Posted inଖେଳ

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ ମାତ୍ର ୨ ଦିନ ବାକି ଥିବା ବେଳେ ଓଡ଼ିଶାର କ୍ରିକେଟ ପ୍ରଶଂସକଙ୍କ ମଧ୍ୟରେ ଉତ୍କଣ୍ଠା ବୃଦ୍ଧି ପାଇଛି। ମ୍ୟାଚ୍‌ ପାଇଁ ଟିକେଟ୍‌ ବିକ୍ରିଠାରୁ ଆରମ୍ଭ କରି ସମସ୍ତ ପ୍ରକାର ପ୍ରସ୍ତୁତି ପ୍ରକ୍ରିୟା ଶେଷ ହୋଇଛି।

ଦୁଇ ଦଳର ଖେଳାଳିମାନେ ବି ଆସିବା ଆରମ୍ଭ କଲେଣି। ତେବେ କଟକ ଟି୨୦ ମ୍ୟାଚ୍‌ରେ ଭାରତୀୟ ଟେଷ୍ଟ ଓ ଦିନିକିଆ ଅଧିନାୟକ ଶୁବମନ ଗିଲ୍‌ ଖେଳିପାରନ୍ତି। ତାଙ୍କୁ ଏହି ମ୍ୟାଚ୍‌ରେ ଖେଳିବା ଲାଗି ବିସିସିଆଇର ସେଣ୍ଟର ଅଫ୍‌ ଏକ୍ସିଲେନ୍ସ ପକ୍ଷରୁ ଅନୁମତି ମିଳିଛି। ‘ଶୁବମନ ସିଓଇଠାରେ ସଫଳତାର ସହିତ ରେହାବିଲିଟେଶନ ପ୍ରକ୍ରିୟା ଶେଷ କରିଛନ୍ତି ଏବଂ ସମସ୍ତ ଫର୍ମାଟରେ ଖେଳିବା ପାଇଁ ଆବଶ୍ୟକ ଥିବା କ୍ରାଇଟେରିଆ ସେ ପୂରଣ କରିଛନ୍ତି’ ବୋଲି ସିଓଇ ପକ୍ଷରୁ ଟିମ୍‌ ମ୍ୟାନେଜରମେଣ୍ଟକୁ ଜଣାଇ ଦିଆଯାଇଛି। କୋଲକାତା ଟେଷ୍ଟରେ ଦେଖାଦେଇଥିବା ବେକଜନିତ ଆହତ ସମସ୍ୟା ଲାଗି ସେ ଦ୍ୱିତୀୟ ଟେଷ୍ଟ ଓ ଦିନିକିଆ ସିରିଜ୍‌ରୁ ବାଦ୍‌ ପଡ଼ିଥିଲେ।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri