ଫିକିର ଉପସଭାପତି ହେଲେ ଶୁଭ୍ରକାନ୍ତ ପଣ୍ଡା

ନୂଆଦିଲ୍ଲୀ,୨୦।୧୨: ଦେଶର ଶିଳ୍ପ ଓ ବାଣିଜ୍ୟ ନୀତି ନିର୍ଦ୍ଧାରଣ କ୍ଷେତ୍ରରେ ଅଗ୍ରଣୀ ଭୂମିକା ନେଉଥିବା ସଂସ୍ଥା ଫେଡେରେଶନ ଅଫ ଇଣ୍ଡିଆନ୍‌ ଚ୍ୟାମ୍ବର ଅଫ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି (ଫିକି ଇଣ୍ଡିଆ)ର ୯୪ତମ ବାର୍ଷିକ ଅଧିବେଶନ ଦିଲ୍ଲୀଠାରେ ଅନୁଷ୍ଠିତ ହୋଇଯାଇଛି। ୨ ଦିନ ଧରି ଆୟୋଜିତ ହୋଇଥିବା ଫିକିର ବାର୍ଷିକ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ‘ଫିକି’ର ସଭାପତି ଭାବେ ହିନ୍ଦୁସ୍ତାନ ୟୁନିଲିଭର ଲିମିଟେଡର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ସଞ୍ଜୀବ ମେହେଟ୍ଟା ମନୋନୀତ ହୋଇଛନ୍ତି। ସେହିଭଳି ଫିକି ଇଣ୍ଡିଆର ବରିଷ୍ଠ ଉପସଭାପତି ଭାବେ ଓଡ଼ିଆ ଶିଳ୍ପପତି ତଥା ଇମ୍ଫା ପରିଚାଳନା ନିର୍ଦ୍ଦେଶକ ଶୁଭ୍ରକାନ୍ତ ପଣ୍ଡା ନିର୍ବାଚିତ ହୋଇଛନ୍ତି। ଏହି ପରିପ୍ରେକ୍ଷୀରେ ସେ କହିଛନ୍ତି, ଆଗାମୀ ଦିନରେ ଭାରତୀୟ ଉଦ୍ୟୋଗଜଗତର ବିକାଶ ପାଇଁ କାର୍ଯ୍ୟ କରିବେ। ବିଶେଷକରି ଓଡ଼ିଶା ଶିଳ୍ପାୟନରେ ରହିଥିବା ସମ୍ଭାବନାର ସଫଳ ରୂପାୟନରେ ତାଙ୍କର ଯୋଗଦାନ ରହିବ। ୧୯୯୩ରେ ପଣ୍ଡା ଇଣ୍ଡିଆନ୍‌ ମେଟାଲ ଆଣ୍ଡ ଫେରୋ ଆଲାୟଜ୍‌ (ଇମ୍ଫା)ରେ ଯୋଗଦାନ କରିଥିବା ବେଳେ ବର୍ତ୍ତମାନ ସେ ଇମ୍ଫାର ପରିଚାଳନା ନିର୍ଦ୍ଦେଶକ ଦାୟିତ୍ୱ ତୁଲାଉଛନ୍ତି। ତୃତୀୟ ଭାରତୀୟ ଭାବେ ଆନ୍ତର୍ଜାତିକ ଚାମ୍ବର ଅଫ କମର୍ସର ଭାରତୀୟ ଚାପ୍ଟର ସଭାପତି (୨୦୧୭-୧୮) ଏବଂ ପ୍ୟାରିସସ୍ଥିତ ଇଣ୍ଟରନ୍ୟାଶନାଲ କ୍ରୋମିଅମ ଡେଭଲପ୍‌ମେଣ୍ଟ ଆସୋସିଏଶନ (ଆଇସିଡିଏ)ର ସଭାପତି (୨୦୧୩-୧୫) ଭାବେ କାର୍ଯ୍ୟ କରିଛନ୍ତି। ଆମେରିକାସ୍ଥିତ ବୋଷ୍ଟନ ବିଶ୍ବବିଦ୍ୟାଳୟ କ୍ୱେଷ୍ଟ୍ରମ ସ୍କୁଲ ଅଫ ବିଜ୍‌ନେସ୍‌ରୁ ଫାଇନାନ୍ସ ଏବଂ ଅପରେଶନ ମ୍ୟାନେଜ୍‌ମେଣ୍ଟରେ ଶୁଭ୍ରକାନ୍ତ ସମ୍ମାନଜନକ ଡିଗ୍ରୀ ହାସଲ କରିଛନ୍ତି। ସେହିପରି ଡ. ଅନୀଶ ଶାହ ସଂଘର ଉପସଭାପତି ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

୨୦୨୬ରେ ଧନୀ ହେବେ କେମିତି? ଆପଣାନ୍ତୁ ଏହି ୫ଟି ଟ୍ରିକ୍‌, ହେବେ କୋଟିପତି!

ଆଜିକାଲି ସମସ୍ତେ ଧନୀ ହେବାର ସ୍ୱପ୍ନ ଦେଖନ୍ତି। ସମସ୍ତେ ବଡ଼ ବଡ଼ ଗାଡ଼ିରେ ଗାଡ଼ି ଚଲାଇ ଏକ ବିଳାସପୂର୍ଣ୍ଣ ଘରେ ରହିବାକୁ ଚାହାଁନ୍ତି। କିନ୍ତୁ ଏସବୁ...

ଡିସେମ୍ବର ୩୧ ପୂର୍ବରୁ ଯଦି ନ କରନ୍ତି ଏହି କାମ, ତେବେ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୨୭।୧୨: ଯଦି ଆପଣ ଜଣେ କରଦାତା, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। PAN ଏବଂ ଆଧାରକୁ ଲିଙ୍କ କରିବା ଆଉ କେବଳ...

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

୨ଦିନ ଯାଏ ଆସିବନି ଅନଲାଇନରେ ଅର୍ଡର! ଡେଲିଭରି ଏଜେଣ୍ଟ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୧୨: ୨୦୨୬ରେ ଦରମା ବୃଦ୍ଧିରେ କୌଣସି ବିରାମ ନାହିଁ, ହାରାହାରି ୯% ବୃଦ୍ଧି ପାଇଁ ପ୍ରସ୍ତୁତି ଯୁନିୟନଗୁଡ଼ିକ ଚାକିରି ସୁରକ୍ଷା, ଅଧିକ ମଜୁରୀ, ନିରାପଦ କାର୍ଯ୍ୟ...

ନୂଆବର୍ଷରେ ମହଙ୍ଗା ଯୋଇଯିବ ଏହିସବୁ ଔଷଧ, ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୬।୧୨:ସରକାର ଅତ୍ୟାବଶ୍ୟକ ଔଷଧ ପାଇଁ ସୁଲଭ ଏବଂ ନିରାପଦ କଞ୍ଚାମାଲ ସୁନିଶ୍ଚିତ କରିବା ପାଇଁ ନୂତନ ପଦକ୍ଷେପ ନେଉଛନ୍ତି, କିନ୍ତୁ ଔଷଧ ଶିଳ୍ପ ବିଶେଷଜ୍ଞମାନେ ଭୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri