Posted inଖେଳ

କୋହଲିଙ୍କ ରେକର୍ଡ ଭାଙ୍ଗିଲେ ଗିଲ, ହେଲେ ବାବରଙ୍କ ସମକକ୍ଷ

ଇନ୍ଦୋର,୨୪।୧: ଚଳିତ ବର୍ଷ ଭାରତରେ ଆଇସିସି ଦିନିକିଆ ବିଶ୍ୱକପ୍‌ ଅନୁଷ୍ଠିତ ହେବ। ଏହାକୁ ନେଇ ଖେଳାଳିଙ୍କ ଦିନିକିଆରେ ପ୍ରଦର୍ଶନ ଗୁରୁତ୍ୱପୂର୍ଣ୍ଣ ହୋଇପଡ଼ିଛି। ବର୍ଷ ଆରମ୍ଭରୁ ଜଣଙ୍କ ପରେ ଜଣେ ଭାରତୀୟ ଖେଳାଳି ନିଜ ପ୍ରଦର୍ଶନକୁ ନେଇ ଚର୍ଚ୍ଚାରେ ରହୁଛନ୍ତି। ଏହି ତାଲିକା ଶୀର୍ଷରେ ଅଛନ୍ତି ବ୍ୟାଟ୍ସମ୍ୟାନ୍‌ ଶୁଭମନ ଗିଲ। ନୂତନ ବର୍ଷରେ ଏଯାବତ ୩ ଶତକ ମାରିଥିବା ବେଳେ ସେଥିରୁ ଗୋଟିଏକୁ ଦ୍ୱିଶତକରେ ମଧ୍ୟ ସେ ପରିଣତ କରିଥିଲେ। ମଙ୍ଗଳବାର ଇନ୍ଦୋରରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଗିଲ ନିଜର ଚତୁର୍ଥ ଦିନିକିଆ ଶତକ ପୂରଣ କରିଥିବା ବେଳେ ବିରାଟ କୋହଲିଙ୍କ ଏକ ସ୍ବତନ୍ତ୍ର ରେକର୍ଡ ଭାଙ୍ଗିଛନ୍ତି।

ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ଦିନିକିଆରେ ଗିଲ ବିସ୍ଫୋରକ ବ୍ୟାଟିଂ କରି ୭୮ ବଲ୍‌ରେ ୧୧୨ ରନ୍‌ର ଇନିଂସ ଖେଳିଛନ୍ତି। ଏଥିରେ ୫ ଛକା ଏବଂ ୧୩ ଚୌକା ରହିଥିଲା। ଗିଲ ନିଜର ଚତୁର୍ଥ ଦିନିକିଆ ଶତକ ସହ କୋହଲିଙ୍କ ରେକର୍ଡ ଭାଙ୍ଗିଛନ୍ତି। ଗିଲ ଏବେ ତିନି ମ୍ୟାଚ ବିଶିଷ୍ଟ ଦ୍ୱିପାକ୍ଷିକ ଦିନିକିଆ ସିରିଜରେ ସର୍ବାଧିକ ରନ୍‌ ସ୍କୋର କରିଥିବା ଭାରତୀୟ ବ୍ୟାଟ୍ସମ୍ୟାନ ପାଲଟିଛନ୍ତି। ଗିଲ୍‌ କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବାରୁ ୩୬ ରନ୍‌ ଦୂରରେ ଥିଲେ, ଯାହାକୁ ସହଜରେ ସେ ହାସଲ କରିଛନ୍ତି।

ଏହା ବ୍ୟତୀତ ଗିଲ ବର୍ତ୍ତମାନ ଦିନିକିଆ ସିରିଜରେ ୩୬୦ ରନ୍‌ ସ୍କୋର କରି ପାକିସ୍ତାନ ଅଧିନାୟକ ବାବର ଆଜମଙ୍କ ସମକକ୍ଷ ହୋଇଛନ୍ତି। ବାବର ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜରେ ୩୬୦ ରନ୍‌ କରିଥିଲେ। ଗିଲ ଆଉ ଗୋଟିଏ ରନ୍‌ ସ୍କୋର କରିଥିଲେ ବାବରଙ୍କ ଏହି ରେକର୍ଡ ମଧ୍ୟ ଭାଙ୍ଗିଥାନ୍ତେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri