ଖୋଲିବ ଶ୍ରୀମନ୍ଦିର: କୋଭିଡ୍‌ ନେଗେଟିଭ୍‌ ରିପୋର୍ଟ ଦେଖାଇ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ବାହାର ଭକ୍ତ

ପୁରୀ ଅଫିସ,୧୨।୧୨: ଖୋଲିବ ଶ୍ରୀମନ୍ଦିର। ମହାପ୍ରଭୁଙ୍କ ଦର୍ଶନ କରିପାରିବେ ଭକ୍ତ। ଏନେଇ ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ନିଆଯାଇଥିବା ଶନିବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ସୂଚନା ଦେଇଛନ୍ତି। ଏନେଇ ୨ ଦିନ ମଧ୍ୟରେ ରାଜ୍ୟ ସରକାରଙ୍କୁ ସୁପାରିସ କରାଯିବ। ତେବେ ସରକାରଙ୍କ ଅନୁମତି ମିଳିବା ପରେ ଚଳିତ ମାସ ଶେଷ ସୁଦ୍ଧା ଶ୍ରୀମନ୍ଦିର ଖୋଲାଯିବ। ଦର୍ଶନ ଆରମ୍ଭ ପରେ ବି କଟକଣା ଜାରି ରହିବ। ଖୋଲିବା ପରେ ପ୍ରଥମେ ୪ରୁ ୫ ଦିନ ପୁରୀ ଲୋକଙ୍କୁ ଦର୍ଶନ କରିବାକୁ ଅନୁମତି ଦିଆଯିବ। ଭିଡ ଦୃଷ୍ଟିରୁ ଜାନୁଆରୀ ୧ ଓ ୨ ତାରିଖରେ ଦର୍ଶନ ବନ୍ଦ ରହିବ। ୩ ତାରିଖଠାରୁ ପୁଣି ସାଧାରଣ ଦର୍ଶନ ଆରମ୍ଭ କରାଯିବ। ପୁରୀ ସହ ବାହାର ଲୋକେ ଦର୍ଶନ କରିପାରିବେ। ଏଥିପାଇଁ ଏକ ଏସ୍‌ଓପି ଜାରି କରାଯିବ। ସମସ୍ତ ଦର୍ଶନାର୍ଥୀ ମାସ୍କ ପିନ୍ଧିବା ଓ ସାନିଟାଇଜର ଲଗାଇବା ଜରୁରୀ। ଶ୍ରୀମନ୍ଦିର ୪ ଦ୍ୱାରରେ ପ୍ରଶାସନ ପକ୍ଷରୁ ସାନିଟାଇଜର ଦିଆଯିବ । ଏହାଛଡ଼ା ଜିଲା ବାହାର ଲୋକଙ୍କୁ କୋଭିଡ୍‌ ନେଗେଟିଭ୍‌ ରିପୋର୍ଟ ଦେବାକୁ ହେବ। ୬୫ ବର୍ଷରୁ ଅଧିକ ବୟସ୍କ, ପିଲାଙ୍କୁ ନ ଆସିବାକୁ ଅନୁରୋଧ କରିବୁ। ୩ ତାରିଖଠାରୁ ପ୍ରତ୍ୟେହ ୫ହଜାର ଭକ୍ତଙ୍କୁ ଦର୍ଶନ ଅନୁମତି ମିଳିବ। ଏହାର ମାସେ ଅଥବା ଦୁଇ ମାସ ମଧ୍ୟରେ ଅଧିକ ଦର୍ଶନାର୍ଥୀଙ୍କୁ ଅନୁମତି ମିଳିପାରିବ। ତେବେ ମହାପ୍ରସାଦ ସମସ୍ତେ ପାଇପାରିବେ ବୋଲି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେଘାନ ଓ ପିଲାଙ୍କ ସହ ବ୍ରିଟେନ ଫେରିବେ ପ୍ରିନ୍ସ ହ୍ୟାରୀ

ଲଣ୍ଡନ,୨୧।୮: ପ୍ରିନ୍ସ ହ୍ୟାରୀ ଏବଂ ତାଙ୍କ ପତ୍ନୀ ମେଘାନ ମାର୍କେଲ ଚଳିତ ମାସ ଶେଷ ଆଡ଼କୁ ସେମାନଙ୍କ ଦୁଇ ସନ୍ତାନଙ୍କ ସହ ବ୍ରିଟେନକୁ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି।…

କିମ୍ସ ଡାକ୍ତରଙ୍କୁ ବଡ଼ ସଫଳତା: ୧୦ ମାସ ଶିଶୁର ଖାଦ୍ୟ ନଳୀରୁ ବାହାରିଲା ପିନ୍‌

ଭୁବନେଶ୍ୱର, ୨୧ା୮:ରାଉରକେଲାର ଜଣେ ୧୦ ମାସର ଶିଶୁ ଭୁଲ୍‌ବଶତଃ ଏକ ଧାତବ ପିନ୍‌ ଗିଳିଦେବା ପରେ ତାହା ଖାଦ୍ୟନଳୀରେ ଅଟକିଯାଇଥିଲା। ଭୁବନେଶ୍ୱରସ୍ଥିତ କିମ୍ସ ହସ୍ପିଟାଲରେ ଡାକ୍ତରମାନେ ଆଡ୍‌ଭାନ୍ସ…

ଆସୁଛି ଆଉ ଏକ ଲଘୁଚାପ: ଆଜିଠୁ ସପ୍ତାହେ ଯାଏ ବର୍ଷା

ଭୁବନେଶ୍ୱର, ୨୧ା୮:ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା ପାଗ ସହ ଖରା…

୧୬.୨ କୋଟିରେ ବିକ୍ରି ହେଲା ମହାତ୍ମା ଗାନ୍ଧୀଙ୍କ ହାତଲେଖା ପାଣ୍ଡୁଲିପି

ନୂଆଦିଲ୍ଲୀ,୨୧।୮(ପି.ଟି.): ସାଫ୍ରୋନ୍‌ଆର୍ଟ ନିଲାମୀ ପ୍ରତିଷ୍ଠାନ ପକ୍ଷରୁ ଆୟୋଜିତ ଏକ ନିଲାମୀରେ ମହାତ୍ମା ଗାନ୍ଧୀଙ୍କ ଦ୍ୱାରା ଲିଖିତ ୬୮୮ଟି ଆତ୍ମଚିନ୍ତନ ଓ ବିଚାର ସମ୍ପର୍କିତ ପାଣ୍ଡୁଲିପି ୧୬ କୋଟି…

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଥୁଆମୂଳ ରାମପୁରରେ ‘ୟୁଭିଏ’ର ସୌଜନ୍ୟମୂଳକ ସାକ୍ଷାତ: ଜେଏମ୍ଏଫ୍ସି ବିଚାରପତିଙ୍କ ସହ ସାମାଜିକ-ଆଇନଗତ ସମସ୍ୟା ଉପରେ…

ଥୁଆମୂଳ ରାମପୁର,୨୦।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ଶିକ୍ଷାର ବିକାଶ, ସ୍କୁଲ ଡ୍ରପଆଉଟ୍ ସମସ୍ୟା, ସାମାଜିକ କୁସଂସ୍କାର ଏବଂ ସାଧାରଣ ଲୋକଙ୍କ ନିଶୁଳ୍କ ଆଇନଗତ…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri