ମାଧୁରୀଙ୍କୁ ଏମିତି ହୃଦୟ ଦେଇଥିଲେ ଶ୍ରୀରାମ

ମୁମ୍ବାଇ: ଧକ୍‌ଧକ୍‌ ଗର୍ଲ ମାଧୁରୀ ଦୀକ୍ଷିତ ଏବଂ ଡକ୍ଟର ଶ୍ରୀରାମ ନେନେ ୨୧ ବର୍ଷରୁ ଅଧିକ ସୁଖୀ ଦାମ୍ପତ୍ୟ ଜୀବନ ଅତିବାହିତ କରୁଛନ୍ତି। ଉଭୟ ପରସ୍ପର ବିଷୟରେ କଥାବାର୍ତ୍ତା କରିବାରେଳ ସବୁବେଳ ପାଇଁ ସକରାତ୍ମକ ଏବଂ ଅତ୍ୟଧିକ ଭଦ୍ର ଅଟନ୍ତି। ମାଧୁରୀ ଆମେରିକାରେ ତାଙ୍କ ସ୍ବାମୀଙ୍କ ସହ ଜଣେ ଗୃହିଣୀ ଭାବରେ ନିଜର ବୈବାହିକ ଜୀବନର ଅନେକ ବର୍ଷ ଅତିବାହିତ କରିଛନ୍ତି। ଦୁହେଁ ବର୍ତ୍ତମାନ ଭାରତ ଫେରି ମୁମ୍ବାଇରେ ରହୁଛନ୍ତି। ସେମାନେ ପ୍ରତ୍ୟେକ ପଦକ୍ଷେପରେ ପରସ୍ପରକୁ ବହୁତ ଭଲ ଭାବରେ ସମର୍ଥନ କରିଥାନ୍ତି। ଡକ୍ଟର ନେନେ ବିଭିନ୍ନ କାର୍ଯ୍ୟକ୍ରମରେ ମାଧୁରୀଙ୍କୁ ଉତ୍ସାହିତ କରୁଥିବା ଦେଖାଯାଏ।

ମାଧୁରୀ ୧୯୯୦ ଦଶକରେ ବଲିଉଡ୍‌ର ଜଣେ ଜଣାଶୁଣା ଅଭିନେତ୍ରୀ ଥିଲେ। ତାଙ୍କ ନାମ ଫିଲ୍ମ ଇଣ୍ଡଷ୍ଟ୍ରିର ବହୁ ପ୍ରସିଦ୍ଧ କଳାକାରଙ୍କ ସହ ଜଡ଼ିତ ଥିଲା କିନ୍ତୁ ତାହା ସଫଳ ହୋଇପାରିଲା ନାହିଁ। ଡକ୍ଟର ଶ୍ରୀରାମ ମାଧବ ନେନେ କାଲିଫର୍ନିଆର ଲସ୍‌ ଏଞ୍ଜେଲସରେ ଅବସ୍ଥିତ ଜଣେ ଭାରତୀୟ ଆମେରିକୀୟ ହୃଦ୍‌ରୋଗ ବିଶେଷଜ୍ଞ ତଥା ସର୍ଜନ ଥିଲେ।

ମାଧୁରୀ ତାଙ୍କ ମାତାପିତାଙ୍କୁ ତାଙ୍କ ବିବାହ ସ୍ଥିର କରିବାର ଦାୟିତ୍ୱ ଦେଇଥିଲେ। ଡ. ନେନେଙ୍କୁ ସେ ଠିକ୍‌ ମ୍ୟାଚ ପାଇଲେ ଏବଂ ବିବାହ ସ୍ଥିର କଲେ। ୧୭ ଅକ୍ଟୋବର ୧୯୯୯ରେ, ଦୁହେଁ ଆମେରିକାରେ ବିବାହ କରିଥିଲେ।

ବିବାହ ବନ୍ଧନରେ ଆବଦ୍ଧ ହେବା ସମୟରେ ଡକ୍ଟର ନେନେ ଜାଣି ନ ଥିଲେ ଯେ, ମାଧୁରୀ ବଲିଉଡ୍‌ର ଜଣେ ଏତେ ବଡ଼ ଅଭିନେତ୍ରୀ। ଡକ୍ଟର ନେନେ ଏକ ସାକ୍ଷାତକାରରେ କହିଛନ୍ତି, ତାଙ୍କର ଜଣେ ବନ୍ଧୁ ଉଭୟଙ୍କୁ ପରିଚିତ କରାଇଲେ। ଏହା ପରେ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢ଼ିଉଠିଥିଲା। ୩ ମାସ ପରେ ସେମାନଙ୍କର ବିବାହ ସ୍ଥିର ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ଆପଣ ପୁରୁଷ ହୋଇଥିଲେ…’ ତ୍ରିଶାଙ୍କୁ ନେଇ ଷ୍ଟାଲିନଙ୍କ ବିବାଦୀୟ ମନ୍ତବ୍ୟ ପରେ ଏମିତି କହିଲେ ଭାଜପା ନେତ୍ରୀ

ନୂଆଦିଲ୍ଲୀ,୫।୮: ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ କରିଥିବା ବିବାଦୀୟ ମନ୍ତବ୍ୟ ପରେ ଭାରି ବିବାଦରେ ଫସିଯାଇଛନ୍ତି। ମଙ୍ଗଳବାର ପୋଲିସ ତାଙ୍କୁ…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ରାଜନୈତିକ ଦଳ ନୁହେଁ, ଏହି ରୂପରେ ମଇଦାନକୁ ଆସିବ CJP: ବଡ଼ ଖୁଲାସା କଲେ ସିଜେପି ପ୍ରବକ୍ତା

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହ ସଫଳ ହୋଇଥିଲା। ଏହି ଆନ୍ଦୋଳନର ଆରମ୍ଭ କରିଥିବା କକରୋଚ ଜନତା ପାର୍ଟି (CJP) ଏବେ…

ଦ୍ୱିତୀୟ ସ୍ତ୍ରୀଙ୍କ ଆକ୍ରମଣରେ ପ୍ରଥମ ସ୍ତ୍ରୀ ମୃତ

ଚିତ୍ରକୋଣ୍ଡା, ୫।୮(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅଧୀନ ପେଟିଆଗୁଡା ଗ୍ରାମରେ ଘରୋଇ କଳହକୁ ନେଇ ସୋମବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ଶୁକ…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

ଘରୁ ଡାକିନେଇ ଯୁକ୍ତ୨ ଛାତ୍ରଙ୍କୁ ବାଡ଼େଇ ମାରିଦେଲେ ୨ ସାଥୀ: ମଦ ପିଆଇ…

ଡେରାବିଶ, ୫ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳର ଜଣେ ଯୁକ୍ତ୨ କଲେଜ ଛାତ୍ରଙ୍କୁ ଘରୁ ଡାକି ନେଇ ତାଙ୍କର ୨ଜଣ ସାଙ୍ଗ ମାଡ଼ମାରି…

ମୁଁ ଘରକୁ ଯିବିନି, ମୋତେ ମୋ ପ୍ରେମିକ ପାଖରେ ଛାଡିଦିଅ…ନାବାଳିକାଙ୍କ ହାଇଡ୍ରାମା ଦେଖି ପୋଲିସ ତାଜୁବ

ଭୁବନେଶ୍ୱର,୫ା୮ (ପ୍ରସନଜିତ୍‌ ସାହୁ):ମୁଁ ଘରକୁ ଯିବିନି। ମୋତେ ଜେଲରେ ଥିବା ମୋ ପ୍ରେମିକ ପାଖରେ ଛାଡିଦିଅ..। ଭୁବନେଶ୍ବର କୋର୍ଟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏମିତି ଚିତ୍କାର କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri