ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲା: ପିଟିଶନ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩ା୬: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ରାଜ୍ୟ ସରକାରଙ୍କ ପକ୍ଷରୁ ମନ୍ଦିର ଚତୁଃପାର୍ଶ୍ୱରେ କରାଯାଉଥିବା ବେଆଇନ ଖନନ ଏବଂ ନିର୍ମାଣକୁ ବିରୋଧ କରି ଆଗତ ଆବେଦନ ଉପରେ ଶୁକ୍ରବାର ସୁପ୍ରିମକୋର୍ଟଙ୍କ ରାୟ ଆସିଛି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଚାଲେଞ୍ଜ କରି ଦାୟର କରାଯାଇଥିବା ଦୁଇଟି ପିଟିଶନକୁ ମୂଲ୍ୟହୀନ ଏବଂ ଜନସ୍ବାର୍ଥ ବିରୋଧୀ ବୋଲି କହି ଆଜି ସୁପ୍ରିମକୋର୍ଟ ଏହାକୁ ରଦ୍ଦ କରି ଦେଇଛନ୍ତି। ଏହାସହ କୋର୍ଟର ସମୟ ନଷ୍ଟ କରିଥିବାରୁ ଉଭୟ ଆବେଦନକାରୀଙ୍କ ଉପରେ ୧ ଲକ୍ଷ ଟଙ୍କା ଜୋରିମନା କରାଯାଇଛି। ବିଚାରପତି ବି.ଆର୍‌. ଗଭାଇ ଏବଂ ହିମା କୋହଲିଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ରାୟ ପ୍ରକାଶ କରିଛନ୍ତି।
ସୂଚନାଯୋଗ୍ୟ, ଗତ ୯ତାରିଖରେ ହାଇକୋର୍ଟ ଶ୍ରୀମନ୍ଦିର ଚାରିପାଖେ ହେଉଥିବା ନିର୍ମାଣକୁ ସ୍ଥଗିତ କରିବା ନେଇ ନିର୍ଦ୍ଦେଶ ଦେବାକୁ ମନା କରିଦେଇଥିଲେ। ହାଇକୋର୍ଟଙ୍କ ଉକ୍ତ ରାୟ ବିରୋଧରେ ଗତ ୨୩ ତାରିଖରେ ଅର୍ଦ୍ଧେନ୍ଦୁ ଦାସ ଏବଂ ୨୭ ତାରିଖରେ ସୁମନ୍ତ ଘଡ଼େଇ ସୁପ୍ରିମକୋର୍ଟରେ ୨ଟି ପୃଥକ୍‌ ସ୍ପେଶାଲ ଲିଭ୍‌ ପିଟିଶନ ଆବେଦନ କରିଥିଲେ। ବିଶ୍ୱପ୍ରସିଦ୍ଧ ପୁରୀ ରଥ ଯାତ୍ରା ଦେଖିବାକୁ ବିଭିନ୍ନ ସ୍ଥାନରୁ ଶ୍ରଦ୍ଧାଳୁଙ୍କ ସମାଗମ ହେବ। ସେମାନଙ୍କ ନିମନ୍ତେ ଟଏଲେଟର ଆବଶ୍ୟକତା ଥିବାରୁ ଏହି ପ୍ରକଳ୍ପ କାମ ଆଗେଇ ଚାଲିଛି। ଜନସାଧାରଣଙ୍କ ସ୍ବାର୍ଥ ପାଇଁ ଏସବୁ କରାଯାଉଛି ବୋଲି କୋର୍ଟରେ ରାଜ୍ୟ ସରକାର ଯୁକ୍ତି ବାଢିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଶୁଭାରମ୍ଭ; ଜଳ କଳସଯାତ୍ରାରେ ସହସ୍ରାଧିକ ଶ୍ରଦ୍ଧାଳୁ ସାମିଲ, ସୋମବାରଠୁ ଶତରୁଦ୍ର ମହାଯଜ୍ଞ 

ଦିଗପହଣ୍ଡି,୨୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri