Posted inଖେଳ

ମ୍ୟାଚ୍‌ର ପ୍ରଥମ ବଲ୍‌ ସାମ୍ନା କରିବାକୁ ଭୟ କରୁଛନ୍ତି ଶୁଭମନ୍‌: ଜାଣନ୍ତୁ କାହିଁକି

ବିରାଟ କୋହଲିଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଜୁନ ୧୮ ରୁ ୨୨ ପର୍ଯ୍ୟନ୍ତ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଐତିହାସିକ ଫାଇନାଲ ମ୍ୟାଚ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳିବା ପାଇଁ ସାଉଥମ୍ପଟନ ଗ୍ରାଉଣ୍ଡରେ ଅବତରଣ କରିବ। ଏହି ସମୟ ମଧ୍ୟରେ ଯୁବ ବ୍ୟାଟ୍ସମ୍ୟାନ ଶୁଭମନ ଗିଲଙ୍କ ଉପରେ ନଜର ରହିବ। ଯୁବ ବ୍ୟାଟ୍ସମ୍ୟାନ ତାଙ୍କର ଛୋଟ ଅନ୍ତର୍ଜାତୀୟ କ୍ୟାରିୟରରେ ଅନେକ କ୍ରିକେଟ ବିଶେଷଜ୍ଞଙ୍କୁ ପ୍ରଭାବିତ କରିଛନ୍ତି ଏବଂ ଆଶା କରାଯାଉଛି ଯେ ସେ ଐତିହାସିକ ଫାଇନାଲରେ ଅଂଶଗ୍ରହଣ କରିବାର ସୁଯୋଗ ପାଇବେ। ନ୍ୟୁଜିଲାଣ୍ଡର ଭେଟେରାନ ବୋଲର ଟ୍ରେଣ୍ଟ ବୋଲ୍ଟ ଏବଂ ଟିମ ସାଉଥୀ ନୂତନ ରେଡ ବଲରୁ ଆରମ୍ଭ କରିବେ ଏବଂ ଗିଲ୍‌ ପ୍ରଥମ ବଲ ମୁକାବିଲା କରିବାକୁ ଚାହଁୁନାହାନ୍ତି। ତାଙ୍କ ଟେଷ୍ଟ କ୍ୟାରିୟରରେ କେବଳ ଥରେ ଗିଲ ପ୍ରଥମ ବଲର ସମ୍ମୁଖୀନ ହୋଇଛନ୍ତି । ଚଳିତ ବର୍ଷ ଆରମ୍ଭରେ ଅହମ୍ମଦାବାଦରେ ଖେଳାଯାଇଥିବା ଇଂଲଣ୍ଡ ବିପକ୍ଷ ଚତୁର୍ଥ ଟେଷ୍ଟରେ ସେ ଏହା କରିଥିଲେ। ସେହି ମ୍ୟାଚରେ ଗିଲଙ୍କୁ ତୃତୀୟ ଇନ୍‌ସ୍ବିଙ୍ଗ ବଲରେ ଜେମ୍ସ ଆଣ୍ଡରସନ ତାଙ୍କ ଏଲ୍‌ବିଡବ୍ଲ୍ୟୁ ଆଉଟ୍‌ କରିଥିଲେ।
ତାଙ୍କର ସେହି ଉଇକେଟକୁ ମନେ ପକାଇ ୨୧ ବର୍ଷୀୟ ଓପନର୍‌ ଗିଲ୍‌ କହିଛନ୍ତି ଯେ, ସେ ମ୍ୟାଚ୍‌ର ପ୍ରଥମ ବଲ୍‌ ମୁକାବିଲା କରିବାକୁ କିଛିଟା ଭୟ କରନ୍ତି। କିନ୍ତୁ ଅହମ୍ମଦାବାଦ ଟେଷ୍ଟରେ ଗିଲ ପ୍ରଥମ ବଲ୍‌ ଖେଳିବାକୁ ନିଷ୍ପତ୍ତି ନେଇଥିଲେ ଏବଂ ପରେ ତାଙ୍କ ନିଷ୍ପତ୍ତିରେ ଅନୁତାପ କରିଥିଲେ। ତେଣୁ ଆଗକୁ ପ୍ରଥମ ବଲ୍‌ ଖେଳିବାକୁ କିଛିଟା ଭାବିବାକୁ ପଡିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ, ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

ମାଳିକାରେ ବଡ଼ ଚେତାବନୀ! ଆସୁଛି ଭୟଙ୍କର ପ୍ରଳୟ, ଓଡ଼ିଶାରେ…

୬୦୦ ବର୍ଷ ପୂର୍ୱେ ରଚିତ ଭବିଷ୍ୟବାଣୀ ଗ୍ରନ୍ଥ ‘ମାଳିକା’କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱରେ ଚାଲିଥିବା ଯୁଦ୍ଧ ପରିସ୍ଥିତି, ପ୍ରାକୃତିକ ବିପର୍ଯ୍ୟୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri