ଆଇନ ବିଭାଗକୁ ଚିଠି ଲେଖିନି ଶ୍ରୀମନ୍ଦିର ପ୍ରଶାସନ

ପୁରୀ ଅଫିସ,୨୩।୯: ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଖୋଲି ସ୍ଥିତି ଯାଞ୍ଚ ସହ ମରାମତି କରାଯିବା ପାଇଁ ରାଜ୍ୟ ସାରା ଜଗନ୍ନାଥପ୍ରେମୀମାନେ ଦାବି କରୁଛନ୍ତି। ମାତ୍ର ରାଜ୍ୟ ସରକାର କିମ୍ବା ଶ୍ରୀମନ୍ଦିର ପ୍ରଶାସନ ଏଥିପ୍ରତି ଗୁରୁତ୍ୱ ଦେଉନାହାନ୍ତି। ୨୦୧୮ ଏପ୍ରିଲ ୪ ତାରିଖରେ ୧୭ଜଣିଆ ପ୍ରାଧିକୃତ କମିଟି ଓ ଗତ ଅଗଷ୍ଟରେ ଏଏସ୍‌ଆଇ ସୁପରିଣ୍ଟେଣ୍ଡେଣ୍ଟ ରତ୍ନଭଣ୍ଡାର ମରାମତି ପାଇଁ ସୁପାରିସ କରିଥିଲେ ମଧ୍ୟ ଏହି ପ୍ରସଙ୍ଗରେ ଶ୍ରୀମନ୍ଦିର ପ୍ରଶାସନ କୌଣସି ପଦକ୍ଷେପ ନେଉନାହିଁ। ୨୦୧୮ ମସିହାଠାରୁ ଏଯାବତ୍‌ ଶ୍ରୀମନ୍ଦିର ପ୍ରଶାସନ ଆଇନ ବିଭାଗକୁ ଏ ସଂକ୍ରାନ୍ତରେ ସୁପାରିଶ କରିବା ତ ଦୂରର କଥା ଚିଠିଟିଏ ମଧ୍ୟ ଲେଖିନାହିଁ। ଗୁରୁବାର ସୂଚନା ଅଧିକାର ଆଇନ ବଳରେ ହସ୍ତଗତ ହୋଇଥିବା ତଥ୍ୟରୁ ଏହା ଜଣାପଡ଼ିଛି। ସୂଚନା ଅଧିକାର କର୍ମୀ ଦିଲୀପ ବରାଳ ଏନେଇ ଶ୍ରୀମନ୍ଦିର ପ୍ରଶାସନକୁ ତଥ୍ୟ ମାଗିଥିଲେ। ଆବେଦନ ମାମଲା ନମ୍ବର ୨୮/୨୦୨୨ରେ ତଥ୍ୟ ପ୍ରଦାନ ସ୍ବରୂପ ଶ୍ରୀମନ୍ଦିର ପ୍ରଶାସନ ସ୍ପଷ୍ଟ କରିଛି ଯେ, ୨୦୧୮ ଏପ୍ରିଲ ୫ ଠାରୁ ୨୦୨୨ ଜୁନ୍‌ ୩୦ ମଧ୍ୟରେ ଶ୍ରୀମନ୍ଦିର ପ୍ରଶାସନ ରାଜ୍ୟ ଆଇନ ବିଭାଗକୁ ଏନେଇ କୌଣସି ଚିଠି ଲେଖିନାହିଁ। ଯାହାଫଳରେ ରତ୍ନଭଣ୍ଡାର ମରାମତି ସଂକ୍ରାନ୍ତ ନିଷ୍ପତ୍ତି ଉପରେ ଆଲୋଚନା ହୋଇପାରୁନାହିଁ। ଶ୍ରୀମନ୍ଦିର ପ୍ରଶାସନର ଜଣେ ଅଧିକାରୀଙ୍କ କହିବା ଅନୁଯାୟୀ, ଶ୍ରୀମନ୍ଦିର ସମ୍ପର୍କିତ ଯେକୌଣସି ପ୍ରସଙ୍ଗ ପ୍ରଥମେ ପରିଚାଳନା କମିଟିରେ ଅନୁମୋଦିତ ହେବ। ଏହାପରେ ପ୍ରଶାସନ ମାଧ୍ୟମରେ ଉକ୍ତ ସୁପାରିଶକୁ ରାଜ୍ୟ ଆଇନ ବିଭାଗ ପାଖକୁ ପଠାଯିବ। ରାଜ୍ୟ ଆଇନ ବିଭାଗ ସଂପୃକ୍ତ ସୁପାରିଶ ଉପରେ ବିଚାର କରି ବିଭାଗୀୟ ଅଧିକାରୀ ଓ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିବେ। ତେବେ ପରିଚାଳନା କମିଟିରେ ପ୍ରସଙ୍ଗ ନ ଉଠିବା କାରଣରୁ ରତ୍ନଭଣ୍ଡାର ମରାମତି ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଗୁରୁତ୍ୱ ହରାଉଥିବା କୁହାଯାଉଛି। ଅନ୍ୟପକ୍ଷରେ ଆସନ୍ତା ୨୭ ତାରିଖରେ ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହେବ। ଗୁରୁବାର ଛତିଶା ନିଯୋଗ ବୈଠକରେ ହୋଇଥିବା ନିଷ୍ପତ୍ତି ଉପରେ ପରିଚାଳନା କମିଟି ମୋହର ମାରିବ। ସେହିପରି ୨୭ ତାରିଖରେ ହେବାକୁ ଥିବା ପରିଚାଳନା କମିଟି ବୈଠକରେ ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗରେ ଆଲୋଚନା ହୋଇପାରେ ବୋଲି ହାଇକୋର୍ଟଙ୍କ ଦ୍ୱାରା ନିଯୁକ୍ତ ଆମିକସ୍‌ କ୍ୟୁରି ନଗେନ୍ଦ୍ର କୁମାର ମହାନ୍ତି ପୂର୍ବରୁ କହିଥିଲେ। ମାତ୍ର ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଉକ୍ତ ବୈଠକରେ ରତ୍ନଭଣ୍ଡାର ପ୍ରସଙ୍ଗକୁ ଏଡ଼ାଇ ଦିଆଯିବ। କାରଣ, ବୈଠକରେ ଆଲୋଚନା ହେବାକୁ ଥିବା ପ୍ରସଙ୍ଗ ତାଲିକାରେ ରତ୍ନଭଣ୍ଡାର ପ୍ରସଙ୍ଗକୁ ସାମିଲ କରାଯାଇନାହିଁ। ସୂଚନା ଅଧିକାର କର୍ମୀ ବରାଳ କହିଛନ୍ତି, ଭିତର ରତ୍ନଭଣ୍ଡାର ସ୍ଥିତି ଯାଞ୍ଚ ପାଇଁ ହାଇକୋର୍ଟ ଦେଇଥିବା ନିର୍ଦ୍ଦେଶ ଏପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇନାହିଁ। ତେଣୁ ଆସନ୍ତା ପରିଚାଳନା କମିଟି ବୈଠକରେ ଏହି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରାଯିବାର ଆବଶ୍ୟକତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri