ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ ରବିବାର ସକାଳେ ଶେରଗଡ ବସଷ୍ଟାଣ୍ଡରୁ ଉଦ୍ଧାର କରିଥିଲେ। ତାଙ୍କୁ ଅପହରଣ ଓ ବଳାତ୍କାର କରାଯାଇଥିବା ଅଭିଯୋଗରେ ଶୁଭମ ସେଠୀ(୨୨)ଙ୍କୁ ତଦନ୍ତକାରୀ ଅଧିକାରୀ ଏସ.ଆଇ ଶ୍ରୀନିବାସ ଦାସ ଗିରଫ କରି ସୋମବାର ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଡାକ୍ତରୀ ମାଇନା କରାଇବା ପରେ ବ୍ରହ୍ମପୁରସ୍ଥିତ ପୋକ୍ସୋ କୋର୍ଟକୁ ଚାଲାଣ କରିଛନ୍ତି। ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ଜେଲ ହାଜତକୁ ପଠାଇ ଦିଆଯାଇଛି।

ସୂଚନାଯୋଗ୍ୟ, ଗତ ବୁଧବାର ନାବାଳିକା ଜଣକ ଘରୁ ନିଖୋଜ ହୋଇଯାଇଥିଲେ।ପରିବାର ଲୋକେ ବନ୍ଧୁ ବାନ୍ଧବ ଏବଂ ସମ୍ପର୍କୀୟ ଲୋକଙ୍କ ସହାୟତାରେ ବିଭିନ୍ନ ଅଞ୍ଚଳକୁ ଯାଇ ଖୋଜାଖୋଜି କରିବା ପରେ ମଧ୍ୟ ତାଙ୍କ ସନ୍ଧାନ ମିଳିନଥିଲା। ନିରୁପାୟ ହୋଇ ଶନିବାର ରାତିରେ ନାବାଳିକାଙ୍କ ବାପା ପାଟପୁର ଥାନାରେ ପହଞ୍ଚି ତାଙ୍କ ଝିଅଙ୍କ ନିଖୋଜ ନେଇ ଏତଲା ଦେଇଥିଲେ। ଆଇଆଇସି ଦୀପ୍ତି ରଞ୍ଜନ ବେହେରା ଥାନା ମାମଲା ନଂ.୭୮/୨୬ ଅନୁଯାୟୀ, ମକଦ୍ଦମା ପଞ୍ଜୀକୃତ କରିଥିଲେ। ତଦନ୍ତକାରୀ ଅଧିକାରୀଙ୍କ ନେତୃତ୍ୱରେ ସ୍ବତନ୍ତ୍ର ପୋଲିସ ସ୍କ୍ବାର୍ଡ଼ ବିଭିନ୍ନ ସନ୍ଦିଗ୍ଧ ଅଞ୍ଚଳରେ ଚଢାଉ କରିଥିଲେ ମଧ୍ୟ ନାବାଳିକାଙ୍କ ସନ୍ଧାନ ମିଳି ନ ଥିଲା। ରବିବାର ସକାଳେ ପୋଲିସ ଟିମ ଶେରଗଡ଼ ବସଷ୍ଟାଣ୍ଡରେ ପହଞ୍ଚି ନାବାଳିକାଙ୍କୁ ଉଦ୍ଧାର କରିବା ସହ ଅପହର୍ତ୍ତା ଶୁଭମଙ୍କୁ ଥାନାକୁ ଉଠାଇ ଆଣିଥିଲେ। ସେ ନାବାଳିକାଙ୍କୁ ସାଙ୍ଗରେ ନେଇ ଗଞ୍ଜାମ ବଡଗଡ ଅଞ୍ଚଳର ଜଣେ ସମ୍ପର୍କୀୟଙ୍କ ଘରେ ରଖିଥିଲେ ବୋଲି ପୋଲିସ ନିକଟରେ ସ୍ବୀକାର କରିଥିଲେ। ଥାନାରେ ଜଣେ ମହିଳା ପୋଲିସ ଅଧିକାରୀଙ୍କ ନିକଟରେ ପୀଡ଼ିତାଙ୍କ ବୟାନ ଲିପିବଦ୍ଧ କରାଯାଇଥିଲା। ପରେ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଡାକ୍ତରୀ ମାଇନା କରାଯିବା ସହ ସୋମବାର ମାଜିଷ୍ଟ୍ରେଟଙ୍କ ସମ୍ମୁଖରେ ପୀଡ଼ିତାଙ୍କ ବୟାନ ରେକର୍ଡ କରାଯିବା ପରେ ତାଙ୍କ ମାତାପିତାଙ୍କୁ ହସ୍ତାନ୍ତର କରାଯାଇଥିବା ତଦନ୍ତକାରୀ ଅଧିକାରୀ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୧୦ ଆନ୍ଦୋଳନ ପୂର୍ବରୁ CJPର ବଡ଼ ଘୋଷଣା, ସୌରଭ ଦାସ କହିଲେ Gen Z….

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀରେ ଅକ୍ଟୋବର ୧୦ ତାରିଖରେ ବଡ଼ ଯୁବ ଆନ୍ଦୋଳନ କରିବାକୁ ଘୋଷଣା କରିଛି କକରୋଚ୍ ଜନତା ପାର୍ଟି (CJP)। ଦଳର ପ୍ରବକ୍ତା ସୌରଭ ଦାସ କହିଛନ୍ତି,…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?