ଖୋଲିବ ଶ୍ରୀମନ୍ଦିର: କୋଭିଡ୍‌ ନେଗେଟିଭ୍‌ ରିପୋର୍ଟ ଦେଖାଇ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ବାହାର ଭକ୍ତ

ପୁରୀ ଅଫିସ,୧୨।୧୨: ଖୋଲିବ ଶ୍ରୀମନ୍ଦିର। ମହାପ୍ରଭୁଙ୍କ ଦର୍ଶନ କରିପାରିବେ ଭକ୍ତ। ଏନେଇ ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ନିଆଯାଇଥିବା ଶନିବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ସୂଚନା ଦେଇଛନ୍ତି। ଏନେଇ ୨ ଦିନ ମଧ୍ୟରେ ରାଜ୍ୟ ସରକାରଙ୍କୁ ସୁପାରିସ କରାଯିବ। ତେବେ ସରକାରଙ୍କ ଅନୁମତି ମିଳିବା ପରେ ଚଳିତ ମାସ ଶେଷ ସୁଦ୍ଧା ଶ୍ରୀମନ୍ଦିର ଖୋଲାଯିବ। ଦର୍ଶନ ଆରମ୍ଭ ପରେ ବି କଟକଣା ଜାରି ରହିବ। ଖୋଲିବା ପରେ ପ୍ରଥମେ ୪ରୁ ୫ ଦିନ ପୁରୀ ଲୋକଙ୍କୁ ଦର୍ଶନ କରିବାକୁ ଅନୁମତି ଦିଆଯିବ। ଭିଡ ଦୃଷ୍ଟିରୁ ଜାନୁଆରୀ ୧ ଓ ୨ ତାରିଖରେ ଦର୍ଶନ ବନ୍ଦ ରହିବ। ୩ ତାରିଖଠାରୁ ପୁଣି ସାଧାରଣ ଦର୍ଶନ ଆରମ୍ଭ କରାଯିବ। ପୁରୀ ସହ ବାହାର ଲୋକେ ଦର୍ଶନ କରିପାରିବେ। ଏଥିପାଇଁ ଏକ ଏସ୍‌ଓପି ଜାରି କରାଯିବ। ସମସ୍ତ ଦର୍ଶନାର୍ଥୀ ମାସ୍କ ପିନ୍ଧିବା ଓ ସାନିଟାଇଜର ଲଗାଇବା ଜରୁରୀ। ଶ୍ରୀମନ୍ଦିର ୪ ଦ୍ୱାରରେ ପ୍ରଶାସନ ପକ୍ଷରୁ ସାନିଟାଇଜର ଦିଆଯିବ । ଏହାଛଡ଼ା ଜିଲା ବାହାର ଲୋକଙ୍କୁ କୋଭିଡ୍‌ ନେଗେଟିଭ୍‌ ରିପୋର୍ଟ ଦେବାକୁ ହେବ। ୬୫ ବର୍ଷରୁ ଅଧିକ ବୟସ୍କ, ପିଲାଙ୍କୁ ନ ଆସିବାକୁ ଅନୁରୋଧ କରିବୁ। ୩ ତାରିଖଠାରୁ ପ୍ରତ୍ୟେହ ୫ହଜାର ଭକ୍ତଙ୍କୁ ଦର୍ଶନ ଅନୁମତି ମିଳିବ। ଏହାର ମାସେ ଅଥବା ଦୁଇ ମାସ ମଧ୍ୟରେ ଅଧିକ ଦର୍ଶନାର୍ଥୀଙ୍କୁ ଅନୁମତି ମିଳିପାରିବ। ତେବେ ମହାପ୍ରସାଦ ସମସ୍ତେ ପାଇପାରିବେ ବୋଲି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ ବଡ଼ ଖୁଲାସା, ସକାଳୁ କାହିଁକି ହୁଏ ହାର୍ଟଆଟାକ୍….

ନୂଆଦିଲ୍ଲୀ,୨୨।୧୨: ସକାଳ ସମୟ ହୃଦୟ ପାଇଁ ଏକ ବିଶେଷ ବିପଦପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ସକାଳେ ହୃଦଘାତର ସଂଖ୍ୟା ଅଧିକ ଥାଏ । ବିଶେଷକରି...

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

ନୂଆ ବର୍ଷ ଆରମ୍ଭରୁ ବଦଳିଯିବ ଏସବୁ ନିୟମ: ସାଧାରଣ ଲୋକଙ୍କ ପକେଟ୍‌ ଉପରେ ପଡିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୨।୧୨: ଡିସେମ୍ବର ମାସ ଆଉ କିଛି ଦିନ ପରେ ଚାଲିଯିବ, ଏବଂ ନୂତନ ବର୍ଷ ଆସିବ। ଏହା ସହିତ, ନିୟମାବଳୀରେ ଅନେକ ପରିବର୍ତ୍ତନ ଦେଖାଯିବ ଯାହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri