ବାଲିଟିକ୍ରା ନିକଟରୁ ମିଳିଲା ଶୁଭମଙ୍କ ମୃତଦେହ: ବଢୁଛି ସନ୍ଦେହ

ବରଗଡ଼,୨୮।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ପଞ୍ଚାୟତ କଲେଜ ନିକଟ ବାଲିଟିକ୍ରା ପାଖରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଜବତ ହୋଇଛି। ମୃତ ଯୁବକ ଜଣକ ହେଲେ, ସ୍ଥାନୀୟ ୱାର୍ଡ ନଂ-୭ ଖଜୁରଟିକ୍ରା ନିବାସୀ ଶୁଭମ ମହାନ୍ତି(୨୬)। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ପାରିପାର୍ଶ୍ୱିକ ସ୍ଥିତିରୁ ତାହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି। ପୋଲିସ ଏ ନେଇ ଅଧିକ ତଦନ୍ତ କରୁଛି।
ମୃତ ଯୁବକ ବରଗଡ଼ର ଏକ ଲଜ୍‌ରେ ମ୍ୟାନେଜର ଭାବେ କାମ କରୁଥିଲେ। ସେ ସବୁଦିନ ଭଳି ସୋମବାର ସକାଳ ୬ଟାରୁ ତାଙ୍କ ସ୍କୁଟିରେ ଉକ୍ତ ଲଜ୍‌କୁ ଯାଇଥିଲେ। ତେବେ ସକାଳ ୮ଟାରେ ସେ ଘରକୁ ଯାଉଛି କହି ଲଜ୍‌ରୁ ବାହାରିଥିଲେ। କିନ୍ତୁ ରାତି ସୁଦ୍ଧା ଘରକୁ ଫେରି ନ ଥିଲେ। ପରିବାର ଲୋକେ ଖୋଜାଖୋଜି କରିବା ସତ୍ତ୍ୱେ ତାଙ୍କୁ ପାଇ ନ ଥିଲେ ଏବଂ ରାତାରାତି ପୋଲିସକୁ ଜଣାଇଥିଲେ। ଅନ୍ୟପଟେ ମଙ୍ଗଳବାର ସକାଳେ ବେକରେ ଦଉଡ଼ି ବନ୍ଧା ହୋଇ ଏକ ଗଛରେ ଝୁଲୁଥିବା ଅର୍ଥାତ ଗୋଡ଼ ତଳକୁ ଲାଗି ରହିଥିବା ଅବସ୍ଥାରେ ତାଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ସେହିପରି ଘଟଣାସ୍ଥଳରେ ମୃତ ଯୁବକଙ୍କ ସ୍କୁଟି ମଧ୍ୟ ରହିଥିଲା। ସ୍ଥାନୀୟ ଲୋକେ ଖବର ଦେବା ପରେ ପୋଲିସ ଘଟଣାସ୍ଥଳକୁ ପହଞ୍ଚିଥିଲା ଏବଂ ପରିବାର ଲୋକଙ୍କ ଉପସ୍ଥିତିରେ ମୃତଦେହ ଚିହ୍ନଟ ହୋଇଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦେହ ବ୍ୟବସାୟରୁ ବର୍ତ୍ତିବା ପାଇଁ କରାଯାଏ ବାଲ୍ୟ ନିର୍ବନ୍ଧ

ଓ୍ବାଡିଆ,୨୧ା୯: ବାଲ୍ୟ ନିର୍ବନ୍ଧ ନା ଦେହ ବ୍ୟବସାୟ। ଗାଁର ବାଳିକାମାନଙ୍କୁ ଏଭଳି ଏକ କଠିନ ପସନ୍ଦର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଯେଉଁଠାରେ ଏହି ଅପମାନଜନକ ନାମକରଣ କୌଣସି…

ସ୍ମୃତିଶକ୍ତି ହ୍ରାସର ୬ ବର୍ଷ ପୂର୍ବରୁ ସୂଚନା ଦେବ ସାଧାରଣ ରକ୍ତ ପରୀକ୍ଷା

ୱାଶିଂଟନ,୨୧ା୯: ମାନସିକ ସ୍ମୃତିଶକ୍ତି ହ୍ରାସ ପାଇବା କିମ୍ବା ଆଲଜାଇମର୍ସ ରୋଗର ଲକ୍ଷଣ ପ୍ରକାଶ ପାଇବାର ବହୁ ବର୍ଷ କିମ୍ବା ଦଶନ୍ଧି ପୂର୍ବରୁ ମାନବ ଶରୀରରେ ଏହାର ଜୈବିକ…

ଆଜି ବିଶ୍ୱ ଆଲ୍‌ଜିମର୍ସ ଦିବସ: ଏହି ରୋଗ ହେଲେ ରୋଗୀର…

ଆମେ ସମ୍ମୁଖୀନ ହେଉଥିବା ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ମଧ୍ୟରୁ ‘ଆଲ୍‌ଜିମର୍ସ’ ଅନ୍ୟତମ। ଉକ୍ତ ରୋଗରେ ସ୍ମରଣ ଶକ୍ତି ଲୋପ ପାଇଯିବା ହେଉଛି ପ୍ରଧାନ ଲକ୍ଷଣ। ଏହି ରୋଗ…

ଉତ୍ତର ପ୍ରଦେଶର ଆମରୋହାରୁ ନିର୍ବାଚନ ଲଢ଼ିବେ କ୍ରିକେଟର ମହମ୍ମଦ ସାମି? ଭାଇରାଲ ହେଉଛି…

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳକୁ ପ୍ରତ୍ୟାବର୍ତ୍ତନ ପାଇଁ ଉଦ୍ୟମ କରୁଥିବା ଦ୍ରୁତ ବୋଲର ମହମ୍ମଦ ସାମି ବର୍ତ୍ତମାନ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ତେବେ ଏଥର ଏହି ଚର୍ଚ୍ଚା…

ବୁମରାଙ୍କୁ ନେଇ BCCI ସହ ଅଗରକରଙ୍କ ମଧ୍ୟରେ ମତଭେଦ; ଗାଏକୱାଡ଼ଙ୍କୁ ନେଇ ମଧ୍ୟ ବିବାଦ

ନୂଆଦିଲ୍ଲୀ,୨୧।୯: ଅଜିତ ଅଗରକରଙ୍କୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ରୋହିତ ଶର୍ମାଙ୍କ ପ୍ରସଙ୍ଗରେ ବିସିସିଆଇ (BCCI)ର ବରିଷ୍ଠ ଅଧିକାରୀ ଏବଂ ଭିଭିଏସ ଲକ୍ଷ୍ମଣଙ୍କ ସହ ମତଭେଦକୁ…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

ଏଇ ଭାରତରେ

ଏବେ ଦେଶରେ ବର୍ଜ୍ୟ ପରିଚାଳନା ପାଇଁ ଅନେକ ବ୍ୟକ୍ତି ଓ ସଂସ୍ଥା ଚେଷ୍ଟା କରୁଛନ୍ତି। ଏହି କ୍ରମରେ ହରିୟାଣା ବୁଦ୍ଧ କଲେଜ ଫ୍ୟାଶନ ଛାତ୍ରୀଛାତ୍ରଙ୍କ ଉଦ୍ୟମ ପ୍ରଶଂସନୀୟ।…

ପୁରସ୍କାର ପସରା

ବୁଲାବିକାଳି ତା’ ପସରା ଧରି ନିତିଦିନିଆ ବେପାର କରେ ଗାଁ ଗାଁ ବୁଲି। ଯାହା ବିକ୍ରିବଟା ହୁଏ, ସେଥିରେ ଚଳେ। ପରିବାର ସଦସ୍ୟଙ୍କ ପେଟ ପୋଷେ। ବୁଲାବିକାଳିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?