ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଐତିହାସିକ: ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୨୫ା୧୧: ଶ୍ରୀମନ୍ଦିର ପରିସର ଆଧୁନିକୀକରଣ ହେବାକୁ ଯାଉଛି। ଖୁବ୍‌ଶୀଘ୍ର ନୂଆ ପ୍ରକଳ୍ପ ଅନୁଯାୟୀ ନୂଆ ରୂପ ନେବ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ପୁରୀ ଗସ୍ତରେ ଆସି ଗଜପତିଙ୍କ ସହ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଶ୍ରଦ୍ଧାଳୁଙ୍କ ସୁବିଧା ଓ ଶ୍ରୀମନ୍ଦିର ସୁରକ୍ଷା ଉଦ୍ଦେଶ୍ୟରେ ନିର୍ମାଣ ହେବାକୁ ଥିବା ଏହି ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ପୂର୍ବରୁ ସରିଥିବାବେଳେ କାର୍ଯ୍ୟ ଆରମ୍ଭ ପୂର୍ବରୁ ଗତ ୨୧ ତାରିଖରୁ ଉତ୍ତର-ପୂର୍ବ କୋଣରେ ଚାଲିଥିବା ମହାଯଜ୍ଞର ପୂର୍ଣ୍ଣାହୁତିରେ ମଧ୍ୟ ମୁଖ୍ୟମନ୍ତ୍ରୀ ଯୋଗଦେଇଥିଲେ। ପରେ ଶ୍ରୀମନ୍ଦିର ବାହାରେ ମୁଖ୍ୟମନ୍ତ୍ରୀ କହିଲେ, ଜୟ ଜଗନ୍ନାଥ। ଆଜିର ଦିନଟି ବିଶ୍ୱର ସମସ୍ତ ଜଗନ୍ନାଥ ଭକ୍ତ ଓ ଓଡ଼ିଶାବାସୀଙ୍କ ପାଇଁ ଏକ ଐତିହାସିକ ଦିନ ଭାବେ ଲିପିବଦ୍ଧ ହେବ।
ପରିକ୍ରମା ଯୋଜନା କାର୍ଯ୍ୟକ୍ରମ ଅନୁଯାୟୀ, ବୁଧବାର ସକାଳ ୭ଟାରୁ ୯ଟା ଯାଏ ସୂର୍ଯ୍ୟପୂଜା, ଅଗ୍ନିପୂଜା ତଥା ଯଜ୍ଞ ବିଧି ସମ୍ପାଦିତ ହୋଇଥିଲା। ଏହାପରେ ୯ଟା ୪୫ରୁ ୧୦ଟା ମଧ୍ୟରେ ଶିଳା ବିଜେ ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ସକାଳ ୯ଟା ୨୦ରେ ପୋଲିସ ରିଜର୍ଭ ହେଲିପ୍ୟାଡ୍‌ରେ ଓହ୍ଲାଇଥିଲେ। ସେଠାରୁ ଶ୍ରୀମନ୍ଦିର ପର୍ଯ୍ୟନ୍ତ ଆସି ସିଂହଦ୍ୱାର ଦେଇ ଉତ୍ତରଦ୍ୱାରସ୍ଥିତ ସଭାସ୍ଥଳରେ ପହଞ୍ଚତ୍ଥିଲେ। ପ୍ରଥମେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପରିକ୍ରମା ଯୋଜନା ପାଇଁ ଜମି ପ୍ରଦାନ କରିଥିବା ୧୦ଜଣ ବ୍ୟକ୍ତିଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଏହି ଅବସରରେ ଜମି ପ୍ରଦାନ କରିଥିବା ୧୦୭ଜଣ ବ୍ୟକ୍ତି ଓ ୧୮ଜଣ ମଠାଧୀଶଙ୍କ ସମେତ ମୋଟ ୧୨୫ ଜଣଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ପରେ ମୁଖ୍ୟମନ୍ତ୍ରୀ ପୂର୍ବଦ୍ୱାର ନିକଟରେ ଆୟୋଜିତ ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେଇ ଯଜ୍ଞ ପୂର୍ଣ୍ଣାହୁତି କରିବା ପାଇଁ ଶ୍ରୀମନ୍ଦିର ଐଶାନ୍ୟ କୋଣରେ ହୋଇଥିବା ଯଜ୍ଞକୁଣ୍ଡ ପାଖରେ ପହଞ୍ଚତ୍ଥିଲେ। ସେଠାରେ ଉପସ୍ଥିତ ଗଜପତି ମହାରାଜା ଦିବ୍ୟସିଂହ ଦେବ ଓ ମୁଖ୍ୟମନ୍ତ୍ରୀ ଉଭୟ ପୂର୍ଣ୍ଣାହୁତି କାର୍ଯ୍ୟକ୍ରମ ଶେଷ କରିଥିଲେ। ପରିକ୍ରମା ପ୍ରକଳ୍ପ ସମ୍ପର୍କିତ ସମସ୍ତ ଯୋଜନାକୁ ନେଇ ପ୍ରସ୍ତୁତ ମଡେଲକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷ୍ଣନ୍‌ କୁମାର ମୁଖ୍ୟମନ୍ତ୍ରୀଙ୍କୁ ଦେଖାଇ ବୁଝାଇଥିଲେ। ଯଜ୍ଞ ସମାପନ କରିବା ପରେ ମୁଖ୍ୟମନ୍ତ୍ରୀ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ପହଞ୍ଚତ୍ଥିଲେ। ପତିତପାବନଙ୍କୁ ଦର୍ଶନ କରି ଗଣମାଧ୍ୟମକୁ ସୂଚନା ଦେଇଥିଲେ। ମୁଖ୍ୟମନ୍ତ୍ରୀ ନିଜ କାର୍‌କେଡ୍‌ରେ ୧୧ଟା ୨୦ ସୁଦ୍ଧା ଶ୍ରୀମନ୍ଦିରଠାରୁ ବାହାରି ପୋଲିସ ରିଜର୍ଭ ହେଲିପ୍ୟାଡ୍‌ରେ ପହଞ୍ଚତ୍ବା ପରେ ଭୁବନେଶ୍ୱର ଫେରିଯାଇଥିଲେ।
ଏହି ଶିଳାନ୍ୟାସ କାର୍ଯ୍ୟକ୍ରମରେ କ୍ୟାବିନେଟ୍‌ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ରଣେନ୍ଦ୍ର ପ୍ରତାପ ସ୍ବାଇଁ, ପ୍ରତାପ ଜେନା, ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମା, ବିଧାୟକ ପ୍ରଣବ ପ୍ରକାଶ ଦାସ ପ୍ରମୁଖ ଯୋଗଦେଇଥିଲେ। ସେହିପରି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷ୍ଣନ୍‌ କୁମାର, ୫-ଟି ସଚିବ ଭି.କେ. ପାଣ୍ଡିଆନ, ପୋଲିସ ଡିଜି ଅଭୟ ପ୍ରମୁଖ ଉପସ୍ଥିତ ଥିଲେ। ଏହି ପରିପ୍ରେକ୍ଷୀରେ ଶ୍ରୀମନ୍ଦିରକୁ ସୁସଜ୍ଜିତ କରାଯିବା ସହ ଚାରିପାଖ
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବାବଦକୁ ୮ଶହ କୋଟି ଟଙ୍କା ଖର୍ଚ୍ଚ ହେବ। ଶ୍ରୀମନ୍ଦିରରୁ ୭୫ ମିଟର ଉଚ୍ଛେଦ ହୋଇଥିବାବେଳେ ଏହାର ୬୦ ମିଟର ପର୍ଯ୍ୟନ୍ତ ପରିକ୍ରମା ମାର୍ଗ ନିର୍ମାଣ ହେବ। ଗାଡ଼ି ମୋଟର ଚଳାଚଳ ପାଇଁ ୧୫ ମିଟର ରାସ୍ତା ଛଡ଼ାଯିବ। ପରିକ୍ରମା କେବଳ ଚଲାପଥ ଭାବେ ବ୍ୟବହାର ହେବ। ଭକ୍ତମାନେ ପରିକ୍ରମା ପଥ ଦେଇ ମେଘନାଦ ପ୍ରାଚୀର କଡ଼େ କଡ଼େ ବୁଲିବେ। ସମସ୍ତ ଦ୍ୱାରରେ ଦାନ ଓ ସୂଚନା କେନ୍ଦ୍ର ରହିବ। ତୀର୍ଥଯାତ୍ରୀଙ୍କ ସୁବିଧା ପାଇଁ ପ୍ରାଥମିକ ଚିକିତ୍ସା କେନ୍ଦ୍ର, ଏଟିଏମ୍‌, ପାନୀୟ ଜଳ ସୁବିଧା ରହିବ। ଶ୍ରଦ୍ଧାଳୁଙ୍କ ରହଣି ସହ ଅଭ୍ୟର୍ଥନା ପ୍ରକୋଷ୍ଠ ରହିବ। ଓଡ଼ିଶାର ଐତିହ୍ୟ ଓ ଜଗନ୍ନାଥ ସଂସ୍କୃତିର ବାର୍ତ୍ତା ଦେବାକୁ ପଥର କାରୁକାର୍ଯ୍ୟ ଓ ମୂର୍ତ୍ତି ନିର୍ମାଣ କରାଯିବ। ପଟ୍ଟଚିତ୍ର ଓ ଓଡ଼ିଶୀ ନୃତ୍ୟର ଝଲକ ଦେଖିବାକୁ ମିଳିବ। ଘାସ ଗାଲିଚା ଓ ଫାଉଣ୍ଟେନ ରହିବ। ଜଗନ୍ନାଥଙ୍କ ସେବା ଓ ପୂଜାରେ ଲାଗୁଥିବା ଫୁଲ ଓ ଔଷଧୀୟ ଉଦ୍ୟାନ ମଧ୍ୟ ରହିବ। ତୁଳସୀ ବଗିଚା ପାଇଁ ମଧ୍ୟ ପ୍ରକଳ୍ପରେ ସ୍ଥାନ ରଖାଯାଇଛି। ବିଶ୍ରାମ ବ୍ୟବସ୍ଥା, ଭଜନ କୀର୍ତ୍ତନ ଭଳି ସ୍ବତନ୍ତ୍ର ବ୍ୟବସ୍ଥା ପରିବେଶକୁ ଆହୁରି ଚିତ୍ତାକର୍ଷକ କରିବ। ରାତିରେ ମଧ୍ୟ ଶ୍ରଦ୍ଧାଳୁମାନେ ପରିକ୍ରମା କରିପାରିବେ। ଅର୍ନାମେଣ୍ଟାଲ ଷ୍ଟ୍ରିଟ୍‌ ଲାଇଟ୍‌, ପାଦ ଧୁଆ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ମଧ୍ୟ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

ଭାଜପାରେ ଯୋଗ ଦେଲେ ହିନ୍ଦୋଳ ବିଧାୟିକା ସୀମା ନାୟକ

ଭୁବନେଶ୍ୱର,୨୩।୪: ଭାଜପାରେ ସାମିଲ ହେଲେ ହିନ୍ଦୋଳ ବିଧାୟକ ସୀମା ନାୟକ। ଗତକାଲି ରାତିରେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ଆନୁଷ୍ଠାନିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri