ନିଶରେ ଟ୍ରାକ୍ଟର ଟାଣି ଚର୍ଚ୍ଚାରେ ବାଲେଶ୍ୱରର ଶୁଭପ୍ରସାଦ

ବାଲେଶ୍ୱର ଅଫିସ, ୧୮।୧୨: ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅଧୀନ ତାଳପଦା ଭିଲ୍ଲା ଗ୍ରାମର ଶୁଭପ୍ରସାଦ ମଳିକ ନିଶରେ ଟ୍ରାକ୍ଟର ଟାଣି ଚର୍ଚ୍ଚାକୁ ଆସିଛନ୍ତି। ପଶ୍ଚିମବଙ୍ଗ ରାଜ୍ୟ ପଶ୍ଚିମମେଦିନୀପୁର ଜିଲା ସୁଲତାନପୁର ଅଞ୍ଚଳରେ ହେଉଥିବା ‘ନେତାଜୀ ମେଳା’ରେ ଶୁଭପ୍ରସାଦ ୪ ବର୍ଷ ଧରି ଯୋଗଦେଇ ବିଭିନ୍ନ ଖେଳ ପ୍ରଦର୍ଶନ କରୁଛନ୍ତି। ପ୍ରଥମବର୍ଷ ନିଶରେ ବାଇକ୍‌ ଟାଣି ଥିବାବେଳେ ଦ୍ୱିତୀୟ ବର୍ଷ ମାରୁତି, ତୃତୀୟ ବର୍ଷ ପିକଅପ୍‌ ଭ୍ୟାନ୍‌ ଟାଣିଥିଲେ। ଏବର୍ଷ ସେ ନିଶରେ ଟ୍ରାକ୍ଟର ଲଗାଇ ୬ଶହ ମିଟରରୁ ଉର୍ଦ୍ଧ୍ୱ ପର୍ଯ୍ୟନ୍ତ ରାସ୍ତା ଟାଣିଛନ୍ତି। ମେଳାର ଆୟୋଜକମାନେ ତାଙ୍କୁ ୨୨ହଜାର ଟଙ୍କା ପ୍ରଦାନ କରିବା ସହ ମାନପତ୍ର ଏବଂ ଉପଢ଼ୌକନ ଦେଇ ସମ୍ମାନିତ କରିଥିଲେ। ସେହିପରି ଆସନ୍ତା ବର୍ଷ ଏହି ମେଳାରେ ସେ ନିଶରେ ବସ୍‌କୁ ଟାଣିବେ ବୋଲି ଘୋଷଣା କରିଛନ୍ତି।

ଶୁଭପ୍ରସାଦ ପଶ୍ଚିମମେଦିନୀପୁର ଦାନ୍ତୁନଠାରେ ଅନୁଷ୍ଠିତ ଗ୍ରାମୀଣ ମେଳାରେ ନିଶରେ ଟାଟା ସୁମୋ ଟାଣି ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ଦୃଷ୍ଟି ଆକର୍ଷଣ କରି ପୁରସ୍କୃତ ହୋଇଥିଲେ। ସେହିପରି କାନ୍ଥିଠାରେ ଏଗ୍ରୋ ସେଣ୍ଟ୍ରାଲ ମେଳାରେ ନିଶରେ ବୋଲେରୋ ଟାଣି ଅତିଥି ଭାବେ ଯୋଗଦେଇଥିବା ଥାଇଲାଣ୍ଡର ମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିଥିଲେ। ଗତ ୧୯୯୮ରୁ ଆରମ୍ଭ କରିଥିବା ଏହି ଅଭିଯାନ ମାଧ୍ୟମରେ ଗିନିଜ୍‌ ରେକର୍ଡ଼ କରିବାକୁ ଲକ୍ଷ୍ୟ ରଖିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri