Posted inଖେଳ

ମ୍ୟାଚ୍‌ର ପ୍ରଥମ ବଲ୍‌ ସାମ୍ନା କରିବାକୁ ଭୟ କରୁଛନ୍ତି ଶୁଭମନ୍‌: ଜାଣନ୍ତୁ କାହିଁକି

ବିରାଟ କୋହଲିଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଜୁନ ୧୮ ରୁ ୨୨ ପର୍ଯ୍ୟନ୍ତ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଐତିହାସିକ ଫାଇନାଲ ମ୍ୟାଚ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳିବା ପାଇଁ ସାଉଥମ୍ପଟନ ଗ୍ରାଉଣ୍ଡରେ ଅବତରଣ କରିବ। ଏହି ସମୟ ମଧ୍ୟରେ ଯୁବ ବ୍ୟାଟ୍ସମ୍ୟାନ ଶୁଭମନ ଗିଲଙ୍କ ଉପରେ ନଜର ରହିବ। ଯୁବ ବ୍ୟାଟ୍ସମ୍ୟାନ ତାଙ୍କର ଛୋଟ ଅନ୍ତର୍ଜାତୀୟ କ୍ୟାରିୟରରେ ଅନେକ କ୍ରିକେଟ ବିଶେଷଜ୍ଞଙ୍କୁ ପ୍ରଭାବିତ କରିଛନ୍ତି ଏବଂ ଆଶା କରାଯାଉଛି ଯେ ସେ ଐତିହାସିକ ଫାଇନାଲରେ ଅଂଶଗ୍ରହଣ କରିବାର ସୁଯୋଗ ପାଇବେ। ନ୍ୟୁଜିଲାଣ୍ଡର ଭେଟେରାନ ବୋଲର ଟ୍ରେଣ୍ଟ ବୋଲ୍ଟ ଏବଂ ଟିମ ସାଉଥୀ ନୂତନ ରେଡ ବଲରୁ ଆରମ୍ଭ କରିବେ ଏବଂ ଗିଲ୍‌ ପ୍ରଥମ ବଲ ମୁକାବିଲା କରିବାକୁ ଚାହଁୁନାହାନ୍ତି। ତାଙ୍କ ଟେଷ୍ଟ କ୍ୟାରିୟରରେ କେବଳ ଥରେ ଗିଲ ପ୍ରଥମ ବଲର ସମ୍ମୁଖୀନ ହୋଇଛନ୍ତି । ଚଳିତ ବର୍ଷ ଆରମ୍ଭରେ ଅହମ୍ମଦାବାଦରେ ଖେଳାଯାଇଥିବା ଇଂଲଣ୍ଡ ବିପକ୍ଷ ଚତୁର୍ଥ ଟେଷ୍ଟରେ ସେ ଏହା କରିଥିଲେ। ସେହି ମ୍ୟାଚରେ ଗିଲଙ୍କୁ ତୃତୀୟ ଇନ୍‌ସ୍ବିଙ୍ଗ ବଲରେ ଜେମ୍ସ ଆଣ୍ଡରସନ ତାଙ୍କ ଏଲ୍‌ବିଡବ୍ଲ୍ୟୁ ଆଉଟ୍‌ କରିଥିଲେ।
ତାଙ୍କର ସେହି ଉଇକେଟକୁ ମନେ ପକାଇ ୨୧ ବର୍ଷୀୟ ଓପନର୍‌ ଗିଲ୍‌ କହିଛନ୍ତି ଯେ, ସେ ମ୍ୟାଚ୍‌ର ପ୍ରଥମ ବଲ୍‌ ମୁକାବିଲା କରିବାକୁ କିଛିଟା ଭୟ କରନ୍ତି। କିନ୍ତୁ ଅହମ୍ମଦାବାଦ ଟେଷ୍ଟରେ ଗିଲ ପ୍ରଥମ ବଲ୍‌ ଖେଳିବାକୁ ନିଷ୍ପତ୍ତି ନେଇଥିଲେ ଏବଂ ପରେ ତାଙ୍କ ନିଷ୍ପତ୍ତିରେ ଅନୁତାପ କରିଥିଲେ। ତେଣୁ ଆଗକୁ ପ୍ରଥମ ବଲ୍‌ ଖେଳିବାକୁ କିଛିଟା ଭାବିବାକୁ ପଡିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?