ଆଇନ ବିଭାଗକୁ ଚିଠି ଲେଖିନି ଶ୍ରୀମନ୍ଦିର ପ୍ରଶାସନ

ପୁରୀ ଅଫିସ,୨୩।୯: ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଖୋଲି ସ୍ଥିତି ଯାଞ୍ଚ ସହ ମରାମତି କରାଯିବା ପାଇଁ ରାଜ୍ୟ ସାରା ଜଗନ୍ନାଥପ୍ରେମୀମାନେ ଦାବି କରୁଛନ୍ତି। ମାତ୍ର ରାଜ୍ୟ ସରକାର କିମ୍ବା ଶ୍ରୀମନ୍ଦିର ପ୍ରଶାସନ ଏଥିପ୍ରତି ଗୁରୁତ୍ୱ ଦେଉନାହାନ୍ତି। ୨୦୧୮ ଏପ୍ରିଲ ୪ ତାରିଖରେ ୧୭ଜଣିଆ ପ୍ରାଧିକୃତ କମିଟି ଓ ଗତ ଅଗଷ୍ଟରେ ଏଏସ୍‌ଆଇ ସୁପରିଣ୍ଟେଣ୍ଡେଣ୍ଟ ରତ୍ନଭଣ୍ଡାର ମରାମତି ପାଇଁ ସୁପାରିସ କରିଥିଲେ ମଧ୍ୟ ଏହି ପ୍ରସଙ୍ଗରେ ଶ୍ରୀମନ୍ଦିର ପ୍ରଶାସନ କୌଣସି ପଦକ୍ଷେପ ନେଉନାହିଁ। ୨୦୧୮ ମସିହାଠାରୁ ଏଯାବତ୍‌ ଶ୍ରୀମନ୍ଦିର ପ୍ରଶାସନ ଆଇନ ବିଭାଗକୁ ଏ ସଂକ୍ରାନ୍ତରେ ସୁପାରିଶ କରିବା ତ ଦୂରର କଥା ଚିଠିଟିଏ ମଧ୍ୟ ଲେଖିନାହିଁ। ଗୁରୁବାର ସୂଚନା ଅଧିକାର ଆଇନ ବଳରେ ହସ୍ତଗତ ହୋଇଥିବା ତଥ୍ୟରୁ ଏହା ଜଣାପଡ଼ିଛି। ସୂଚନା ଅଧିକାର କର୍ମୀ ଦିଲୀପ ବରାଳ ଏନେଇ ଶ୍ରୀମନ୍ଦିର ପ୍ରଶାସନକୁ ତଥ୍ୟ ମାଗିଥିଲେ। ଆବେଦନ ମାମଲା ନମ୍ବର ୨୮/୨୦୨୨ରେ ତଥ୍ୟ ପ୍ରଦାନ ସ୍ବରୂପ ଶ୍ରୀମନ୍ଦିର ପ୍ରଶାସନ ସ୍ପଷ୍ଟ କରିଛି ଯେ, ୨୦୧୮ ଏପ୍ରିଲ ୫ ଠାରୁ ୨୦୨୨ ଜୁନ୍‌ ୩୦ ମଧ୍ୟରେ ଶ୍ରୀମନ୍ଦିର ପ୍ରଶାସନ ରାଜ୍ୟ ଆଇନ ବିଭାଗକୁ ଏନେଇ କୌଣସି ଚିଠି ଲେଖିନାହିଁ। ଯାହାଫଳରେ ରତ୍ନଭଣ୍ଡାର ମରାମତି ସଂକ୍ରାନ୍ତ ନିଷ୍ପତ୍ତି ଉପରେ ଆଲୋଚନା ହୋଇପାରୁନାହିଁ। ଶ୍ରୀମନ୍ଦିର ପ୍ରଶାସନର ଜଣେ ଅଧିକାରୀଙ୍କ କହିବା ଅନୁଯାୟୀ, ଶ୍ରୀମନ୍ଦିର ସମ୍ପର୍କିତ ଯେକୌଣସି ପ୍ରସଙ୍ଗ ପ୍ରଥମେ ପରିଚାଳନା କମିଟିରେ ଅନୁମୋଦିତ ହେବ। ଏହାପରେ ପ୍ରଶାସନ ମାଧ୍ୟମରେ ଉକ୍ତ ସୁପାରିଶକୁ ରାଜ୍ୟ ଆଇନ ବିଭାଗ ପାଖକୁ ପଠାଯିବ। ରାଜ୍ୟ ଆଇନ ବିଭାଗ ସଂପୃକ୍ତ ସୁପାରିଶ ଉପରେ ବିଚାର କରି ବିଭାଗୀୟ ଅଧିକାରୀ ଓ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିବେ। ତେବେ ପରିଚାଳନା କମିଟିରେ ପ୍ରସଙ୍ଗ ନ ଉଠିବା କାରଣରୁ ରତ୍ନଭଣ୍ଡାର ମରାମତି ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଗୁରୁତ୍ୱ ହରାଉଥିବା କୁହାଯାଉଛି। ଅନ୍ୟପକ୍ଷରେ ଆସନ୍ତା ୨୭ ତାରିଖରେ ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହେବ। ଗୁରୁବାର ଛତିଶା ନିଯୋଗ ବୈଠକରେ ହୋଇଥିବା ନିଷ୍ପତ୍ତି ଉପରେ ପରିଚାଳନା କମିଟି ମୋହର ମାରିବ। ସେହିପରି ୨୭ ତାରିଖରେ ହେବାକୁ ଥିବା ପରିଚାଳନା କମିଟି ବୈଠକରେ ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗରେ ଆଲୋଚନା ହୋଇପାରେ ବୋଲି ହାଇକୋର୍ଟଙ୍କ ଦ୍ୱାରା ନିଯୁକ୍ତ ଆମିକସ୍‌ କ୍ୟୁରି ନଗେନ୍ଦ୍ର କୁମାର ମହାନ୍ତି ପୂର୍ବରୁ କହିଥିଲେ। ମାତ୍ର ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଉକ୍ତ ବୈଠକରେ ରତ୍ନଭଣ୍ଡାର ପ୍ରସଙ୍ଗକୁ ଏଡ଼ାଇ ଦିଆଯିବ। କାରଣ, ବୈଠକରେ ଆଲୋଚନା ହେବାକୁ ଥିବା ପ୍ରସଙ୍ଗ ତାଲିକାରେ ରତ୍ନଭଣ୍ଡାର ପ୍ରସଙ୍ଗକୁ ସାମିଲ କରାଯାଇନାହିଁ। ସୂଚନା ଅଧିକାର କର୍ମୀ ବରାଳ କହିଛନ୍ତି, ଭିତର ରତ୍ନଭଣ୍ଡାର ସ୍ଥିତି ଯାଞ୍ଚ ପାଇଁ ହାଇକୋର୍ଟ ଦେଇଥିବା ନିର୍ଦ୍ଦେଶ ଏପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇନାହିଁ। ତେଣୁ ଆସନ୍ତା ପରିଚାଳନା କମିଟି ବୈଠକରେ ଏହି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରାଯିବାର ଆବଶ୍ୟକତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସି ପ୍ରାର୍ଥୀଙ୍କ ଉପରେ ନିର୍ଭରକଲେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ

ନୂଆଦିଲ୍ଲୀ,୬ା୪: ଭୋଟ ପରିଚାଳନା କରୁଥିବା ପଦାଧିକାରୀ ଯଦି ପ୍ରାର୍ଥୀମାନଙ୍କ ଉପରେ ନିର୍ଭର କରନ୍ତି, ତେବେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ବି.ଭି. ନାଗରତ୍ନା…

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri