Posted inଜାତୀୟ

୧୮ ଦିନ ପରେ ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା

ନୂଆଦିଲ୍ଲୀ,୧୫।୭: ୧୮ ଦିନ ଧରି ମହାକାଶରେ ରହିବା ପରେ ମହାକାଶଚାରୀ ଗ୍ରୁପ କ୍ୟାପ୍ଟେନ ଶୁଭାଂଶୁ ଶୁକ୍ଳା ଆକ୍ସିଓମ୍‌-୪ ମିଶନର ଅନ୍ୟ ୩ କ୍ରିଉ ସଦସ୍ୟଙ୍କ ସହ ପୃଥିବୀରେ ଅବତରଣ କରିଛନ୍ତି। ତାଙ୍କ ମହାକାଶଯାନ ଡ୍ରାଗନ କାଲିଫର୍ନିଆ ଉପକୂଳ ନିକଟସ୍ଥ ପ୍ରଶାନ୍ତ ମହାସାଗରରେ ସୁରକ୍ଷିତ ଭାବରେ ଅବତରଣ କରିଛି।

ବାୟୁସେନା ଗ୍ରୁପ୍‌ କ୍ୟାପ୍ଟେନ୍‌ ଶୁଭାଂଶୁ ଶୁକ୍ଳା ଏବଂ ଆକ୍ସିଓମ୍‌-୪ ମିଶନର ୩ ଅନ୍ୟ କ୍ରିଉ ସଦସ୍ୟ ପେଗୀ ହ୍ବିଟ୍‌ସନ୍‌, ସ୍ଲାଓଜ୍‌ ଉଜ୍‌ନାନ୍‌ସ୍କି ଏବଂ ଟିବୋର କାପ ସୋମବାର ଭାରତୀୟ ସମୟ ଅପରାହ୍ନ ସାଢ଼େ ୪ଟାରେ ସ୍ପେସ୍‌ ଏକ୍ସ’ର ଡ୍ରାଗନ ମହାକାଶଯାନ ଯୋଗେ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସ୍‌ଏସ୍‌) ଛାଡ଼ିଥିଲେ। ଦୀର୍ଘ ୧୮ ଦିନ ପରେ ଡ୍ରାଗନ୍‌ ସ୍ପେସ୍‌କ୍ରାଫ୍ଟ ଆଇଏସ୍‌ଏସ୍‌ରୁ ଅଲଗା ହୋଇଥିଲା। ୨୨ ଘଣ୍ଚାର ଯାତ୍ରା ପରେ ୪ ମହାକାଶଚାରୀ ମଙ୍ଗଳବାର ଭାରତୀୟ ସମୟ ଅପରାହ୍ନ ୩ଟାରେ କାଲିଫର୍ନିଆ ଉପକୂଳରେ ଅବତରଣ କରିବେ ବୋଲି ସୂଚନା ରହିଥିଲା। ତେବେ ଆଇଏସ୍‌ଏସ୍‌ ଛାଡ଼ିବାର କିଛିଘଣ୍ଟା ପୂର୍ବରୁ ଶୁଭାଂଶୁ ସେଠାରେ ଏକ ଶୂନ୍ୟ ଗୁରୁତ୍ୱାକର୍ଷଣ ପରୀକ୍ଷଣକୁ ପ୍ରଦର୍ଶିତ କରିଥିଲେ। ଜଳ ମାଧ୍ୟମରେ କିପରି ସୂକ୍ଷ୍ମ ଗୁରୁତ୍ୱାକର୍ଷଣ ଦୈନନ୍ଦିନ ପଦାର୍ଥ ବିଜ୍ଞାନକୁ ରୂପାନ୍ତରିତ କରୁଛି, ତାହା ସେ ଦର୍ଶାଇଥିଲେ। ଆକ୍ସିଓମ୍‌-୪ ମିଶନ ଅନ୍ତର୍ଗତ ଏହି ପରୀକ୍ଷଣରେ ଶୁଭାଂଶୁ ମହାକାଶରେ ଜଳର ଅନନ୍ୟ ଆଚରଣକୁ ବୁଝାଇଥିଲେ। ଉଲ୍ଲେଖଯୋଗ୍ୟ, ଆମେରିକୀୟ ମହାକାଶ ସଂସ୍ଥା (ଇସ୍ରୋ) ଏବଂ ଭାରତୀୟ ମହାକାଶ ଗବେଷଣା ସଙ୍ଗଠନ (ଇସ୍ରୋ)ର ମିଳିତ ଆକ୍ସିଓମ୍‌-୪ ମିଶନ ଯୋଗେ ଶୁଭାଂଶୁ ପ୍ରଥମ ଭାରତୀୟ ଭାବେ ଆଇଏସ୍‌ଏସ୍‌ରେ ପହଞ୍ଚିଥିଲେ। ସେହିପରି ସେ ଦ୍ୱିତୀୟ ଭାରତୀୟ ଭାବେ ମହାକାଶକୁ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ଉପମୁଖ୍ୟମନ୍ତ୍ରୀ ଯାଉଥିବା ହେଲିକପ୍ଟରରୁ ବାହାରିଲା ଧୂଆଁ: ଆଉ ତା’ପରେ…

ଲକ୍ଷ୍ନୌ,୭।୩: ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ହେଲିକପ୍ଟରକୁ ଲକ୍ଷ୍ନୌ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି। କୌଶାମ୍ବୀ ଅଭିମୁଖେ ଯାଉଥିବା ସମୟରେ ହେଲିକପ୍ଟରଟି ହଠାତ୍‌…

ଭାରତକୁ ପଶିଲା ଇରାନୀ ଜାହାଜ, ଆମେରିକାରେ ବାଜିଲା ସାଇରନ!

ନୂଆଦିଲ୍‌ଲୀ,୭।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତି ଖରାପ ହେଉଛି। ସମ୍ପ୍ରତି ଭାରତରୁ ଫେରୁଥିବା ଇରାନୀ ଜାହାଜ ISIS ଡେନା ଉପରେ ଆମେରିକା ଆକ୍ରମଣ କରିଥିଲା। ୮୭ ଜଣ ଇରାନୀ…

ରାମ ରହିମଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି, ୨୪ ବର୍ଷ ପୁରୁଣା ହତ୍ୟା ମାମଲାରେ କୋର୍ଟ ଶୁଣାଇଲେ ଏମିତି ରାୟ

ରୋହତକ,୭।୩: ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ ରାମ ରହିମଙ୍କୁ ଆଜି (ଶନିବାର, ମାର୍ଚ୍ଚ ୭, ୨୦୨୬) ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି…

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ…

ଭାଜପା ବିଧାୟକଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଅହମ୍ମଦାବାଦ୍‌,୭।୩:ଗୁଜରାଟରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା)ର ବିଧାୟକ ଗୋବିନ୍ଦ ପରମାରଙ୍କର ପରଲୋକ ଘଟିଛି। ଦଳୀୟ ନେତାମାନେ ନିଶ୍ଚିତ କରିଛନ୍ତି ଯେ, ପରମାର ଆନନ୍ଦ ଜିଲାର ଉମରେଥ…

ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଏକକାଳୀନ ଚଢ଼ାଉ

ଡେରାବିଶ, ୭/୩ (ବେବର୍ତ୍ତା ଅଜୟ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ କେନ୍ଦ୍ରାପଡା ଜିଲ୍ଲା ଜଳ ସମ୍ପଦ ବିଭାଗ ଅଧିନ ଛତା ସବ ଡିଭିଜନର ସହକାରୀ…

୨ ଦିନ ପ୍ରବଳ ବର୍ଷିବ, ୪୦-ରୁ ୫୦ କିମି ବେଗରେ ବହିବ ପବନ: ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୭ା୩(ବନ୍ଦନା ସେଠୀ):ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଗ୍ରାଷ୍ମପ୍ରବାହ ଜାରି ରହିଛି। ସକାଳୁ ପ୍ରବଳ ଖରା ସହ ମଧ୍ୟାହ୍ନରୁ ଝାଞ୍ଜି ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ଇତିମଧ୍ୟରେ ପାରଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri