Posted inଖେଳ

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା କ୍ରିକେଟ୍ ଷ୍ଟାଡିୟମରେ ସେ ଇତିହାସ ରଚିଛନ୍ତି । ସେ ଦିନିକିଆ କ୍ରିକେଟ୍‌ରେ ଦ୍ରୁତତମ ୩୫୦୦ ରନ୍ ପୂରଣ କରିଛନ୍ତି।

ଗିଲ ମାତ୍ର ୬୮ଟି ଇନିଂସରେ ୩୫୦୦ ଦିନିକିଆ ରନ୍ ପୂରଣ କରି ଦକ୍ଷିଣ ଆଫ୍ରିକାର ପୂର୍ବତନ ବ୍ୟାଟର ହାଶିମ ଆମଲାଙ୍କ ରେକର୍ଡ ଭାଙ୍ଗିଛନ୍ତି । ଆମଲା ଏହି ମାଇଲଷ୍ଟୋନ୍‌ରେ ପହଞ୍ଚିବା ପାଇଁ ୬୯ଟି ଇନିଂସ ଖେଳିଥିଲେ। ଏହା ସହ ଗିଲ ଭାରତ ପାଇଁ ଦିନିକିଆରେ ୩୫୦୦ କିମ୍ବା ତା’ଠାରୁ ଅଧିକ ରନ୍ କରିଥିବା ୧୮ତମ ବ୍ୟାଟର ହୋଇଛନ୍ତି। ଏହି ଉପଲବ୍ଧି ସହ ସେ ପୂର୍ବତନ ଭାରତୀୟ ବ୍ୟାଟର ଦିଲୀପ ଭେଙ୍ଗସରକରଙ୍କୁ ମଧ୍ୟ ପଛରେ ପକାଇଛନ୍ତି। ଏହି ମ୍ୟାଚ୍‌ରେ ଗିଲ ଭାରତୀୟ ମାଟିରେ ମଧ୍ୟ ନିଜର ୨୦୦୦ ଦିନିକିଆ ରନ୍ ପୂରଣ କରିଛନ୍ତି ।

ପୂର୍ବରୁ ଏହି ରେକର୍ଡ ୱେଷ୍ଟଇଣ୍ଡିଜର ଡେସମଣ୍ଡ ହେନ୍ସଙ୍କ ନାମରେ ଥିଲା, ଯିଏକି ୱେଷ୍ଟଇଣ୍ଡିଜରେ ୩୬ଟି ଇନିଂସରେ ୨,୦୦୦ ରନ୍ ପୂରଣ କରିଥିଲେ । ଏହି ତାଲିକାରେ କ୍ୱିଣ୍ଟନ୍ ଡି କକ୍ ୩୭ଟି ଇନିଂସ ସହ ତୃତୀୟ ସ୍ଥାନରେ ଥିବାବେଳେ ହାସିମ୍ ଅମଲା ୩୮ଟି ଇନିଂସ ସହ ଚତୁର୍ଥ ସ୍ଥାନରେ ରହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

ବିଜୟଙ୍କ ବଡ଼ ବୟାନ: ରାଜା ହେବାକୁ ନୁହେଁ, ରାଜନୀତିକୁ ଆସିଛି….

ଚେନ୍ନାଇ,୩୦।୯: ତାମିଲନାଡୁର ଧାରାପୁରମରେ ଏକ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜ ଦଳ TVKର ରାଜନୈତିକ ଆଭିମୁଖ୍ୟ ନେଇ ବଡ଼ ବୟାନ ଦେଇଛନ୍ତି। ସେ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?