ସୁବ୍ୟବସ୍ଥିତ ହେବ ଶ୍ରୀମନ୍ଦିର ଆନନ୍ଦ ବଜାର

ପୁରୀ ଅଫିସ,୩ା୪: ଶ୍ରୀମନ୍ଦିର ଆନନ୍ଦ ବଜାରରେ ଶୃଙ୍ଖଳିତ ବ୍ୟବସ୍ଥା ପାଇଁ ଏବେ ତତ୍ପରତା ପ୍ରକାଶ ପାଇଛି। ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗର ନବନିର୍ବାଚିତ କର୍ମକର୍ତ୍ତାମାନେ ଦାୟିତ୍ୱ ଗ୍ରହଣ କରିବା ପରେ ଆନନ୍ଦ ବଜାରରେ କିଭଳି ଶୃଙ୍ଖଳା ଆସିପାରିବ ସେନେଇ ପୁରୀ ଜିଲାପାଳ ତଥା ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ସମର୍ଥ ବର୍ମା ଏବଂ ଏସ୍‌ପି କନଓ୍ବର ବିଶାଲ ସିଂହଙ୍କୁ ଭେଟି ପୁଙ୍ଖାନୁପୁଙ୍ଖ ଆଲୋଚନା କରିଛନ୍ତି। ଭକ୍ତମାନେ ଶୃଙ୍ଖଳିତ ଭାବେ ମହାପ୍ରଭୁଙ୍କ ଦର୍ଶନ ସହ ମହାପ୍ରସାଦ ସେବନ କରି କିଭଳି ଭଲ ଅନୁଭୂତି ନେଇ ଫେରିବେ ସେ ଦିଗରେ ପଦକ୍ଷେପ ନେବାକୁ ନିଯୋଗ ପକ୍ଷରୁ ଆଲୋଚନା କରାଯାଇଛି। ସେପଟେ ଆନନ୍ଦ ବଜାରରେ ମହାପ୍ରସାଦର ଦର ତାଲିକା ଟଙ୍ଗାଯାଇ ନ ଥିବାରୁୁ ଭକ୍ତମାନେ ଶୋଷଣର ଶିକାର ହେଉଛନ୍ତି। ଏହି ଆଲୋଚନା ପରେ ଆନନ୍ଦ ବଜାରରେ ଦୈନନ୍ଦିନ ସ୍ଥିତି ପରଖିବା ନେଇ ନିଯୋଗ ପକ୍ଷରୁ ଏକ ସ୍ବତନ୍ତ୍ର ସ୍କ୍ବାଡ୍‌ ରଖାଯିବା ନେଇ ନିଷ୍ପତ୍ତି ହୋଇଛି। ଶ୍ରୀମନ୍ଦିରକୁ ଆସୁଥିବା ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ ସହ ମହାପ୍ରସାଦ ସେବନ କରିଥାନ୍ତି। ତେବେ ଆନନ୍ଦ ବଜାରରେ ମହାପ୍ରସାଦ ବିକ୍ରୟ ନେଇ ଅନେକ ଅବ୍ୟବସ୍ଥା ଥିବାରୁ ଭକ୍ତମାନେ ଅସନ୍ତୋଷ ପ୍ରକାଶ କରିଥାନ୍ତି। ଏବେ ଏହାର ନିରାକରଣ ପାଇଁ ସୁଆର ମହାସୁଆର ନିଯୋଗ ପକ୍ଷରୁ ସମସ୍ତ ପଦକ୍ଷେପ ନିଆଯିବ ବୋଲି ନିଯୋଗ ସମ୍ପାଦକ ନାରାୟଣ ମହାସୁଆର କହିଛନ୍ତି। ସେହିପରି ପ୍ରଶାସନ ପକ୍ଷରୁ ଖୁବଶୀଘ୍ର ଆନନ୍ଦବଜାରକୁ ସୁବ୍ୟବସ୍ଥିତ କରାଯିବ ବୋଲି ଜିଲାପାଳ ତଥା ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ବର୍ମା କହିଛନ୍ତି।
ଶ୍ରୀମନ୍ଦିର ସଂସ୍କାର ମାମଲାରେ ୨୦୧୯ ମସିହାରେ ସୁପ୍ରିମକୋର୍ଟ ଦେଇଥିବା ଏକ ଅନ୍ତରୀଣ ନିର୍ଦ୍ଦେଶ ଅନୁଯାୟୀ, ଆନନ୍ଦବଜାରରେ ମହାପ୍ରସାଦ ଦର ତାଲିକା ଉଲ୍ଲେଖ କରାଯିବା କଥା। କିନ୍ତୁ ୪ବର୍ଷରୁ ଊର୍ଦ୍ଧ୍ୱ ବିତିିଯାଇଥିଲେ ମଧ୍ୟ ଦର ତାଲିକା ଟଙ୍ଗାଯାଉନାହିଁ କି କୌଣସି ପଦକ୍ଷେପ ନିଆଯାଉନାହିଁ। ଫଳରେ ସୁଲଭ ଦରରେ ଅବଢ଼ା ପାଇବାରୁ ଭକ୍ତମାନେ ବଞ୍ଚିତ ହେଉଛନ୍ତି। ସୁପ୍ରିମକୋର୍ଟଙ୍କ ନିୟମର ଉଲ୍ଲଂଘନ ହେଉଛି। ପ୍ରତିଦିନ ଶ୍ରୀମନ୍ଦିରକୁ ଲକ୍ଷାଧିକ ସଂଖ୍ୟାରେ ଭକ୍ତମାନେ ଆସି ରତ୍ନସିଂହାସନରେ ମହାପ୍ରଭୁଙ୍କ ଦର୍ଶନ କରି ମହାପ୍ରସାଦ ପାଇଥାନ୍ତି। କାଣିଚାଏ ମହାପ୍ରସାଦ ପାଇବାକୁ ସବୁବେଳେ ଭକ୍ତର ମନ ବ୍ୟାକୁଳ ହୋଇଥାଏ। କିନ୍ତୁ ଏବେ ମହାପ୍ରସାଦ କ୍ରୟରେ ଅନିୟମିତତା ଦେଖିବାକୁ ମିଳୁଛି। ନିର୍ଦ୍ଧାରିତ ଦରଠାରୁ ଚଢା ଦରରେ ମହାପ୍ରସାଦ ବିକ୍ରି କରାଯାଉଛି। ଫଳରେ ଭକ୍ତଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଛି। ତେବେ ମହାପ୍ରସାଦର ଦର ନିର୍ଦ୍ଧାରଣ ପାଇଁ ଦୁଇ ଦୁଇଥର ପରୀକ୍ଷାମୂଳକ ଭାବେ ପ୍ରୟୋଗ କରାଯାଇଥିଲେ ମଧ୍ୟ ଏଯାବତ୍‌ ସଫଳ ହୋଇପାରିନାହିଁ। ସେପଟେ ଖୁବଶୀଘ୍ର ମହାପ୍ରସାଦର ଦର ନିର୍ଦ୍ଧାରଣ ସହ ତାଲିକା ଟଙ୍ଗାଯିବା ସହିତ ଆଗାମୀ ଦିନରେ ଭକ୍ତ କିଭଳି ସୁଲଭ ଦରରେ ପାଇବେ ସେ ନେଇ ଯଥାଶୀଘ୍ର ପଦକ୍ଷେପ ନିଆଯିବ ବୋଲି ସୁଆରମହାସୁଆର ନିଯୋଗ ସମ୍ପାଦକ କହିଛନ୍ତି। ଅନ୍ୟପଟେ ମହାପ୍ରସାଦ ପାଇଁ ନିର୍ଦ୍ଧାରିତ ଦର ସୁଲଭ ମୂଲ୍ୟରେ ଲାଗୁ ନ କରାଗଲେ ଅଗଣିତ ଜଗନ୍ନାଥପ୍ରେମୀଙ୍କ ବିଶ୍ୱାସ ପ୍ରତି କୁଠାରଘାତ ହେବ। ସେଥିପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କାର୍ଯ୍ୟକାରୀ କରାଯିବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

କ୍ୟାପଟେନ ସ୍ମିତ ମଚ୍ଛରଙ୍କ ପରିବାର ସହ କଥା ହେଲେ ମୋଦି, ବଡ଼ ଘୋଷଣା କରି….

ନୂଆଦିଲ୍ଲୀ,୧।୧୦ : ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇ FZ1073 ବିମାନରେ ଘଟିଥିବା ଘଟଣାରେ ଆହତ ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ; ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ବର,୧।୧୦: ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଛି ଏହି ଲଜ୍ଜାଜନକ ଘଟଣା…

‘ଏହା କ୍ରିକେଟ୍‌ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍‌ ଚେଜ୍‌ କରିବା ପରେ ବି ରାଗିଗଲେ ହେଡ୍‌ କୋଚ୍‌ ଗମ୍ଭୀର…ଜାଣନ୍ତୁ କାରଣ

ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍‌ରେ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍‌କୁ ନେଇ…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ସଲାମ କଲା ସାରା ବିଶ୍ୱ: ମୋଦି କହିଲେ, ହିରୋ…

ନୂଆଦିଲ୍ଲୀ,୧।୧୦: ଦୁବାଇରୁ ଇସ୍ରାଏଲ ଯାଉଥିବା ଫ୍ଲାଇଦୁବାଇ ବିମାନରେ କଥିତ ଅପହରଣ ଉଦ୍ୟମକୁ ପ୍ରତିହତ କରିବାରେ ଭୂମିକା ନେଇଥିବା ଭାରତୀୟ କ୍ୟାପ୍ଟେନ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଶଂସା କରିଛନ୍ତି…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?