଟିବାବେଳେ…

ରାଜଗାଙ୍ଗପୁର,୧୦।୨: ଆସନ୍ତାକାଲି ଥିଲା ବାହାଘର, ଆଜି ଚାଲିଗଲା ଜୀବନ। ଏଭଳି ଘଟଣା ଘଟିଛି ସୁନ୍ଦରଗଡ ଜିଲା ଲାଞ୍ଜିବନା ଗାଁରେ। ଗଛ କାଟିବା ବେଳେ ୩୩ କେଭି ତାରରେ…

ଉଡ଼ିବ ପାକିସ୍ତାନର ନିଦ, ଆଉ ୧୧୪ ରାଫାଲ୍‌ କିଣିବାକୁ ପ୍ରସ୍ତାବ

ନୂଆଦିଲ୍ଲୀ,୧୦।୨: ଭାରତୀୟ ବାୟୁସେନା ଆଉ ୧୧୪ ରାଫାଲ୍‌ ଯୁଦ୍ଧବିମାନ କିଣିବ। ଏଥିପାଇଁ ବାୟୁସେନା ପକ୍ଷରୁ ଡିଫେନ୍ସ ଆକ୍ୱିଜେଶନ କାଉନ୍‌ସିଲ୍‌(ଡିଏସି)କୁ ପ୍ରସ୍ତାବ ଦିଆଯିବ। ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ ମାକରଁଙ୍କ…

ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପରିବେଷଣ ଘଟଣା: ବଡ଼ ନିଷ୍ପତ୍ତି ନେଲେ ନିଶା, କୋର୍ଟରେ କରିବେ…

ବଲାଙ୍ଗୀର,୧୦।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଚନ୍ଦନଭାଟି ଗାଁର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି।…

ଦୁଃଖ ବଖାଣିଲେ ରାଜପାଲ: କାନ୍ଦି କାନ୍ଦି କହିଲେ…

ବଲିଉଡ ଅଭିନେତା ରାଜପାଲ ଯାଦବ ଆଜିକାଲି ଚେକ ବାଉନ୍ସ ମାମଲାକୁ ନେଇ ଚର୍ଚ୍ଚାରେ ଅଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶ ପରେ ଅଭିନେତା ର ଦିଲ୍ଲୀର ତିହାର ଜେଲରେ ଆତ୍ମସମର୍ପଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri