ମୁଁ ଦୁଇ କୁଳକୁ ହିତା: ଶ୍ରୀମୟୀ

ଖୋର୍ଦ୍ଧା,୧ା୩(ପ୍ରଭାତ ପାଣିଗ୍ରାହୀ):ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରେ ବିଜେଡିରୁ ଆଶାୟୀ ଶ୍ରୀମୟୀ ମିଶ୍ର ଗୁରୁବାର ଖୋର୍ଦ୍ଧାରେ ବାଇକ୍‌ ଶୋଭାଯାତ୍ରା ମାଧ୍ୟମରେ ଶକ୍ତି ପ୍ରଦର୍ଶନ କରିଛନ୍ତି। ଶୋଭାଯାତ୍ରା ମୁକୁନ୍ଦପ୍ରସାଦ ମେଳଣ ପଡ଼ିଆଠାରୁ ବାହାରି ବ୍ଲକ କାର୍ଯ୍ୟାଳୟ ପର୍ଯ୍ୟନ୍ତ ପରିକ୍ରମା କରିଥିଲା। ବିଧାୟକ ଜ୍ୟୋତିରୀନ୍ଦ୍ରନାଥ ମିତ୍ର, ପର୍ଯ୍ୟବେକ୍ଷକ କୈଳାସ ପାତ୍ର, ସହପର୍ଯ୍ୟବେକ୍ଷକ ଶୁଭ୍ରାଂଶୁ ମିଶ୍ର, ଜିଲାପରିଷଦ ଅଧ୍ୟକ୍ଷା ରୂପଶ୍ରୀରାଣୀ ଗୁମାନସିଂହ, ପୌରାଧ୍ୟକ୍ଷା କନକଲକ୍ଷ୍ମୀ ମହାନ୍ତି, ଦଳୀୟ କର୍ମୀ, ନେତାଙ୍କ ସମେତ ବହୁ ମହିଳା ଶୋଭାଯାତ୍ରାରେ ସାମିଲ ଥିଲେ। ଖୋର୍ଦ୍ଧା ପୌର ପରିଷଦ ଅନ୍ତର୍ଗତ ୭ ନମ୍ବର ୱାର୍ଡର କାଉନସିଲର ଅଜିତ ମହାପାତ୍ରଙ୍କ ନେତୃତ୍ୱରେ ଏହା ଆୟୋଜିତ ହୋଇଥିଲା। ଏହି ଅବସରରେ ଶ୍ରୀମୟୀ କହିଲେ ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିଶା ସମୃଦ୍ଧି ପଥରେ ଆଗେଇ ଚାଲିଛି। ତେଣୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ନବୀନଙ୍କୁ ଷଷ୍ଠଥର ଲାଗି ମୁଖ୍ୟମନ୍ତ୍ରୀ କରିବା ପାଇଁ ସେ ଲୋକଙ୍କୁ ନିବେଦନ କରିଥିଲେ। ନିକଟରେ ଏକ ଓଡ଼ିଆ ଚଳଚ୍ଚିତ୍ର ରିଲିଜକୁ ନେଇ ପଶ୍ଚିମ ଓଡ଼ିଶା ଏବଂ ପୂର୍ବାଞ୍ଚଳ ମଧ୍ୟରେ ମୁହଁାମୁହିଁ ସ୍ଥିତି ସୃଷ୍ଟି ହୋଇଥିଲା। ବଲାଙ୍ଗୀରରୁ ଏ ନେଇ ସ୍ବର ଉଠିଥିଲା। ନିର୍ବାଚନରେ ଏହାର ପ୍ରଭାବ ପଡ଼ିପାରେ କି ପ୍ରଶ୍ନର ଉତ୍ତରରେ ଗଣମାଧ୍ୟମକୁ ଶ୍ରୀମୟୀ କହିଛନ୍ତି, ମୁଁ ଦୁହିତା, ଦୁଇକୁଳକୁ ହିତା। ମୋ’ ଘର ବଲାଙ୍ଗୀର, କିନ୍ତୁ ମୁଁ ଭୁବନେଶ୍ୱରରେ ବିବାହ କରିଛି। ମୁଁ ଲୋକଙ୍କ ସହିତ ଥିବାରୁ ସେଭଳି ଚର୍ଚ୍ଚାର କୌଣସି ପ୍ରଭାବ ପଡ଼ିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରାମ ରହିମଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି, ୨୪ ବର୍ଷ ପୁରୁଣା ହତ୍ୟା ମାମଲାରେ କୋର୍ଟ ଶୁଣାଇଲେ ଏମିତି ରାୟ

ରୋହତକ,୭।୩: ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ ରାମ ରହିମଙ୍କୁ ଆଜି (ଶନିବାର, ମାର୍ଚ୍ଚ ୭, ୨୦୨୬) ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି…

କଲେଜକୁ ଯାଉଥିଲେ ଛାତ୍ରୀ, ଦ୍ରୁତଗତିରେ ଆସି ଧକ୍କା ଦେଲା ବାଇକ, ଘଟଣାସ୍ଥଳରେ…

ବଲାଙ୍ଗୀର, ୭।୩( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭିଆଇପି ରାସ୍ତା ଭାଗିରଥି ଛକରୁ ସର୍କିଟ ହାଉସ ରାସ୍ତାରେ ଏକ ସ୍ପିଡ ବାଇକର ଧକ୍କାରେ ଜଣେ ଆୟୁର୍ବେଦିକ କଲେଜ…

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ…

ଭାଜପା ବିଧାୟକଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଅହମ୍ମଦାବାଦ୍‌,୭।୩:ଗୁଜରାଟରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା)ର ବିଧାୟକ ଗୋବିନ୍ଦ ପରମାରଙ୍କର ପରଲୋକ ଘଟିଛି। ଦଳୀୟ ନେତାମାନେ ନିଶ୍ଚିତ କରିଛନ୍ତି ଯେ, ପରମାର ଆନନ୍ଦ ଜିଲାର ଉମରେଥ…

ଅଗ୍ନିକାଣ୍ଡରେ ଜଳିଗଲା ୨ ବଖରା ଘର: ସହାୟତା ଯୋଗାଇ ଦେବାକୁ ସରକାରଙ୍କ ନିକଟରେ ଦାବି

ପରଜଙ୍ଗ, ୭।୩ ( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ପଞ୍ଚାୟତର ଭାଲିଆତଇଲା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟି ଗ୍ରାମର ନମନ ବେହେରାଙ୍କ ୨…

ଏକୁଟିଆ ପାଇ ମହିଳାଙ୍କ ଘରେ ପଶିଥିଲେ ଏନଆରଇଜିଏ ସହାୟକ, ହଠାତ୍‌ ଚାଲିଆସିଲେ ମହିଳାଙ୍କ ସ୍ବାମୀ, ଆଉ ତା’ପରେ…

ଭବାନୀପାଟଣା, ୭। ୩(ଉତ୍ତମ କୁମାର ଦାଶ ): ଚର୍ଚ୍ଚାରେ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଏନଆରଇଜିଏ ସହାୟକ ବିରଞ୍ଚି ଗହୀର। ତାଙ୍କ କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ…

ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଏକକାଳୀନ ଚଢ଼ାଉ

ଡେରାବିଶ, ୭/୩ (ବେବର୍ତ୍ତା ଅଜୟ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ କେନ୍ଦ୍ରାପଡା ଜିଲ୍ଲା ଜଳ ସମ୍ପଦ ବିଭାଗ ଅଧିନ ଛତା ସବ ଡିଭିଜନର ସହକାରୀ…

୨ ଦିନ ପ୍ରବଳ ବର୍ଷିବ, ୪୦-ରୁ ୫୦ କିମି ବେଗରେ ବହିବ ପବନ: ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୭ା୩(ବନ୍ଦନା ସେଠୀ):ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଗ୍ରାଷ୍ମପ୍ରବାହ ଜାରି ରହିଛି। ସକାଳୁ ପ୍ରବଳ ଖରା ସହ ମଧ୍ୟାହ୍ନରୁ ଝାଞ୍ଜି ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ଇତିମଧ୍ୟରେ ପାରଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri