ଶ୍ରୀମନ୍ଦିର ଐତିହ୍ୟ କରିଡର ପ୍ରକଳ୍ପ ମାମଲା: ଆଜି ହାଇକୋର୍ଟରେ ଶୁଣାଣି

ପୁରୀ ଅଫିସ,୯।୫: ଶ୍ରୀମନ୍ଦିର ଐତିହ୍ୟ କରିଡର ପ୍ରକଳ୍ପ ଅଧୀନରେ ମେଘନାଦ ପାଚେରି ଚୌହଦୀରେ ହେଉଥିବା ଖନନ ଓ ନିର୍ମାଣ କାର୍ଯ୍ୟକୁ ବିରୋଧ କରି ହାଇକୋର୍ଟରେ ହୋଇଥିବା ମାମଲା ଏବେ ବିଚାରାଧୀନ ଅଛି। ସୋମବାର ଏନେଇ ଶୁଣାଣି ହେବ। ହାଇକୋର୍ଟ ମେ ୭ତାରିଖ ସୁଦ୍ଧା ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ)କୁ ଏ ସମ୍ପର୍କିତ ସତ୍ୟପାଠ ଦାଖଲ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ମାତ୍ର ଏଏସ୍‌ଆଇ ସତ୍ୟପାଠ ଦାଖଲ କରିବାରେ ଅସମର୍ଥ ହୋଇଛି। ଗତ ମେ ୧ ତାରିଖରେ ଏଏସ୍‌ଆଇର ତିନିଜଣିଆ ଟିମ୍‌ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଓ ଖନନର ସରଜମିନ ସ୍ଥିତି ଯାଞ୍ଚ କରିଥିଲେ। ସଂପୃକ୍ତ ଟିମ୍‌ରେ ଏଏସ୍‌ଆଇର ଆଞ୍ଚଳିକ ନିର୍ଦ୍ଦେଶକ ଦିଲୀପ ଖମାରି, ସୁପରିଣ୍ଟେଣ୍ଡେଣ୍ଟ ଅରୁଣ ମଲ୍ଲିକ, ଆସିଷ୍ଟାଣ୍ଟ ସୁପରିଣ୍ଟେଣ୍ଡେଣ୍ଟ ଚିତ୍ତରଞ୍ଜନ ଦାଶ ପ୍ରମୁଖ ସାମିଲ ଥିଲେ। ଠିକା ସଂସ୍ଥା ଟାଟା ପ୍ରାଇଭେଟ୍‌ ଲିମିଟେଡ୍‌ ଏବଂ ଓଡ଼ିଶା ବ୍ରିଜ୍‌ ଆଣ୍ଡ କନଷ୍ଟ୍ରକଶନ କର୍ପୋରେଶନ ଲିମଟେଡ୍‌ (ଓବିସିସି) ସହ ପ୍ରକଳ୍ପ କାର୍ଯ୍ୟ ସମ୍ପର୍କରେ ମଧ୍ୟ ଆଲୋଚନା କରିଥିଲେ। ଆମସାର୍‌ ଆକ୍ଟ-୧୯୫୮ ନିୟମ ମୁତାବକ କାର୍ଯ୍ୟ ହେଉଛି କି ନାହିଁ ସେନେଇ ଏଏସ୍‌ଆଇ ତର୍ଜମା କରିଥିଲା। ସ୍ଥିତି ଅନୁଧ୍ୟାନ ପରେ ଏହାକୁ ରେକର୍ଡଭୁକ୍ତ କରାଯିବା ସହ ହାଇକୋର୍ଟରେ ସତ୍ୟପାଠ ଦାଖଲ କରାଯିବ ବୋଲି ଏଏସ୍‌ଆଇ କର୍ତ୍ତୃପକ୍ଷ କହିଥିଲେ। ମାତ୍ର ଏବେ ସତ୍ୟପାଠ ଦାଖଲ ନ ହେବା ପଛର କାରଣକୁ ନେଇ ଚର୍ଚ୍ଚା ଜୋର ଧରିଛି। ଉଲ୍ଲେଖଯୋଗ୍ୟ, ଏପ୍ରିଲ ୮ରେ ପ୍ରଥମ ଶୁଣାଣି ହେବା ପରେ ପରବର୍ତ୍ତୀ ଶୁଣାଣି ଏପ୍ରିଲ ୨୧ ତାରିଖରେ ହୋଇଥିଲା। ସେହିଦିନ ଏଏସ୍‌ଆଇ କୋର୍ଟକୁ ସତ୍ୟପାଠ ଦାଖଲ ପାଇଁ ୨ ସପ୍ତାହ ସମୟସୀମା ମାଗିଥିଲା। ହାଇକୋର୍ଟ ୨ ସପ୍ତାହ ସମୟ ଦେବା ସହ ପରବର୍ତ୍ତୀ ଶୁଣାଣି ମେ ୧୬ରେ ହେବ ବୋଲି କହିଥିଲେ। ମାତ୍ର ଏହାପରେ ଏକ ଅନ୍ତରୀଣ ଆବେଦନକୁ ଗ୍ରହଣ କରି ହାଇକୋର୍ଟ ମେ ୯ରେ ଶୁଣାଣି ହେବ ବୋଲି ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri