ନିଶରେ ଟ୍ରାକ୍ଟର ଟାଣି ଚର୍ଚ୍ଚାରେ ବାଲେଶ୍ୱରର ଶୁଭପ୍ରସାଦ

ବାଲେଶ୍ୱର ଅଫିସ, ୧୮।୧୨: ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅଧୀନ ତାଳପଦା ଭିଲ୍ଲା ଗ୍ରାମର ଶୁଭପ୍ରସାଦ ମଳିକ ନିଶରେ ଟ୍ରାକ୍ଟର ଟାଣି ଚର୍ଚ୍ଚାକୁ ଆସିଛନ୍ତି। ପଶ୍ଚିମବଙ୍ଗ ରାଜ୍ୟ ପଶ୍ଚିମମେଦିନୀପୁର ଜିଲା ସୁଲତାନପୁର ଅଞ୍ଚଳରେ ହେଉଥିବା ‘ନେତାଜୀ ମେଳା’ରେ ଶୁଭପ୍ରସାଦ ୪ ବର୍ଷ ଧରି ଯୋଗଦେଇ ବିଭିନ୍ନ ଖେଳ ପ୍ରଦର୍ଶନ କରୁଛନ୍ତି। ପ୍ରଥମବର୍ଷ ନିଶରେ ବାଇକ୍‌ ଟାଣି ଥିବାବେଳେ ଦ୍ୱିତୀୟ ବର୍ଷ ମାରୁତି, ତୃତୀୟ ବର୍ଷ ପିକଅପ୍‌ ଭ୍ୟାନ୍‌ ଟାଣିଥିଲେ। ଏବର୍ଷ ସେ ନିଶରେ ଟ୍ରାକ୍ଟର ଲଗାଇ ୬ଶହ ମିଟରରୁ ଉର୍ଦ୍ଧ୍ୱ ପର୍ଯ୍ୟନ୍ତ ରାସ୍ତା ଟାଣିଛନ୍ତି। ମେଳାର ଆୟୋଜକମାନେ ତାଙ୍କୁ ୨୨ହଜାର ଟଙ୍କା ପ୍ରଦାନ କରିବା ସହ ମାନପତ୍ର ଏବଂ ଉପଢ଼ୌକନ ଦେଇ ସମ୍ମାନିତ କରିଥିଲେ। ସେହିପରି ଆସନ୍ତା ବର୍ଷ ଏହି ମେଳାରେ ସେ ନିଶରେ ବସ୍‌କୁ ଟାଣିବେ ବୋଲି ଘୋଷଣା କରିଛନ୍ତି।

ଶୁଭପ୍ରସାଦ ପଶ୍ଚିମମେଦିନୀପୁର ଦାନ୍ତୁନଠାରେ ଅନୁଷ୍ଠିତ ଗ୍ରାମୀଣ ମେଳାରେ ନିଶରେ ଟାଟା ସୁମୋ ଟାଣି ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ଦୃଷ୍ଟି ଆକର୍ଷଣ କରି ପୁରସ୍କୃତ ହୋଇଥିଲେ। ସେହିପରି କାନ୍ଥିଠାରେ ଏଗ୍ରୋ ସେଣ୍ଟ୍ରାଲ ମେଳାରେ ନିଶରେ ବୋଲେରୋ ଟାଣି ଅତିଥି ଭାବେ ଯୋଗଦେଇଥିବା ଥାଇଲାଣ୍ଡର ମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିଥିଲେ। ଗତ ୧୯୯୮ରୁ ଆରମ୍ଭ କରିଥିବା ଏହି ଅଭିଯାନ ମାଧ୍ୟମରେ ଗିନିଜ୍‌ ରେକର୍ଡ଼ କରିବାକୁ ଲକ୍ଷ୍ୟ ରଖିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri