କୋଭିଡ-୧୯ରେ କରୋନା ଯୋଦ୍ଧାଙ୍କ ମୃତ୍ୟୁ: ବାତ୍ୟା‘ନିଭାର’ ପାଇଁ ହୋଇପାରିଲାନି ଚିକିତ୍ସା

ଭୋପାଳ,୨୬।: ଦେଶରେ କରୋନା ସଂକ୍ରମଣ ପୁଣି ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବୃଦ୍ଧି ପାଉଛି। କରୋନା ମୁକାବିଲା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଯେତେ ପ୍ରଚେଷ୍ଟା କଲେ ମଧ୍ୟ ଏହାକୁ ରୋକିବାରେ ବିଫଳ ହୋଇଛନ୍ତି। କରୋନା ମୁକାବିଲା ପାଇଁ ଏଯାଏଁ କୌଣସି ଔଷଧ ବାହାରି ନ ଥିବା ବେଳେ ଭ୍ୟାକ୍ସିନ ହିଁ ଏକମାତ୍ର ସାହା ଭରଷା। ଇତିମଧ୍ୟରେ ଦେଶରେ ଗୋଟିଏ ପଟେ କରୋନା ଦାଉ ସାଧୁଥିବା ବେଳେ ଅନ୍ୟପେଟେ ବାତ୍ୟା ‘ନିଭାର’ ଲୋକଙ୍କ ଚିକିତ୍ସାରେ ବାଧକ ସାଜିଛି। କିଛି ଏଭଳି ଘଟଣା ଘଟିଛି ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ। ଗତ କିଛି ମାସରୁ କରୋନା ରୋଗୀଙ୍କ ଚିକିତ୍ସା କରୁଥିବା ୨୬ବର୍ଷୀୟ ଡାକ୍ତର ଶୁଭମ ଉପାଧ୍ୟାୟଙ୍କ କୋଭିଡ-୧୯ରେ ପରଲୋକ ଘଟିଛି।

ସୂଚନାଯୋଗ୍ୟ, କରୋନା ଯୋଦ୍ଧା ଡାକ୍ତର ଶୁଭମ ଅକ୍ଟୋବର ୨୮ରେ କରୋନାରେ ଆକ୍ରାନ୍ତ ହୋଇଥିଲେ। ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ନଭେମ୍ବର ୧୦ରେ ଭୋପାଳର ଚିରାୟୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସି ନ ଥିଲା। ତାଙ୍କ ଫୁସଫୁସରେ ୯୦ପ୍ରତିଶତରୁ ଅଧିକ ପାଣି ଭର୍ତ୍ତି ହୋଇଯିବାରୁ ଫୁସ୍‌ଫୁସ୍‌ ପ୍ରତିରୋପଣ ପାଇଁ ତାଙ୍କୁ ଏୟାରଲିଫ୍ଟରେ ଚେନ୍ନାଇ ନିଆଯିବାର ବ୍ୟବସ୍ଥା କରାଯାଉଥିଲା। ହେଲେ ବାତ୍ୟା ‘ନିଭାର’ ଯୋଗୁ ବିମାନ ସେବା ବନ୍ଦ ରହିଥିଲା। ଯେଉଁଥିପାଇଁ ତାଙ୍କୁ ଏୟାରଲିଫ୍ଟ କରାଯାଇପାରି ନ ଥିଲା। ଫଳରେ ବୁଧବାର ଚିରାୟୁ ହସ୍ପିଟାଲରେ ଶୁଭମ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି। ସୂଚନା ମୁତାବକ ସାଗର ମେଡିକାଲ କଲେଜରେ ଶୁଭମ କାମ କରୁଥିଲେ। କରୋନାରେ ଆକ୍ରାନ୍ତ ହେବା ପରେ ତାଙ୍କ ଚିକିତ୍ସା ପାଇଁ ଡାକ୍ତରମାନେ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କୁ ଟୁଇଟ କରିଥିଲେ। ଏହି ଟୁଇଟ ପରେ ତାଙ୍କୁ ଚେନ୍ନାଇ ନେଇ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମଧ୍ୟପ୍ରଦେଶ ସରକାରଙ୍କୁ ଶିବରାଜ ସିଂହ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ଦକ୍ଷିଣ ଭାରତରେ ଆସିଥିବା ବାତ୍ୟାଯୋଗୁ ବିମାନ ସେବା ବନ୍ଦ ଥିଲା। ଏଥିପାଇଁ ତାଙ୍କୁ ସେଠାକୁ ନିଆଯାଇ ପାରି ନ ଥିଲା। ତେବେ ଶୁଭମଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି। ଏଥିସହ ସେ କହିଛନ୍ତି, ସମାଜ ସେବାର ଅଦ୍ଭୁତ ଏବଂ ଅନୁପମ ଉଦାହରଣ ସୃଷ୍ଟି କରି ଶୁଭମ ଆଜି ଜୀବନ ଯୁଦ୍ଧରେ ହାରିଗଲେ। ରାଜ୍ୟ ତାଙ୍କ କାର୍ଯ୍ୟ ପାଇଁ ଗର୍ବ ଅନୁଭବ କରୁଛି ବୋଲି ଶିବରାଜ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ ବିବାଦୀୟ ଜମିରେ ଗୋଷ୍ଠୀ ସାଂସ୍କୃତିକ କେନ୍ଦ୍ର ନିର୍ମାଣ: ବିଡିଓ ଦୃଷ୍ଟିଦେବାକୁ ଦାବି

ମହାକାଳପଡ଼ା, ୨୫ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ ବଗଗହଣ ଗ୍ରାମରେ ବିକଶିତ ଗାଁ ବିକଶିତ ଓଡ଼ିଶା ପ୍ରକଳ୍ପ ଯୋଜନାରେ ଷୋଳ…

ଭତ୍ତା ପାଇଁ ଶାଶୁଙ୍କୁ ୯ କି.ମି. ପିଠିରେ ବୋହିଲେ ବୋହୂ

ଅମ୍ବିକାପୁର,୨୫ା୫: ଛତିଶଗଡ଼ର ସୁର୍ଗୁଜା ଜିଲାରେ ଜଣେ ମହିଳା ତାଙ୍କ ୯୦ ବର୍ଷୀୟା ଶାଶୁଙ୍କ ଭତ୍ତା ଟଙ୍କା ଉଠାଇବା ପାଇଁ ପିଠିରେ ୯ କି.ମି. ବୋହି ବ୍ୟାଙ୍କକୁ ଯିବା…

ସାହିତ୍ୟରେ ଶସ୍ତା ରାଜନୀତି

ହଁଆଜ୍ଞା, ଅକବି ଓ ଅଲେଖକ ପ୍ରବଳ! ଚିନ୍ତାରେ କବି ଓ ଲେଖକକୁଳ। ସବଳ ଡମ୍ଫା,ଡହରା,ଟାଉଟର। ଦୁର୍ବଳ, ସ୍ରଷ୍ଟା, ସାଧକ, କଳାକାର। କବିବର ରାଧାନାଥ ରାୟଙ୍କ କାଳଜୟୀ କବିତାଂଶ;…

ଡାଇବେଟିସ୍‌ ଥିଲେ ରୁହନ୍ତୁ ସତର୍କ, ଏଥିରୁ ମୁକ୍ତି ପାଇବା ପାଇଁ ଆପଣାନ୍ତୁ…

ବର୍ତ୍ତମାନ ଏଭଳି ସମୟ ଆସିଛି, ଯେତେବେଳେ ଆମେ ନିଜ ସ୍ବାସ୍ଥ୍ୟ ପ୍ରତି ଅଧିକ ସଚେତନ ରହିବା ନିହାତି ଦରକାର। ଯଦି ଆପଣଙ୍କର ଡାଇବେଟିସ୍‌ କିମ୍ବା ରକ୍ତଚାପ ପରି…

ବ୍ରିକ୍ସ: ସାମର୍ଥ୍ୟ ଅଛି ଶକ୍ତି ନାହିଁ

ବ୍ରିକ୍ସ କ୍ରମଶଃ ପ୍ରତିଷ୍ଠା ଲାଭ କଲେ ମଧ୍ୟ ଅନ୍ତର୍ଜାତୀୟ ଆହ୍ବାନଗୁଡିକୁ ମୁକାବିଲା କରିବାରେ ସଫଳ ହୋଇପାରୁନାହିଁ। ସେଥିପାଇଁ ଚଳିତ ମାସରେ ନୂଆଦିଲ୍ଲୀରେ ଅନୁଷ୍ଠିତ ବ୍ରିକ୍ସ ବୈଦେଶିକ ମନ୍ତ୍ରୀଙ୍କ…

ନକଲି ଆଇନଜୀବୀ

ଦେଶରେ ଥିବା ଆଇନଜୀବୀଙ୍କ ଶିକ୍ଷାଗତ ଯୋଗ୍ୟତା ଯାଞ୍ଚ ଲାଗି ବାର୍‌ କାଉନ୍‌ସିଲ୍‌ ଅଫ୍‌ ଇଣ୍ଡିଆ (ବିସିଆଇ) ପକ୍ଷରୁ ୨୦୨୫ ଜାନୁଆରୀରେ ଏକ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଏଥିରେ…

ବୋମା ତିଆରି ପାଇଁ ଏଆଇ ପ୍ଲାଟ୍‌ଫର୍ମ ବ୍ୟବହାର କରିଥିଲେ ଅଭିଯୁକ୍ତ

ନୂଆଦିଲ୍ଲୀ,୨୫ା୫(ପି.ଟି.):ଦିଲ୍ଲୀ ଲାଲ୍‌କିଲ୍ଲା ବିସ୍ଫୋରଣ ମାମଲାରେ ଚାର୍ଜଶିଟ୍‌ ହୋଇଥିବା ଅଭିଯୁକ୍ତଙ୍କର ବୈଶ୍ୱିକ ଆତଙ୍କବାଦୀ ସଂଗଠନ ଅଲ୍‌କାଏଦା ସହ ସମ୍ପୃକ୍ତି ରହିଛି ଓ ସେ ବୋମା ପ୍ରସ୍ତୁତି ପାଇଁ ଆର୍ଟିଫିସିଆଲ…

ମୋଦିଙ୍କୁ ପ୍ରଶଂସା କଲେ ଟ୍ରମ୍ପ୍‌

ନୂଆଦିଲ୍ଲୀ,୨୫ା୫: ଭାରତ ଗସ୍ତରେ ଆସିଥିବା ଆମେରିକା ପରରାଷ୍ଟ୍ର ସଚିବ ମାର୍କୋ ରୁବିଓ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆଲୋଚନା କରୁଥିବାବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ହଠାତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri