Posted inଖେଳ

୫୦ ବର୍ଷ ରେକର୍ଡ ଭାଙ୍ଗିଲେ ଶୁବମନ, ରଚିଲେ ଇତିହାସ

ବ୍ରିସବେନ୍‌,୧୯।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବ୍ରିସବେନରେ ଶେଷ ଟେଷ୍ଟର ଶେଷ ଦିନରେ ଶବମନ ଗିଲ ଚମତ୍କାର ଖେଳିଥିଲେ। ୨୧ ବର୍ଷୀୟ ଯୁବ ଓପନର୍‌ ପୁଣି ଥରେ ଏଠାରେ ଏକ ସଫଳ ଇନିଂସ ଖେଳିଥିଲେ। ଗିଲ ମଧ୍ୟ ତାଙ୍କ ଇନିଂସ ସମୟରେ ଅନେକ ରେକର୍ଡ ହାସଲ କରିଥିଲେ। ସେ ଭାରତ ପାଇଁ ଟେଷ୍ଟ କ୍ରିକେଟର ଚତୁର୍ଥ ଇନିଂସରେ ଅର୍ଦ୍ଧଶତକ ହାସଲ କରି ଭାରତର ସର୍ବ କନିଷ୍ଠ ଓପନର୍‌ ହୋଇଛନ୍ତି। ଏହାପୂର୍ବରୁ ଏହି ରେକର୍ଡ ମହାନ ସୁନୀଲ ଗାଭାସ୍କରଙ୍କ ନାମରେ ଥିଲା। ୧୯୭୦-୭୧ ମସିହାରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ପୋର୍ଟ ଅଫ୍‌ ସ୍ପେନ୍‌ରେ ଲିଟିଲ ମାଷ୍ଟର ଅପରାଜିତ ୬୭ ସ୍କୋର କରିଥିଲେ। ଗିଲ ତାଙ୍କର ତୃତୀୟ ଟେଷ୍ଟରେ ୨୧ ବର୍ଷ ୧୩୩ ଦିନ ବୟସରେ ଏହି କୀର୍ତ୍ତିମାନ କରିଥିଲେ। ଅଷ୍ଟ୍ରେଲିଆରେ ଚାଲିଥିବା ଏକ ଟେଷ୍ଟ ମ୍ୟାଚରେ ୯୧ ରନରେ ଆଉଟ୍‌ ହୋଇଥିବା ଗିଲ ସର୍ବକନିଷ୍ଠ ଖେଳାଳି ହୋଇଥିଲେ। ସୂଚନାଯୋଗ୍ୟ, ପ୍ରଥମ ଇନିଂସରେ ମାତ୍ର ୭ ରନରେ ଆଉଟ୍‌ ହୋଇଥିବା ଗିଲ ଦ୍ୱିତୀୟ ଇନିଂସରେ ଅଷ୍ଟ୍ରେଲୀୟ ବୋଲରଙ୍କୁ ପ୍ରହାର କରିଥିଲେ। ଶୁବମନ ହୁଏତ ତାଙ୍କର ପ୍ରଥମ ଟେଷ୍ଟ ଶତକରୁ ବଞ୍ଚିତ ହୋଇଥିଲେ, କିନ୍ତୁ ଆଉଟ୍‌ ହେବା ପୂର୍ବରୁ ସେ ୧୪୬ ବଲରେ ୯୧ ରନ ସଂଗ୍ରହ କରିଥିଲେ। ଯୁବ ଡାହାଣହାତୀ ବ୍ୟାଟ୍ସମ୍ୟାନ୍‌ ୮ଟି ଚୌକା ଓ ୨ଟି ଛକା ମାରିଥିଲେ। ସେ ଚେତେଶ୍ୱର ପୂଜାରାଙ୍କ ସହ ଦ୍ୱିତୀୟ ଉଇକେଟ ପାଇଁ ୧୧୪ ରନର ଏକ ଗୁରୁତ୍ୱପୂର୍ଣ୍ଣ ଭାଗିଦାରୀ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁହଁରେ କପଡ଼ା ବାନ୍ଧି ବାପାଙ୍କୁ ଲୁଟିବାକୁ ଆସିଥିଲେ ପୁଅ: ୧୦ ଲକ୍ଷ ଟଙ୍କା ନେବା ପରେ ଘଟିଲା…

ନୂଆଦିଲ୍ଲୀ,୨।୪: ଦିଲ୍ଲୀର ଲକ୍ଷ୍ମୀ ନଗର ଅଞ୍ଚଳରେ ଘଟିଥିବା ୧୦ ଲକ୍ଷ ଡକାୟତି ଘଟଣାର ସମାଧାନ ପୋଲିସ ମାତ୍ର ୨୪ ଘଣ୍ଟା ମଧ୍ୟରେ କରିଛି। ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା…

ସକାଳୁ ସକାଳୁ ଥରିଲା ପୃଥିବୀ, ୭.୪ ତୀବ୍ରତାର ଭୂକମ୍ପ ପରେ ଲୋକେ ଘରୁ ଦୌଡି….

ଜାକାର୍ତ୍ତା,୨ା୪: ଇଣ୍ଡୋନେସିଆରେ ବଡ଼ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୪ ରେକର୍ଡ କରାଯାଇଛି । ଭୂମିକମ୍ପ ପରେ ସୁନାମି ଚେତାବନୀ ମଧ୍ୟ…

ଜିଲାର ସଂସ୍କୃତି ପରମ୍ପରା ପାଳନରେ ବିଭାଗର ଖାମଖିଆଲି ମନୋଭାବ: ଓଡ଼ିଶାର ବରପୁତ୍ରଙ୍କୁ ଅଣଦେଖା

ପାରଳାଖେମୁଣ୍ଡି,୨ା୪(ଗିରିଧାରୀ ପରିଚ୍ଛା): ଓଡ଼ିଶା ଦିବସରେ ଓଡ଼ିଶାର ନିର୍ମାତାଙ୍କ ମାଟିରେ ଅପମାନ ଓ ଅବହେଳା ପରିଲକ୍ଷିତ ହୋଇଛି। ଓଡ଼ିଶା ଦିବସ ପାଳନରେ ସ୍ଥାନୀୟ ବୁଦ୍ଧିଜୀବୀ ଓ ବରିଷ୍ଠ ବ୍ୟକ୍ତିମାନଙ୍କୁ…

ପୁଅ ପାଇଁ ନିଜ ଝିଅର ବଳି ଦେଲେ ମା’, ତାନ୍ତ୍ରିକଙ୍କ ନିର୍ଦ୍ଦେଶରେ…ପୂରା ଘଟଣା ଜାଣିଲେ ଥରିଉଠିବ ଦେହ

ରାଞ୍ଚି,୨।୪: ଝାଡ଼ଖଣ୍ଡର ହଜାରୀବାଗ ଜିଲାର ବିଷ୍ଣୁଗଡ଼ ଥାନା ଅଞ୍ଚଳର କୁସୁମ୍ଭା ଗାଁରେ ଜଣେ ୧୩ ବର୍ଷୀୟା ଝିଅର ହତ୍ୟା ଘଟଣାରେ ପୋଲିସ ଏକ ଚାଞ୍ଚଲ୍ୟକର ଖୁଲାସା କରିଛି।…

ଗ୍ୟାସ, ତେଲ ପରେ କଣ୍ଡୋମ ଅଭାବ: ୫୦% ପର୍ଯ୍ୟନ୍ତ ଦର ବୃଦ୍ଧି ସମ୍ଭାବନା, ଜାଣନ୍ତୁ କାହିଁକି

ଓ୍ବାଶିଂଟନ,୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଯୋଗୁ ଯୋଗାଣ ବାଧାପ୍ରାପ୍ତ ହୋଇଥିବାରୁ ଦେଶରେ କଣ୍ଡୋମ ମୂଲ୍ୟ ୫୦% ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ। ତେଲ ଏବଂ…

ଗୋଡଭଗାରେ ଚାଞ୍ଚଲ୍ୟ: ଦିନରେ ବୁଲିଲା ଛୁରି-ଭୁଜାଲି

ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଥମିବାର ନାଁ ନେଉନି। ଗତ କିଛିଦିନ ତଳେ ଜିଲାର ସଦର ମହକୁମା ବରଗଡ଼ ସହରରେ ଆଇନ ଶୃଙ୍ଖଳା…

ଯୁଦ୍ଧ ମଧ୍ୟରେ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି : ଏହି ଉତ୍ପାଦ ଉପରେ ଜୁନ ଯାଏ…

ନୂଆଦିଲ୍ଲୀ,୨।୪: ଆଜି ମଧ୍ୟପ୍ରାଚ୍ୟ ଯୁଦ୍ଧର ୩୪ତମ ଦିନ। ଏହି ଯୁଦ୍ଧ ବିଶ୍ୱ ବାଣିଜ୍ୟ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଛି। ଏହି ସମୟରେ, ଭାରତ ସରକାର ଏକ…

୫ ଜିଲାକୁ ଝଡ଼ବର୍ଷା, ଆଜି ଏସବୁ ଅଞ୍ଚଳରେ ଘଡ଼ଘଡ଼ି ସହ…

ଭୁବନେଶ୍ୱର,୨ା୪: ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗରମ ଅନୁଭୂତ ହେଉଥିବାବେଳେ ଉପକୂଳରେ ଥଣ୍ଡା ଅନୁଭୂତ ହେଉଛି। ଗତ କିଛିଦିନ ଧରି ରାଜ୍ୟରେ ଏପରି ତାପମାତ୍ରା ଦେଖିବାକୁ ମିଳୁଛି। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri